ବାଲିଅନ୍ତା ବ୍ଲକରେ ଗ୍ରାମ ପଞ୍ଚାୟତ ସ୍ତରୀୟ ମିଳିତ ଜନ ଶୁଣାଣି ଅନୁଷ୍ଠିତ

ଭୁବନେଶ୍ୱର- ତା.୧୫.୦୯.୨୦୨୫-ବାଲିଅନ୍ତା ବ୍ଲକ ଅନ୍ତର୍ଗତ ବେଣୁପୁର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଆଜିର ଗ୍ରାମ ପଞ୍ଚାୟତ ସ୍ତରୀୟ ପ୍ରତ୍ୟକ୍ଷ ମିଳିତ ଜନଶୁଣାଣି ଓ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ ହୋଇଯାଇଛି । ଖୋରଧା ଜିଲ୍ଲାପାଳ ଶ୍ରୀ ଅମ୍ରିତ ଋତୁରାଜଙ୍କ ପ୍ରତ୍ୟକ୍ଷ ତତ୍ତ୍ଵବଧାନରେ ଆୟୋଜିତ ଏହି ମିଳିତ ଜଣାଶୁଣାଣିରେ ଜୟଦେବ ବିଧାୟକ ଶ୍ରୀ ନବ କିଶୋର ମଲ୍ଲିକ, ସ୍ଥାନୀୟ ଜିଲ୍ଲା ପରିଷଦ ସଦସ୍ୟ ସର୍ବେଶ୍ୱର ଦାସ,ସରପଞ୍ଚ ଶ୍ରୀ ହୃଷିକେଶ ପାତ୍ର ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ । ଜଣାଶୁଣାଣିକୁ ଆସିଥିବା ଜନସାଧାରଣ ମାନଙ୍କ ନିମନ୍ତେ ଆନୁସଙ୍ଗିକ ବ୍ୟବସ୍ଥା ଗ୍ରହଣ କରାଯାଇଥିଲା । ଆଜି ମୋଟ ୧୬୮ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇଥିଲା । ସେଥିମଧ୍ୟରୁ ୧୪୭ଟି ଅଭିଯୋଗ ବ୍ୟକ୍ତିଗତ ଥିବାବେଳେ ୧୩ଟି ଗୋଷ୍ଠୀଗତ ଅଭିଯୋଗ ଥିଲା ।

ସେଥିମଧ୍ୟରୁ ୫ଟି ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଥିଲା । ସମସ୍ତ ଅଭିଯୋଗ ଗୁଡିକୁ ବିଚାରକୁ ନେଇ ତ୍ୱରିତ ପଦକ୍ଷେପ ଗ୍ରହଣ କରିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ଭୁବନେଶ୍ୱର ଅତିରିକ୍ତ ଜିଲ୍ଲାପାଲ ଶ୍ରୀ ରୁଦ୍ର ନାରାୟଣ ମହାନ୍ତି ନିର୍ଦ୍ଦେଶ ଦେଇଛନ୍ତି । ଜନସାଧାରଣ ମାନଙ୍କୁ ସେବା ଯୋଗାଇ ଦେବା ଉପରେ ଅଧିକାରୀ ମାନେ ଗୁରୁତ୍ୱାରୋପ କରିଥିଲେ । ଆଜିର ମିଳିତ ଜନଶୁଣାଣି ଅବସରରେ ଅନ୍ୟ ମାନଙ୍କ ମଧ୍ୟରେ ଭୁବନେଶ୍ବର ଉପ ଜିଲ୍ଲାପାଳ ଡଃ ମନୋରଞ୍ଜନ ସାହୁ, ଜିଲ୍ଲା ପରିଷଦ ଅତିରିକ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀମତୀ କସ୍ତୁରୀ ବାଳା ଜେନା, ବିଡିଓ ରଶ୍ମିତା ନାଥ, ତହସିଲଦାର ଲୀଲନ ପ୍ରସାଦ ସାହୁ, ଜିଲ୍ଲା ସାଧାରଣ ଅଭିଯୋଗ ଆସିଷ୍ଟାଣ୍ଟ କଲେକ୍ଟର ଭୁବନେଶ୍ୱରୀ କହଁର ଓ ଅନ୍ୟ ସମସ୍ତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *