ମୁଖ୍ୟମନ୍ତ୍ରୀ ଙ୍କ ଉଦେଶ୍ୟ ରେ ଓଡ଼ିଶା ଶିଳ୍ପୀ ମହାସଂଘ ଜଗତସିଂହପୁର ଜିଲ୍ଲା ଶାଖା ପକ୍ଷରୁ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ

Date-18/08/25*- ମୁଖ୍ୟମନ୍ତ୍ରୀ ଙ୍କ ଉଦେଶ୍ୟ ରେ ଓଡ଼ିଶା ଶିଳ୍ପୀ ମହାସଂଘ ଜଗତସିଂହପୁର ଜିଲ୍ଲା ଶାଖା ପକ୍ଷରୁ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି । ମୁଖ୍ୟମନ୍ତ୍ରୀ ବରିଷ୍ଠ ବୁଣାକାର ଓ କାରିଗର ସହାୟତା ଯୋଜନା ଏବଂ ଓଡ଼ିଶା ହସ୍ତତନ୍ତ ଓ ହସ୍ତଶିଳ୍ପ ବିକାଶ ଓ ଉନ୍ନୟନ ପରିଷଦ କୁ କାର୍ଯ୍ୟକାରୀ କରିବା ଦାବିରେ ଆଜି ଜଗତସିଂହପୁର ଶାଖା ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କ ଉଦେଶ୍ୟ ରେ ଜଗତସିଂହପୁର ଜିଲ୍ଲାପାଳ ଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି । ଶତାଧିକ ବୁଣାକାର ଓ କାରିଗର ମାନେ ସ୍ଥାନୀୟ କଲେଜ ଛକ ନିକଟରୁ ଏକ ଶୋଭାଯାତ୍ରାରେ ସହର ପରିକ୍ରମା କରିବା ସହିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ପରେ ବିଭିନ୍ନ ଦଫା ଦାବି ନେଇ ମୁଖ୍ୟମନ୍ତ୍ରୀ ଙ୍କ ଉଦେଶ୍ୟ ରେ ଏକ ଦାବିପତ୍ର ଜିଲ୍ଲାପାଳ ଙ୍କୁ ପ୍ରଦାନ କରାଯିବା ସହିତ ରାଜ୍ୟ ସରକାର ଏହା ଉପରେ ଦୃଷ୍ଟି ନ ଦେଲେ ଆଗାମୀ ଦିନରେ ବିଧାନସଭା ଘେରାଉ କରିବ ବୋଲି ସଂଘ ପକ୍ଷରୁ କୁହାଯାଇଛି ।

Leave a Reply

Your email address will not be published. Required fields are marked *