ମୁଖ୍ୟମନ୍ତ୍ରୀ ଙ୍କ ଉଦ୍ଦେଶ୍ୟ ରେ ଜଗତସିଂହପୁର ଜିଲ୍ଲାର କନିଷ୍ଠ ଶିକ୍ଷକ ସଂଘ ପକ୍ଷରୁ ଜିଲ୍ଲାପାଳ ଙ୍କୁ ଦାବି ପତ୍ର ପ୍ରଦାନ

⁷ମୁଖ୍ୟମନ୍ତ୍ରୀ ଙ୍କ ଉଦ୍ଦେଶ୍ୟ ରେ ଜଗତସିଂହପୁର ଜିଲ୍ଲାର କନିଷ୍ଠ ଶିକ୍ଷକ ସଂଘ ପକ୍ଷରୁ ଜିଲ୍ଲାପାଳ ଙ୍କୁ ଦାବି ପତ୍ର ପ୍ରଦାନ l ଜଗତସିଂହପୁର ଜିଲ୍ଲା କନିଷ୍ଠ ଶିକ୍ଷକ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କ ଉଦ୍ଦେଶ୍ୟ ବିଭିନ୍ନ ଦଫା ଦାବି ନେଇ ଜିଲ୍ଲାପାଳ ଙ୍କୁ ଦାବି ପତ୍ର ପ୍ରଦାନ କରାଯାଇଛି । ଜିଲ୍ଲାର କନିଷ୍ଠ ଶିକ୍ଷକ ଶିକ୍ଷୟିତ୍ରୀ ମାନେ ସ୍ଥାନୀୟ ଥାନା ଛକ ନିକଟରୁ ଏକ ଶୋଭାଯାତ୍ରାରେ ଆସି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହିତ ମୁଖ୍ୟମନ୍ତ୍ରୀ ଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳ ଙ୍କୁ ଦାବି ପତ୍ର ପ୍ରଦାନ କରିଛନ୍ତି । ମୁଖ୍ୟ ଦାବି ମଧ୍ୟରେ କନିଷ୍ଠ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ନିୟମିତ କରିବା, ଶିକ୍ଷା ବ୍ୟବସ୍ଥା ରେ ଆରମ୍ଭ ରୁ ନିୟମିତ ନିଯୁକ୍ତି ଦେବା, 44 ହଜାର ନୂତନ ଶିକ୍ଷକ ପଦବୀ ସୃଷ୍ଟି କରିବା ନିମନ୍ତେ ଦାବି କରିଛନ୍ତି । ତେବେ ଏ ନେଇ 02/08/25 ରେ ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ 07/08/25 ରେ ଏହାକୁ ପ୍ରତ୍ୟାହାର କରାଯାଇଥିଲା । ତେବେ ବିଧାନସଭା କମିଟି ଦ୍ୱାରା ସୁପାରିଶ କରାଯାଇଥିବା ଅଇତିହାସିକ ନିଷ୍ପତ୍ତି ତଥା ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଦ୍ଵାରା ପ୍ରକାଶିତ ଚିଠି ନମ୍ବର 21268 ତା 02/08/25 ରିଖ କୁ ତୁରନ୍ତ ମୁଖ୍ୟମନ୍ତ୍ରୀ ଙ୍କ ଦ୍ଵାରା ଅନୁମୋଦିତ କରାଯାଇ କାର୍ଯ୍ୟକାରୀ କରିବାକୁ ସଙ୍ଘ ଦାବି କରିଛି ।

Leave a Reply

Your email address will not be published. Required fields are marked *