ଭାଦ୍ରବ ପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିରରେ ଇନ୍ଦ୍ର ଗୋବିନ୍ଦ ବନ୍ଦାପନା ଓ ଇନ୍ଦ୍ର ହାତୀ ପ୍ରସ୍ତାବ ଅନୁଷ୍ଠିତ
ଭାଦ୍ରବ ପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିରରେ ଇନ୍ଦ୍ର ଗୋବିନ୍ଦ ବନ୍ଦାପନା ନିତି ଓ ଇନ୍ଦ୍ର ହାତୀ ପ୍ରସ୍ତାବ ଅନୁଷ୍ଠିତ ହୋଇଯାଇଛି| ସଂଧ୍ୟା ଆଳତି ସରିବା ପରେ ଠାକୁରଙ୍କ ଆଜ୍ଞାମାଳ ପ୍ରାପ୍ତି ପରେ ଶ୍ରୀଦୋଳଗୋବିନ୍ଦଙ୍କୁ ବଟମୂଳେ ଥିବା ପାଲିଙ୍କିରେ ବିଜେ କରାଯାଇ ଏକ ପଟୁଆରରେ ଠାକୁରଙ୍କ ପାଲିଙ୍କି ସିଂହଦ୍ୱାର ନିକଟରେ ପହଂଚିଵା ପରେ ଠାକୁରଙ୍କୁ ଶୀତଳ ଭୋଗ ଅର୍ପଣ ପରେ ଇନ୍ଦ୍ର, ଓ ଗୋବିନ୍ଦଙ୍କୁ ବନ୍ଦାପନା କରାଯିବା ସହ ସେଠାରେ ଇନ୍ଦ୍ର ହାତୀ ପ୍ରସ୍ତାବ ଅନୁଷ୍ଠିତ ହୋଇଥିଲା | ଏହା ପରେ ଠାକୁର ମାନେ ଶ୍ରୀମନ୍ଦିରକୁ ବାହୁଡା଼ ବିଜେ କରିଥିଲେ। ସେପଟେ ଶ୍ରୀମନ୍ଦିରରେ ଚନ୍ଦ୍ରଗ୍ରହଣ ପାଇଁ ସ୍ୱତନ୍ତ୍ର ତଥା ସଅଳ ନୀତିକାନ୍ତି ଅନୁଷ୍ଠିତ ହେଉଛି। ମଧ୍ୟାହ୍ନ ୧୨ଟା ୫୭ ମିନିଟ ୨୨ ସେକେଣ୍ଡରେ ପାକ ତ୍ୟାଗ ଓ ଦେବ ନୀତି ନିଷେଧ ରହିଥିବାରୁ ଶ୍ରୀମନ୍ଦିରରେ ଇନ୍ଦ୍ର ଗୋବିନ୍ଦ ବନ୍ଦାପନା ନିତି ଓ ଇନ୍ଦ୍ର ହାତୀ ପ୍ରସ୍ତାବ ଅନୁଷ୍ଠିତ ହୋଇଯାଇଛି । ଗ୍ରହଣ ସ୍ପର୍ଶ ରାତି ୯ ଟା ୫୭ ମିନିଟ ୨୨ ସେକେଣ୍ଡରେ ରହିଥିବା ବେଳେ ସର୍ବମୋକ୍ଷ ରାତି ୧ ଟା ୨୭ ମିନିଟ ୧୭ ସେକେଣ୍ଡ ପର୍ଯ୍ୟନ୍ତ ରହିଛି। ଏହାକୁ ଦୃଷ୍ଟିରେ ରଖି ରାତି ୨ ଟା ୨୦ରେ ଦ୍ୱାରଫିଟା ନୀତି କରାଯାଇ। ସାଢ଼େ ୨ଟାରେ ଭିତରଶୋଧ, ୨ଟା ୪୦ରେ ମଙ୍ଗଳ ଆଳତି, ମଇଲମ ଓ ତଡ଼ପଲାଗି ୩ଟା, ଅବକାଶ ଓ ରୋଷହୋମ ସାଢ଼େ ୩ଟାରେ କରାଯିବ। ଯାହାକି ଗୋବିନ୍ଦ ବନ୍ଦାପନା ଓ ଇନ୍ଦ୍ର ହାତୀ ପ୍ରସ୍ତାବନୀତି ସନ୍ଧ୍ୟାଆଳତି ପରେ ଅନୁଷ୍ଠିତ ହୋଇଛି। ଦୋଳଗୋବିନ୍ଦ ଭିତରକୁ ବିଜେ କରିବା ପରେ ଆଜ୍ଞାମାଳ ପାଇ ପାଲିଙ୍କିକୁ ବିଜେ କରିଛନ୍ତି ଏବଂ ଇନ୍ଦ୍ର ଗୋବିନ୍ଦ ବନ୍ଦାପନା ସାରି ବାହୁଡ଼ା ବିଜେ କରିଛନ୍ତି। ଶେଷରେ ମଇଲମ ଓ ତଡ଼ପଲାଗି ହୋଇ ଭିତରକାଠ ଦର୍ଶନ ହେବ। ରାତି ୯ ଟା ୫୭ ମିନିଟ ୨୨ ସେକେଣ୍ଡ ସୁଦ୍ଧା ଗ୍ରହଣ ସ୍ପର୍ଶ ପରେ ଗ୍ରହଣ ମହାସ୍ନାନ, ଗ୍ରହଣଭୋଗ ଓ ଅନ୍ୟ ନୀତି ହେବ।
