ବିଧାନସଭାଠାରେ ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀଙ୍କୁ ଶେଷ ସମ୍ମାନ ପ୍ରଦର୍ଶନ
ଭୁବନେଶ୍ୱର, ୨୫/୦୮/୨୦୨୫ କନ୍ଧମାଳ ଜିଲ୍ଲା ବାଲିଗୁଡ଼ାର ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀଙ୍କ ମରଶରୀର ଆଜି ବିଧାନସଭା ଅଣାଯାଇଥିବାବେଳେ ପୋଲିସ ବାହିନୀ ପକ୍ଷରୁ ଗାର୍ଡ଼ ଅଫ୍ ଅନର ଦିଆଯାଇଥିଲା । ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ଶ୍ରୀମତୀ ପ୍ରଭାତୀ ପରିଡ଼ା, ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ସ୍ୱାସ୍ଥ୍ୟ ଓ ପରିବାର

କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ର, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଶ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ, ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର, ବିଧାୟକ ଶ୍ରୀ ବାବୁ ସିଂ, ପୋଲିସ କମିଶନର ଶ୍ରୀ ଏସ. ଦେବ ଦତ୍ତ ସିଂ, ବିଧାନସଭାର ସଚିବ ଶ୍ରୀ ସତ୍ୟବ୍ରତ ରାଉତ ପ୍ରମୁଖ ଉପସ୍ଥିତ ରହି ସ୍ୱର୍ଗତ ମାଝୀଙ୍କୁ ପୁଷ୍ପାର୍ଘ୍ୟ ଅର୍ପଣପୂର୍ବକ ଶେଷ ଦର୍ଶନ କରିଥିଲେ ।
