ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ପୁରୀ ୧୫/୯ ପୁରୀ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣୀ ଆଜି ଡେଲାଙ୍ଗ ବ୍ଲକ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଥିଲା।ଜିଲ୍ଲାପାଳ ଦିବ୍ୟ ରଞ୍ଜନ ପରିଡା ଏଥିରେ ଅଧ୍ୟକ୍ଷତା କରିଥିଲେ।ଏଥିରେ ମୋଟ ୧୪୧ ଗୋଟି ଅଭିଯୋଗ ମିଳିଥିଲା।ସେଥିରୁ ୧୦୬ ଗୋଟି ବ୍ୟକ୍ତିଗତ,୩୫ ଗୋଟି ଗ୍ରାମ ସମ୍ବନ୍ଧୀୟ ସମ୍ପର୍କରେ ରହିଥିଲା।ତତକ୍ଷଣାତ ୧୫ ଗୋଟି ର ସମାଧାନ କରାଯାଇଥିଲା।ଅନ୍ୟ ଅଭିଯୋଗ ଗୁଡିକ ର ଆଇନ ଅନୁସାରେ ସମାଧାନ ପାଇଁ ସମ୍ପୃକ୍ତ ବିଭାଗ ମାନଙ୍କୁ ପ୍ରେରଣ କରାଯାଇଥିଲା।ଏହି ଶୁଣାଣୀ ରେ ଏସ ପି ପ୍ରତୀକ ସିଂ, ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା, ଉପ ଜିଲ୍ଲାପାଳ ରାଜ

କିଶୋର ଜେନା, ସିଡିଏମଓ ଡା ଅକ୍ଷୟ କୁମାର ଶତପଥି, ଡେଲାଙ୍ଗ ବିଡ଼ିଓ କ୍ଷିତିଶ ବେହେରା, ଡେଲାଙ୍ଗ ତହସିଲଦାର ଦେବୀ ପ୍ରସାଦ ଆଚାର୍ଯ୍ୟ ଡେପୁଟି କଲେକ୍ଟର ମନୀଷା ଷଡ଼ଙ୍ଗୀ, ଭାରପ୍ରାପ୍ତ ଅଭିଯୋଗ ଶୁଣାଣୀ ଅଧିକାରୀ ପଞ୍ଚାନନ ପରିଜା ଓ ଅନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଯୋଗ ଦେଇଥିଲେ।ସେପ୍ଟେମ୍ବର ୨୨ ତାରିଖରେ ଗୋପ ବ୍ଲକ ସମ୍ମିଳନୀ କକ୍ଷରେ ଦିବା ୧୦ ଘଟିକା ସମୟରେ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହେବ ବୋଲି ଅଭିଯୋଗ ପ୍ରକୋଷ୍ଠ ସୂତ୍ରରୁ ପ୍ରକାଶ।

Leave a Reply

Your email address will not be published. Required fields are marked *