ଲୋକସେବା ଭବନରେ ଆଜି ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ

ଭୁବନେଶ୍ୱର ତା-୨୭.୧୦.୨୦୨୫ ଲୋକସେବା ଭବନରେ ଆଜି ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଉପଲକ୍ଷେ ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଲୋକସେବା ଭବନସ୍ଥିତ ୨ୟ ମହଲା ପ୍ରାଙ୍ଗଣରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ଏବଂ ଯୋଜନା ଓ ସଂଯୋଜନ ବିଭାଗର ସମସ୍ତ ଅଧିକାରୀ ଓ କର୍ମଚାରୀମାନେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଉପଲକ୍ଷେ ଶପଥ ପାଠ କରିଛନ୍ତି । ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେନ୍ଦ୍ର କୁମାର ଉପସ୍ଥିତ ସମସ୍ତ ଅଧିକାରୀ ଓ କର୍ମଚାରୀମାନଙ୍କୁ ସାଧୁତାର ଶପଥପାଠ କରାଇଥିଲେ । ପଠାଣି ରାଉତ ଲୋକସମ୍ପର୍କ ଅଧିକାରୀ

Leave a Reply

Your email address will not be published. Required fields are marked *