ସହୀଦ ଲକ୍ଷ୍ମଣ ନାୟକଙ୍କ ଜୟନ୍ତୀ ପାଳିତ

ସହୀଦ ଲକ୍ଷ୍ମଣ ନାୟକଙ୍କ ଜୟନ୍ତୀ ପାଳିତ
କୋରାପୁଟ,୨୨।୧୧()କୋରାପୁଟ ସଦର ମହକୁମାରେ ସହୀଦ ଲକ୍ଷ୍ମଣ ନାୟକଙ୍କ ଜୟନ୍ତୀ ପାଳିତ ହୋଇଯାଇଛି।ମେଡିକାଲ କଲେଜ ଛକ ନିକଟରେ ସ୍ଥାପିତ ସହୀଦ ଲକ୍ଷ୍ମଣ ନାୟକଙ୍କ ପ୍ରତିମୂର୍ତ୍ତୀରେ କୋରାପୁଟ ବିଧାୟକ ରଘୁରାମ ମାଛ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପୁଷ୍ପ ମାଲ୍ୟାର୍ପଣ କରି ତାଙ୍କର ସ୍ମୃତି ଚାରଣ କରିଥିଲେ

ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦ ସଭାପତି ସସ୍ମିତା ମେଲେକା, କୋରାପୁଟ ପୌର ପରିଷଦ ଅଧ୍ୟକ୍ଷ ଲଲାଟ ରଞ୍ଜନ ସେଠୀ, ଅତିରିକ୍ତ ଜିଲ୍ଲାପାଳ ତପନ କୁମାର ନାୟକ, ସମାଜସେବୀ କାମାକ୍ଷା ପ୍ରସାଦ ମାଝୀ, ପୂର୍ବତନ ବିଧାୟକ ନିମାଇଁ ସରକାର, ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ରମେଶ ସାହୁ, ସ୍ମାରକୀ କମିଟି ସଦସ୍ୟ ଆର. ଶର୍ମା ଓ ଅରୁଣ କୁମାର ଦାଶ ପ୍ରମୁଖ ଯୋଗଦେଇ ପୁଷ୍ପ ମାଲ୍ୟାର୍ପଣ କରିଥିଲେ।ଏହି ଅବସରରେ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀ ମାନଙ୍କୁ ଅତିଥି ମାନଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା।ସହୀଦଙ୍କ ଜନ୍ମମାଟି ତେନ୍ତୁଲିଗୁମାର ବିକାଶ ପାଇଁ ସମସ୍ତ କାର୍ଯ୍ୟ ତ୍ବରାନ୍ବିତ କରାଯିବ ବୋଲି କୋରାପୁଟ ବିଧାୟକ ରଘୁରାମ ମାଛ କହିଛନ୍ତି। ସେହିପରି କୋରାପୁଟ ବସଷ୍ଟାଣ୍ଡରେ ସ୍ଥାପିତ ସହୀଦ ଲକ୍ଷ୍ମଣ ନାୟକଙ୍କ ପ୍ରତିମୂର୍ତ୍ତୀରେ ରାଜ୍ୟ ମହିଳା କଂଗ୍ରେସ କମିଟି ସଭାନେତ୍ରୀ ମିନାକ୍ଷୀ ବାହିନୀପତି,ରାଜ୍ୟ ବିଜେପି ସଧାରଣ ସମ୍ପାଦିକା ପୂର୍ଣ୍ଣିମା ନାୟକ,ଜିଲ୍ଲା କଂଗ୍ରେସ କମିଟି ସଭାପତି ରୂପକ ତୁରୁକ କୋରାପୁଟ ତହସିଲଦାର ସୟଦ ସବୀର ସାହା ପ୍ରମୁଖ ଯୋଗଦେଇ ପୁଷ୍ପ ମାଲ୍ୟାର୍ପଣ କରି ତାଙ୍କର ସ୍ମୃତି ଚାରଣ କରିଥିଲେ।

Leave a Reply

Your email address will not be published. Required fields are marked *