ନନ୍ଦାହାଣ୍ଡି ଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ।

ନବରଙ୍ଗପୁର ( ) ୧୦/୧୧/୨୦୨୫ ନନ୍ଦାହାଣ୍ଡି ବ୍ଳକ ର ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ଼ଃ ମହେଶ୍ଵର ସ୍ୱାଇଁ ଏବଂ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ମଡକର ସନ୍ଦୀପ ସମ୍ପତଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଶ୍ରୀ ବିରଞ୍ଚି ନାରାୟଣ ଦରୱାନ, ଉପ ଜିଲ୍ଲାପାଳ ଶ୍ରୀ ପ୍ରକାଶ କୁମାର ମିଶ୍ର , ଜିଲ୍ଲାପରିଷଦ ସଭ୍ୟ

( ଜୋନ -୧) ଦିବ୍ୟଦାନ ସୁନା, ଗୋଷ୍ଠୀ ଉନ୍ନୟନ ଅଧିକାରୀ ନନ୍ଦାହାଣ୍ଡି ଶ୍ରୀ କ୍ଷୀରୋଦ ଚନ୍ଦ୍ର ସାହୁ, ନନ୍ଦାହାଣ୍ଡି ତହସିଲଦାର ଶ୍ରୀ ଚନ୍ଦ୍ରଦାସ ମହାନନ୍ଦିଆ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଏହି ଜନ ଶୁଣାଣି ଶିବିରରେ ମୋଟ ୨୩ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୭ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୦୬ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା।

Leave a Reply

Your email address will not be published. Required fields are marked *