କୋଷାଗୁମୁଡ଼ା ଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ।
ଦୁର୍ନୀତି ନିବାରଣ ସପ୍ତାହ ଶପଥ ପାଠ ନବରଙ୍ଗପୁର ତା୨୭.୧୦.୨୦୨୫:ଆଜି କୋଷାଗୁମୁଡ଼ା ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ ମହେଶ୍ଵର ସ୍ୱାଇଁ ଏବଂ ଆରକ୍ଷୀ ଅଧିକ୍ଷକ ମଡକର ସନ୍ଦୀପ ସମ୍ପତଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚିଁ ନାରାୟଣ ଦରୱାନ, ଉପ ଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ର, ବିଡିଓ ଏବଂ ତହସିଲଦାର , କୋଷାଗୁମୁଡ଼ାଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।ପ୍ରଥମେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ୨୦୨୫ ଉପଲକ୍ଷେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ସମସ୍ତ

ଉପସ୍ଥିତ ଅଧିକାରୀ ସାଧୁତା ର ଶପଥ ପାଠ କରିଥିଲେ।ଏହି ଜନ ଶୁଣାଣି ଶିବିରରେ ମୋଟ ୪୯ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୨୭ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୨୨ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା।୦୨ଟି ସମସ୍ୟା ର ସମାଧାନ ତତକ୍ଷଣାତ କରାଯାଇଥିଲା ।ସେଭଳି ସାମାଜିକ ସୁରକ୍ଷା ବିଭାଗ ତରଫରୁ ଦିବ୍ୟାଙ୍ଗ ମାନଙ୍କୁ ୪ ଟି ହୁଇଲ୍ ଚେୟାର,୩ ଟି ଟ୍ରାଇ ସାଇକଲ,୧ଟି କହୁଣି ବୈଶାଖୀ ପ୍ରଦାନ କରାଯାଇଥିଲା।
