ଅବାଧ ମାଦକ ଦ୍ରବ୍ୟ ଚାଷ ଓ ଚୋରାଚାଲାଣ ରୋକିବା ଉପରେ ଜିଲ୍ଲାସ୍ଥରୀୟ ବୈଠକ ଅନୁଷ୍ଠିତ
ରାୟଗଡା-୩୦/୧୦-ରlୟଗଡ଼ ଜିଲ୍ଲାରେ ବ୍ୟାପକ ମାଦକ ଦ୍ରବ୍ୟ ଚାଷ ଓ ଚୋରାଚାଲାଣ ହେଉଥିବାରୁ ଏହାକୁ ରୋକିବା ନିମନ୍ତେ ଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକାର୍ଣ୍ଣିଙ୍କ ଅଧ୍ୟକ୍ଷତlରେ ଗୁରୁବାର ଦିନ ସ୍ଥାନୀୟ ଜିଲ୍ଲାପାଳଙ୍କ ଓସ୍ୱାନ ସଭାଗୃହରେ ଏକ ସଂଯୁକ୍ତ ବୈଠକ ଅନୁଷ୍ଠିତ ହୋଇଥିଲା l ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ୱାତୀ ଏସ କୁମାର ଓ ଉପଜିଲ୍ଲାପାଳ ଗୁଣୁପୁର ଶ୍ରୀ ଦୁଧlଲ ଅଭିଶେଖ ଦିଲ୍ଲୀପ ଆୱାସି ମାଧ୍ୟମରେ ଉପସ୍ଥିତରେ ବିସ୍ତୃତ ଭାବରେ ଆଲୋଚନା କରାଯାଇଥିଲା l ବିଶେଷ କରି ଜିଲ୍ଲାରେ ମାଦକ ନିଶାଦ୍ରବ୍ୟ ଗଂଜେଇ ଅବାଧ ଚାଷକୁ ରୋକିବା, ନିଶା ଦ୍ରବ୍ୟ ଅବାଧ କାରବାର ଓ ଚୋରା ଚାଲାଣ ସମ୍ପର୍କରେ ଗୁପ୍ତ ତଥ୍ୟ ପ୍ରଦାନ,ବିଦ୍ୟାଳୟ, ମହାବିଦ୍ୟାଳୟମାନଙ୍କରେ ନିଶା ନିବାରଣ ଉପରେ ସଚେତନ କରିବା, ମାଦକ ଦ୍ରବ୍ୟ କାରବାର ବହୁଳ ଅଂଚଳ ମାନଙ୍କରେ ନିଷlଦ୍ରବ୍ୟ କ୍ଷତିକାରକ ବିଷୟରେ ଜନସଚେତନତା ସୃଷ୍ଟି କରିବା l ଉନୟନ କାର୍ଯ୍ୟକ୍ରମ ଗୁଡିକ କାର୍ଯ୍ୟ କାରୀ କରିବା l

ବିଶେଷ କରି ସରକାରଙ୍କ ତରଫରୁ ଅନ୍ୟ ଚାଷ ଓ ଜୀବିକା କାର୍ଯ୍ୟକ୍ରମ ଜରିଆରେ ଏହି ଅଂଚଳର ଲୋକମାନଙ୍କୁ କର୍ମସଂସ୍ଥାନ ଯୋଗାଇବା ଉପରେ ଆଲୋଚନା କରାଯାଇଥିଲା l କୃଷି ବିଭାଗ, ଉଦ୍ୟାନ ବିଭାଗ ତରଫରୁ ଗଂଜା ଚାଷ ବଦଳରେ ସେହି ଅଂଚଳର ଲୋକଙ୍କୁ ଫଳ,ମସଲା ଓ ଅନ୍ୟ ଅର୍ଥକାରୀ ଫସଲ ଚାଷ ପାଇଁ ପ୍ରବାର୍ତ୍ତାଇବା ଓ ମଞ୍ଜି ଯୋଗାଇବା ଉପରେ ଜିଲ୍ଲାପାଳ ଶ୍ରୀ କୁଲକାର୍ଣ୍ଣି ଗୁରୁତ୍ୱ ଦେଇଥିଲେ lଅବକାରୀ ବିଭାଗକୁ ସକ୍ରୀୟ ରହି ନିଶାଦ୍ରବ୍ୟ କାରବାର ରୋକିବା ନିମନ୍ତେ ପଦକ୍ଷେପ ନେବାକୁ ଜିଲ୍ଲାପାଳ ନିର୍ଦେଶ ଦେଇଥିଲେ।ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ମମତା ସାହୁ, ଜିଲ୍ଲା କୃଷି ଅଧିକାରୀ ଏହେସନ, ଓ ଅନ୍ୟାନ୍ୟ ଅଧିକାରୀମlନେ ଯୋଗଦାନ କରି ଆଲୋଚନାରେ ଅଂଶଗ୍ରହଣ କରିଥିଲେ l
