ଜିଲ୍ଲା ସଦର ମହକୁମାଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ଜିଲ୍ଲା ସଦର ମହକୁମାଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ
ରାୟଗଡା-୬/୧୦-ସୋମବାର ଦିନ ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ରାୟଗଡ ଜିଲ୍ଲାସଦର ମହକୁମାସ୍ଥିତ ଜିଲ୍ଲା ପରିଷଦ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ରାୟଗଡା ଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକାର୍ଣ୍ଣିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶୁଣାଣି ଶିବିରରେ ଆରକ୍ଷୀ ଅଧିକ୍ଷକ ସ୍ୱାତୀ ଏସ କୁମାର, ଖଣ୍ଡିୟ ବନ ଅଧିକାରୀ, ଶ୍ରୀ ସଚିନ ଅହ୍ନା ସାହେବ ଓହଲେ, ,ଜିଲ୍ଲା ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ, ଶ୍ରୀ ଅକ୍ଷୟ କୁମାର ଖେମୁଣ୍ଡୁ,ଉପ ଜିଲ୍ଲାପାଳ ଶ୍ରୀ ରମେଶ କୁମାର ଜେନା,ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଵି ସରୋଜିନୀ ଦେବୀ, ପ୍ରକଳ୍ପ ପ୍ରଶାସକ ଆଇଟିଡ଼ିଏ ଶ୍ରୀ ଚନ୍ଦ୍ରକାନ୍ତ ମାଝୀ ଉପସ୍ଥିତ ରହି ଜନସାଧାରଣଙ୍କୁ ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ l
ମୋଟ ୫୫ ଟି ଅଭିଯୋଗ ଜିଲ୍ଲାପାଳ ଗ୍ରହଣ କରିଥିଲେ । ସେଥି ମଧ୍ୟରୁ ୪୭
ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୮ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l ୭ ଜଣଙ୍କ ସ୍ୱାସ୍ଥ୍ୟ ସମସ୍ୟା ଅଭିଯୋଗ ଥିଲା ସେମାନଙ୍କୁ ଜିଲ୍ଲାପାଳ ୬୫ ହଜାର ଟଙ୍କା ଜିଲ୍ଲା ରେଡକ୍ରସ ଫଣ୍ଡରୁ ଆର୍ଥିକ ସାହାଯ୍ୟ ପ୍ରଦାନ କରିଥିଲେ । ଜିଲ୍ଲାପାଳ ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ଫଇସଲା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ ।
ଏହି ଶିବିରରେ ଜିଲ୍ଲାସ୍ଥରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ଯୋଗଦାନ କରିଥିଲେ l ରାୟଗଡ଼ାରୁ ନୃସିଂହ ଚରଣ ବାରିକଙ୍କ ରିପୋର୍ଟ

Leave a Reply

Your email address will not be published. Required fields are marked *