ଚନ୍ଦ୍ରପୁର ବ୍ଲକ ସଦର ମହକୁମା ଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ
ରାୟଗଡ଼ା/ଚନ୍ଦ୍ରପୁର-୨୪/୧୧-ସୋମବାର ଦିନ ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ଚନ୍ଦ୍ରପୁର ବ୍ଲକ ସଦର ମହକୁମାସ୍ଥିତ ସଦଭାବନା ସଭାଗୃହଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ରାୟଗଡା ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନବୀନ ଚନ୍ଦ୍ର ନାୟକଙ୍କ ଅଧ୍ୟକ୍ଷତlରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ଅକ୍ଷୟ କୁମାର ଖେମୁଣ୍ଡୁ,ଗୁଣପୁର ଉପ ଜିଲ୍ଲାପାଳ, ଦୁଧlଳ ଅଭିଷେକ ଦିଲ୍ଲୀପ, ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ସରୋଜିନୀ ଦେବୀ, ଚନ୍ଦ୍ରପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ

ସୌମ୍ୟକାନ୍ତ ବଙ୍ଗାଳ, ତହସିଲଦାର ସୁନୀଲ କୁମାର ପ୍ରଧାନ ସମିତି ଅଧ୍ୟକ୍ଷ କୋୟାନ କିମ୍ଵାକା ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ l ମୋଟ ୪୫ଟି ଅଭିଯୋଗ ଅତିରିକ୍ତ ଜିଲ୍ଲାପାଳ ଗ୍ରହଣ କରିଥିଲେ । ସେଥି ମଧ୍ୟରୁ ୨୬ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୧୯ ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l ଏହି ଅଭିଯୋଗ ଶିବିରରେ ଅତିରିକ୍ତ ଜିଲ୍ଲାପାଳ ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀମାନଙ୍କୁ ତୁରନ୍ତ ଫଇସଲା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ ।
