ଜିଲ୍ଲା ସଦର ମହକୁମାଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ରାୟଗଡ଼ା-୩/୧୧-ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲାସଦର ମହକୁମାସ୍ଥିତ ଜିଲ୍ଲା ପରିଷଦ ସଦଭାବନା ସଭାଗୃହଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକର୍ଣ୍ଣିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶୁଣାଣି ଶିବିରରେ ଆରକ୍ଷୀ ଅଧିକ୍ଷକ ସ୍ୱାତୀ ଏସ କୁମାର, ଜିଲ୍ଲା ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଶ୍ରୀ ଅକ୍ଷୟ କୁମାର ଖେମୁଣ୍ଡୁ,ଉପ ଜିଲ୍ଲାପାଳ ଶ୍ରୀ ରମେଶ କୁମାର ଜେନା,ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଵି ସରୋଜିନୀ ଦେବୀ, ପ୍ରକଳ୍ପ ପ୍ରଶାସକ ଆଇଟିଡ଼ିଏ ଶ୍ରୀ ଚନ୍ଦ୍ରକାନ୍ତ ମାଝୀ,ଅତିରିକ୍ତ ଖଣ୍ଡିୟ ବନ ଅଧିକାରୀ, ଶ୍ରୀ ଅଶୋକ କୁମାର ପ୍ରଧାନ,ଉପସ୍ଥିତ ରହି ଜନସାଧାରଣଙ୍କୁ ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ । ସୋମବାର ଦିନ ମୋଟ ୬୬ ଟି ଅଭିଯୋଗ ଜିଲ୍ଲାପାଳଙ୍କ ପାଖକୁ ଆସିଥିଲା । ସେଥି ମଧ୍ୟରୁ ୪୭ ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୯ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l

୧୦ ଜଣଙ୍କ ସ୍ୱାସ୍ଥ୍ୟ ସମସ୍ୟା ଅଭିଯୋଗ ଥିଲା । ସେମାନଙ୍କୁ ଜିଲ୍ଲାପାଳ ୯୫ ହଜାର ଟଙ୍କା ଜିଲ୍ଲା ରେଡକ୍ରସ ଫଣ୍ଡରୁ ‌ଆର୍ଥିକ ସାହାଯ୍ୟ ପ୍ରଦାନ କରିଥିଲେ । ଜିଲ୍ଲାପାଳ ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀମାନଙ୍କୁ ତୁରନ୍ତ ଫଇସଲା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ ।ଏହି ଶିବିରରେ ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀମତୀ ଆସିମା ରାଓ, ରାୟଗଡ଼ା ବିଡ଼ିଓ ଶ୍ରୀ ସୁଜିତ ମିଶ୍ର, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ଶ୍ରୀମତୀ ମିନତି ଦେଓ, ପୌର ନିର୍ବାହୀ ଅଧିକାରୀ ଶ୍ରୀ କୁମାର କୁଲଦୀପ, ଅବକାରୀ ଅଧିକ୍ଷକ ଶ୍ରୀ ସନ୍ତୋଷ କୁମାର ଧଳ ସାମନ୍ତ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ଭଜନ ଲାଲ ମାଝୀ, ,ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀକାନ୍ତ ପାଣିଗ୍ରାହୀ,ଗ୍ରାମ୍ୟ ନିର୍ମାଣ ବିଭାଗ ନିର୍ବାହୀ ଯନ୍ତ୍ରୀ, ଗ୍ରାମ୍ୟ ଜଳ ଯୋଗାଣ ନିର୍ବାହୀ ଯନ୍ତ୍ରୀ, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଓ ଅନ୍ୟାନ୍ୟ ଜିଲ୍ଲାସ୍ଥରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ଯୋଗଦାନ କରିଥିଲେ।

Leave a Reply

Your email address will not be published. Required fields are marked *