ଆରମ୍ଭ ହେବ କାର୍ତ୍ତିକ ବ୍ରତ।
ଆସନ୍ତାକାଲି ଠାରୁ ଆରମ୍ଭ ହେବ କାର୍ତ୍ତିକ ବ୍ରତ।ଓଡ଼ିଶାର କୋଣ ଅନୁକୋଣରୁ ହବିଷ୍ୟାଳୀ ମାନେ କାର୍ତ୍ତିକ ବ୍ରତ ପାଳନ ପାଇଁ ପୁରୀ ଆସିଛନ୍ତି। ହବିଷ୍ୟାଳୀମାନଙ୍କ ଶୃଙ୍ଖଳିତ ଦର୍ଶନ, ସୁରକ୍ଷା ଓ ଅନ୍ୟାନ୍ୟ ଆନୁଷଙ୍ଗିକ ବ୍ୟବସ୍ଥା ପୋଲିସ ପକ୍ଷରୁ ଗ୍ରହଣ କରାଯାଇଛି। ହବିଷ୍ୟାଳୀଙ୍କ ଶ୍ରୀମନ୍ଦିର ଦର୍ଶନ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ଗ୍ରହଣ କରାଯାଇଛି। ଶ୍ରୀମନ୍ଦିର ସିଂହଦ୍ଵାର ଠାରେ ସ୍ବତନ୍ତ୍ର ବ୍ୟାରିକେଡ଼ ବ୍ୟବସ୍ଥା କରାଯାଇଛି। ସମସ୍ତ ତୀର୍ଥ ପୁଷ୍କରିଣୀରେ ମଧ୍ୟ ସ୍ବତନ୍ତ୍ର ବ୍ୟବସ୍ଥା ଗ୍ରହଣ କରାଯାଇଛି। ସୁରକ୍ଷା ଦାୟିତ୍ବରେ ୨୨ ପ୍ଲାଟୁନ ପୋଲିସ ଫୋର୍ସ, ୪ ଜଣ ଅତିରିକ୍ତ ଏସପି, ୧୫ ଡିଏସପି, ୧୫ ଇନ୍ସପେକ୍ଟର, ୬୫ ସବ ଇନ୍ସପେକ୍ଟର, ୧୦୦ କନଷ୍ଟେବଳ ମୁତୟନ ରହିବେ। ପଞ୍ଚୁକ ସମୟରେ ପ୍ରବଳ ଭକ୍ତଙ୍କ ଭିଡ଼ ହେବା ଆଶଙ୍କା ଥିବାରୁ ସେହି ସମୟରେ ସ୍ବତନ୍ତ୍ର ବ୍ୟବସ୍ଥା ଗ୍ରହଣ କରାଯିବ। ସୂଚନା ଦେଲେ ପୁରୀ ଏସପି ପ୍ରତୀକ ସିଂ।
