ରତ୍ନସିଂହାସନ ରେ ମହାପ୍ରଭୁଙ୍କ ପଇତା ଲାଗି ନୀତି
ଶ୍ରୀମନ୍ଦିରରେ ରତ୍ନସିଂହାସନ ଉପରେ ଶ୍ରୀଜୀଉମାନଙ୍କର ପଇତା ଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ 5 ଟା ଠାରୁ ରାତି ୧୦ ଟା ପର୍ଯ୍ୟନ୍ତ ଶ୍ରଦ୍ଧାଳୁଙ୍କ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ଦଇତାପତି ସେବାୟତଙ୍କ ଏହା ଗୋଷ୍ଠୀଗତ ସେବା ହୋଇଥିବା ବେଳେ ଏହା ଏକ ଗୁପ୍ତନୀତି ହୋଇଥିବାରୁ ଶ୍ରୀମନ୍ଦିରର ଜୟବିଜୟ ଦ୍ଵାର ବନ୍ଦ ରହିବ। ଦଇତାପତି ସେବାୟତ ମାନେ ତିନି ଭାଗରେ ବିଭକ୍ତ ହୋଇ ରତ୍ନସିଂହାସନ ଉପରେ ଚଢି ମହାପ୍ରଭୁଙ୍କ ଏହି ଗୁପ୍ତ ସେବା କରିବେ। ଦ୍ଵିତୀୟ ଭୋଗମଣ୍ଡପ ସରିବାପରେ ଦଇତାପତି ସେବକମାନେ ମହାପ୍ରଭୁଙ୍କୁ ପଇତାଲାଗି କରିବେ। ପ୍ରାୟ ୫ ଘଣ୍ଟା ଧରି ଏହି ନୀତି ଚାଲିବା ଯୋଗୁଁ ସର୍ବସାଧାରଣଙ୍କର ଦର୍ଶନ ବନ୍ଦ ରହିବ। ଏହି ନୀତି ସମ୍ପୂର୍ଣ୍ଣ ହେବାପରେ ଶ୍ରୀବିଗ୍ରହଙ୍କୁ ମହାସ୍ନାନ କରାଯିବା ପରେ ଶ୍ରଦ୍ଧାଳୁମାନେ ଶ୍ରୀଜୀଉମାନଙ୍କୁ ପୁନର୍ବାର ଦର୍ଶନ କରିପାରିବେ। ବର୍ଷକୁ ପ୍ରାୟ ଦୁଇଥର ମହାପ୍ରଭୁଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହୋଇଥାଏ। ତେବେ ଓଢଣୀ ଷଷ୍ଠୀ ଓ ଅକ୍ଷୟ ତୃତୀୟା ପୂର୍ବରୁ ମହାପ୍ରଭୁଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହୋଇଥାଏ। ଆସନ୍ତା 26 ତାରିଖରେ ଓଢଣୀ ଷଷ୍ଠୀ ନୀତି ପଡୁଥିବାରୁ ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହେବ। ( ଶ୍ରୀମନ୍ଦିର ଓ ପତିତପାବନଙ୍କ ଫାଇଲ ଭିଜୁଆଲ୍ ଲଗାଇବେ )
