କାଶୀପୁରଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ
କାଶୀପୁର /ରାୟଗଡା-୧୭/୧୧- ସୋମବାର ଦିନ ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ପଞ୍ଚାୟତ ସମିତି କାର୍ଯ୍ୟାଳୟ କାଶୀପୁରଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକର୍ଣ୍ଣିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ ଆରକ୍ଷୀ ଅଧିକ୍ଷକ ସ୍ୱାତୀ ଏସ କୁମାର,ଭାରପ୍ରାପ୍ତ ନିର୍ବାହୀ ଅଧିକାରୀ ତଥା ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଶ୍ରୀମତି ମନୀଷା ଦାସ, ଉପଜିଲ୍ଲାପାଳ ଶ୍ରୀ ରମେଶ କୁମାର ଜେନା, ଜିଲ୍ଲା ମୁଖ୍ୟ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଵି ସରୋଜିନୀ ଦେବୀ,ସାମ୍ମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ପ୍ରଶାସକ ଶ୍ରୀ ଚନ୍ଦ୍ରକାନ୍ତ ମାଝୀ,ସମିତି ଅଧ୍ୟକ୍ଷ କଣ୍ଠମାଝି ପ୍ରମୁଖ ଯୋଗଦାନ କରି ଶୁଣାଣି କରିଥିଲେ l

ମୋଟ ୧୪୧ଟି ଅଭିଯୋଗ ଆସିଥିଲା ସେଥି ମଧ୍ୟରୁ ୮୮ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୫୩ଗୋଟି ଗ୍ରାମବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l ଜଣକୁ ରେଡ କ୍ରସ ପାଣ୍ଠିରୁ ପାଞ୍ଚ ହଜାର ଟଙ୍କା ଏବଂ ଆଉ ଜଣକୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ତିରିଶ ହଜାର ଜିଲ୍ଲାପାଳ ପ୍ରଦାନ କରିଛନ୍ତି l ଏହି ଅଭିଯୋଗ ଶିବିରରେ ଜିଲ୍ଲାସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ଉପସ୍ଥିତ ରହି ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ । ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀମାନଙ୍କୁ ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।
