ପ୍ରେସ ନୋଟ୍ଓଡ଼ିଶା ପରିବାର ନିର୍ଦ୍ଦେଶାଳୟ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଟେ

ଭୁବନେଶ୍ୱର ୧୧ ସେପ୍ଟେମ୍ବର, ୨୦୨୫ନେପାଳରେ ଉପୁଜିଥିବା ସାମ୍ପ୍ରତିକ ପରିସ୍ଥିତିକୁ ଦୃଷ୍ଟିରେ ରଖି ୨୩ଜଣ ଓଡ଼ିଆ ଯାତ୍ରୀଙ୍କୁ ନେପାଳରୁ ଉଦ୍ଧାର କରି ଭାରତକୁ ଫେରାଇ ଅଣାଯାଇଛି। ଓଡ଼ିଶାରୁ ୨୩ଜଣ ଯାତ୍ରୀ ନେପାଳ ଭ୍ରମଣରେ ଯାଇଥିଲେ ଏବଂ ସାମ୍ପ୍ରତିକ ପରିସ୍ଥିତି କାରଣରୁ ଓଡ଼ିଆ ଯାତ୍ରୀମାନେ ନେପାଳରେ ଫସି ରହିଥିଲେ। ଉକ୍ତ ଘଟଣାଟି ସାମନାକୁ ଆସିବାର ୫ ଘଣ୍ଟା ସମୟ ମଧ୍ୟରେ ଓଡ଼ିଶା ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧିନସ୍ଥ ଓଡ଼ିଶା ପରିବାର ନିର୍ଦ୍ଦେଶାଳୟ, ଓଡ଼ିଶା ସରକାରଙ୍କ ନୂଆଦିଲ୍ଲୀ ସ୍ଥିତ ମୁଖ୍ୟ ଆବାସିକ ଆୟୁକ୍ତଙ୍କ କାର୍ଯ୍ୟାଳୟ, ଭାରତ ସରକାରଙ୍କ ବୈଦେଶିକ ମନ୍ତ୍ରାଳୟ, ନେପାଳ କାଠମାଣ୍ଡୁ ସ୍ଥିତ ଭାରତର ଦୂତାବାସ କାର୍ଯ୍ୟାଳୟ, ରୋମାନିଆ ପାଇଁ ରହିଥିବା ଭାରତର ରାଷ୍ଟ୍ରଦୂତ ଡ଼. ମନୋଜ କୁମାର ମହାପାତ୍ରଙ୍କ ମିଳିତ ସହଯୋଗରେ ନେପାଳରେ ଫସି ରହିଥିବା ୨୩ଜଣ ଓଡ଼ିଆ ଯାତ୍ରୀମାନଙ୍କୁ ନେପାଳରୁ ଭାରତକୁ ଫେରାଇ ଅଣାଯାଇଅଛି।୨୩ଜଣ ଓଡ଼ିଆ ଯାତ୍ରୀ ହେଲେ- ଅଜୟ କୁମାର ପଣ୍ଡା, ମାମିନା ପଣ୍ଡା, ପଙ୍କଜ କୁମାର ଧଳ, ଭରତ କୁମାର ସ୍ୱାଇଁ, କାମିନୀ ସ୍ୱାଇଁ, ଶାରଦା ପ୍ରସନ୍ନ କର, ରିମା କର, ମନୋଜ କୁମାର ମିଶ୍ର, ସୁରେନ ଦଳାଇ, ବିରେନ ଦଳାଇ, ପର୍ଶୁରାମ ଦଳାଇ, ପୂର୍ଣ୍ଣଚନ୍ଦ୍ର ଦଳାଇ, ପ୍ରସନ୍ନଜିତ ଦଳାଇ, ବ୍ରଜକିଶୋର ମିଶ୍ର, ଲୋପାମୁଦ୍ରା ମିଶ୍ର, ଶ୍ରେୟାନ ସୌରଭ ମିଶ୍ର, ସନ୍ତୋଷ କୁମାର ପାଣି, ସସ୍ମିତା ପାଣି, ବାଗ୍ମୀପ୍ରିୟା ପାଣି, ପ୍ରମୋଦ କୁମାର ମିଶ୍ର, ରାଜଶ୍ରୀ ମିଶ୍ର, ବୈଷ୍ଣବ ସାହୁ ଓ ସୁରେଶ ଚନ୍ଦ୍ର ସାହୁ। ସମସ୍ତ ଓଡ଼ିଆ ଯାତ୍ରୀ ସୁରକ୍ଷିତ ଭାବରେ ଭାରତକୁ ଫେରିଥିବାର ସୂଚନା ମିଳିଛି।ଅମ୍ଳାନ ଦାସ ଲୋକସମ୍ପର୍କ ଅଧିକାରୀ l

Leave a Reply

Your email address will not be published. Required fields are marked *