ଓଡ଼ିଶା ରାଜ୍ୟ ପଛୁଆ ବର୍ଗ ଆୟୋଗର ତୁରନ୍ତ ପୁନର୍ଗଠନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀଓଡ଼ିଶା ରାଜ୍ୟ ପଛୁଆ ବର୍ଗ ଆୟୋଗର ତୁରନ୍ତ ପୁନର୍ଗଠନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଓଡ଼ିଶା ରାଜ୍ୟ ପଛୁଆ ବର୍ଗ ଆୟୋଗଙ୍କ କାର୍ଯ୍ୟକାଳ ଗତ ଜାନୁଆରୀ ୩, ୨୦୨୪ରେ ଶେଷ ହୋଇସାରିଛି ଏବଂ ନୂତନ ସଦସ୍ୟ ନିଯୁକ୍ତ ହୋଇ ନଥିବାରୁ ଏହା ବର୍ତ୍ତମାନ କାର୍ଯ୍ୟକ୍ଷମ ନାହିଁ ଆୟୋଗ କାର୍ଯ୍ୟକ୍ଷମ ନଥିବାରୁ ଏସଇବିସି ବର୍ଗର ଲୋକମାନେ ଶିକ୍ଷା, ନିଯୁକ୍ତି ଏବଂ କଲ୍ୟାଣକାରୀ ଯୋଜନାର ସୁଫଳ ପାଇବାରେ ଅନେକ ସମସ୍ୟାରୁ ବଞ୍ଚିତ ହେଉଛନ୍ତି ସାମାଜିକ ନ୍ୟାୟ ପ୍ରଦାନ ଏବଂ ପଛୁଆ ବର୍ଗର ଲୋକଙ୍କ ଆଶା ଆକାଂକ୍ଷା ପୂରଣ ଦିଗରେ ଏହା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ହେବଭୁବନେଶ୍ୱର, ଡ଼ିସେମ୍ବର ୨୨ – କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଏକ ପତ୍ର ଲେଖି ଓଡ଼ିଶା ରାଜ୍ୟ ପଛୁଆ ବର୍ଗ ଆୟୋଗ (ଓଏସସିବିସି) ର ତୁରନ୍ତ ପୁନର୍ଗଠନ ପାଇଁ ଅନୁରୋଧ କରିଛନ୍ତି । ସାମାଜିକ ନ୍ୟାୟ ପ୍ରଦାନ ଏବଂ ପଛୁଆ ବର୍ଗର ଲୋକଙ୍କ ଆଶା ଆକାଂକ୍ଷା ପୂରଣ ଦିଗରେ ଏହା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ହେବ ବୋଲି ସେ ଏହି ପତ୍ରରେ ଉଲ୍ଲେଖ କରିଛନ୍ତି ।ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ଓଡ଼ିଶା ରାଜ୍ୟ ପଛୁଆ ବର୍ଗ ଆୟୋଗଙ୍କ କାର୍ଯ୍ୟକାଳ ଗତ ଜାନୁଆରୀ ୩, ୨୦୨୪ରେ ଶେଷ ହୋଇସାରିଛି ଏବଂ ନୂତନ ସଦସ୍ୟ ନିଯୁକ୍ତ ହୋଇ ନଥିବାରୁ ଏହା ବର୍ତ୍ତମାନ କାର୍ଯ୍ୟକ୍ଷମ ନାହିଁ । ଓଡ଼ିଶା ରାଜ୍ୟର ଜନସଂଖ୍ୟାର ଏକ ପ୍ରମୁଖ ଅଂଶ ଭାବେ ପ୍ରାୟ ୨୧୬ଟି ସାମାଜିକ ଏବଂ ଶିକ୍ଷାଗତ ପଛୁଆ ବର୍ଗ (ଏସଇବିସି) ସମୁଦାୟ ଓଡ଼ିଶାରେ ବସବାସ କରୁଛନ୍ତି । ଆୟୋଗ କାର୍ଯ୍ୟକ୍ଷମ ନଥିବାରୁ ଏହି ବର୍ଗର ଲୋକମାନେ ଶିକ୍ଷା, ନିଯୁକ୍ତି ଏବଂ କଲ୍ୟାଣକାରୀ ଯୋଜନାର ସୁଫଳ ପାଇବାରେ ବହୁବିଧ ଆହ୍ୱାନର ସମ୍ମୁଖୀନ ହେଉଛନ୍ତି । ନିଜର ସମସ୍ୟା ଉପସ୍ଥାପନ କରିବା ପାଇଁ ସେମାନେ ଏକ ସାମ୍ବିଧାନିକ ମଞ୍ଚରୁ ବଞ୍ଚିତ ହେଉଛନ୍ତି । ନୂତନ ଜାତିକୁ ଏସଇବିସି ତାଲିକାରେ ଅନ୍ତର୍ଭୁକ୍ତ କରିବା, ଅଭିଯୋଗର ସମାଧାନ କରିବା ଏବଂ ପଛୁଆ ବର୍ଗଙ୍କ ପାଇଁ ସରକାରଙ୍କୁ ନୀତିଗତ ପରାମର୍ଶ ଦେବାରେ ଓଏସସିବିସିଙ୍କ ମୁଖ୍ୟ ଭୂମିକା ରହିଛି । ଓଡ଼ିଶା ରାଜ୍ୟ ପଛୁଆ ବର୍ଗ ଆୟୋଗ (ସଂଶୋଧନ) ଅଧିନିୟମ, ୨୦୨୦ ଅନୁଯାୟୀ, ଏହି କମିଶନଙ୍କୁ ପଛୁଆ ବର୍ଗଙ୍କ ସାମାଜିକ ଓ ଶିକ୍ଷାଗତ ସ୍ଥିତି ଉପରେ ସର୍ଭେ କରିବାର ଦାୟିତ୍ୱ ମଧ୍ୟ ଦିଆଯାଇଛି । ତେଣୁ ରାଜ୍ୟରେ ସାମାଜିକ ନ୍ୟାୟର ପ୍ରତିଷ୍ଠା ଏବଂ ପଛୁଆ ବର୍ଗଙ୍କ ଆଶା ଆକାଂକ୍ଷାକୁ ପୂରଣ କରିବା ପାଇଁ କମିଶନର ଶୀଘ୍ର ପୁନର୍ଗଠନ ଏକାନ୍ତ ଆବଶ୍ୟକ । ରାଜ୍ୟର ପଛୁଆ ବର୍ଗର ହିତକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏଥିରେ ବ୍ୟକ୍ତିଗତ ଭାବେ ହସ୍ତକ୍ଷେପ କରି ଆୟୋଗର ପୁନର୍ଗଠନ କରିବାକୁ ଶ୍ରୀ ପ୍ରଧାନ ନିବେଦନ କରିଛନ୍ତି ।

Leave a Reply

Your email address will not be published. Required fields are marked *