କ୍ୟାବିନେଟ୍ ବୈଠକ ସମ୍ପର୍କିତ ପ୍ରେସ ବିବୃତ୍ତି।
ଭୁବନେଶ୍ୱର ତା-୧୦/୦୯/୨୦୨୫ ଆଜି ରାଜ୍ୟ କ୍ୟାବିନେଟର ୨୬ ତମ ବୈଠକ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା l ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣ ମାଧ୍ୟମକୁ ସୂଚନା ଦେଇଥିଲେ ଲ କ୍ୟାବିନେଟ ବୈଠକରେ ମୋଟ o୫ ଟି ବିଭାଗର ୦୫ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଥିଲl l ଗୃହ ଓ ନଗର ଉନ୍ନୟନ ବିଭାଗ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ, ବାଣିଜ୍ୟ ଓ ପରିବହନ ବିଭାଗ, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ଏବଂ ପଂଚାୟତିରାଜ ଓ ପାନୀୟ ଜଳ ବିଭାଗ ତରଫରୁ ଗୋଟିଏ ଲେଖାଏଁ ଏହିପରି ମୋଟ ୫ ଟି ବିଭାଗର ୫ ଟି ପ୍ରସ୍ତାବ ଆଗତ ସହ ସମସ୍ତ ପ୍ରସ୍ତାବଗୁଡିକ ରାଜ୍ୟ କ୍ୟାବିନେଟ ବୈଠକରେ ଅନୁମୋଦନ ଲାଭ କରିଛି l ପଠାଣି ରାଉତ ମୁଖ୍ୟ ଶାସନ ସଚିବଙ୍କ ଲୋକସଂପର୍କ ଅଧିକାରୀ l
