କୋଣାର୍କରେ ବିଶ୍ୱ ପର୍ଯ୍ୟଟନ ଦିବସ ପାଳିତ
କୋଣାର୍କ – ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ରାଜ୍ୟ ପର୍ଯ୍ୟଟନ ବିଭାଗ ନିର୍ଦ୍ଦେଶକ୍ରମେ କୋଣାର୍କ ପର୍ଯ୍ୟଟନ କାର୍ଯ୍ୟାଳୟ ପକ୍ଷରୁ ବିଶ୍ୱ ଐତିହ୍ୟ କୋଣାର୍କ ମନ୍ଦିର ସମ୍ମୁଖରେ ବିଶ୍ୱ ପର୍ଯ୍ୟଟନ ଦିବସ ପାଳିତ ହୋଇଯାଇଛି। ପର୍ଯ୍ୟଟନ ଅଧିକାରୀ ଅମିୟ ରଞ୍ଜନ ସେଠୀଙ୍କ ଅଧ୍ୟକ୍ଷତାରେ ଅତିଥି ଦେଵୋ ଭବ ବାର୍ତ୍ତା ନେଇ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହେବା ସହ ପର୍ଯ୍ୟଟକ ମାନଙ୍କୁ ପୁଲ ଚନ୍ଦନ ଦେଇ ସ୍ୱାଗତ କରାଯାଇଥିଲା।

ଏହି କାର୍ଯ୍ୟକ୍ରମରେ ଶତାଧିକ ଛାତ୍ରଛାତ୍ରୀ ମାନେ ଯୋଗଦେଇ ସଚେତନ ବାର୍ତ୍ତା ବହନ କରିଥିଲେ। ସୂର୍ଯ୍ୟ ମନ୍ଦିର ବୁଲି ଆସୁଥିବା ଦେଶ ବିଦେଶର ପର୍ଯ୍ୟଟକ ମାନଙ୍କୁ ପାରମ୍ପରିକ ଭାବେ ପୁଲ ଚନ୍ଦନ ଦେଇ ସ୍ୱାଗତ କରାଯାଇ ଆଜିର ଦିନର ମହତ ଉପରେ ବାର୍ତ୍ତା ପ୍ରଦାନ କରାଯାଇଥିଲା।
