ଜଗତସିଂହପୁର ଜିଲ୍ଲା ୬୬୨ ବର୍ଗ କଲେଜ ସଙ୍ଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବୀପତ୍ର ପ୍ରଦାନ
*ଜଗତସିଂହପୁର ଜିଲ୍ଲା ୬୬୨ ବର୍ଗ କଲେଜ ସଙ୍ଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବୀପତ୍ର ପ୍ରଦାନ
ଆଙ୍କର- ୬୬୨ ଯୁକ୍ତ ଦୁଇ ଓ ଯୁକ୍ତ ତିନି ମହାବିଦ୍ୟାଳୟ ଅଧ୍ୟାପକ ଓ କର୍ମଚାରୀ ସଙ୍ଘ ପକ୍ଷରୁ ଚାକିରୀ ସର୍ତ୍ତାବଳୀ ସହ ପେନସନ ଦାବୀରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦିଆଯାଇଛି । ଏହି ଅବସରରେ ସଂଘର ସଭାପତି ସୁକାନ୍ତ ମହାନ୍ତିଙ୍କ ନେତୃତ୍ୱରେ ଆଦିକବି ଶାରଳା ଦାସ ସଂସ୍କୃତି ଭବନ ଠାରୁ ଏକ ଶୋଭାଯାତ୍ରା ବାହାରି ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚିବା ପରେ ବିକ୍ଷୋଭ ପ୍ରଦର୍ଶନ କରାଯିବା ସହିତ ଗଣଧାରଣା ଦିଆଯାଇଥିଲା । ପରେ ପ୍ରଧାନମନ୍ତ୍ରୀ ,ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଅତିରିକ୍ତ ଜିଲ୍ଲାପାଳ ଜ୍ୟୋତି ଶଙ୍କର ରାୟଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା । ଯଦି ଅଗଷ୍ଟ ୧୫ ତାରିଖ ମଧ୍ୟରେ ରାଜ୍ୟ ସରକାର ଉପରୋକ୍ତ ଦାବି ପ୍ରତି କର୍ଣ୍ଣପାତ ନ କରନ୍ତି ତେବେ ଅଗଷ୍ଟ ୧୬ ତାରିଖରେ ଭୁବନେଶ୍ୱର ଗାନ୍ଧୀମାର୍ଗରେ ଆନ୍ଦୋଳନ କରାଯିବ ବୋଲି ସଂଘ ପକ୍ଷରୁ ଚେତାବନୀ ଦିଆଯାଇଛି ।
ଜଗତସିଂହପୁର ରୁ Rita ସାହୁ
