କେନ୍ଦ୍ର ସାମାଜିକ ନ୍ୟାୟ ଓ ସଶକ୍ତିକରଣ ମନ୍ତ୍ରୀ ବୀରେନ୍ଦ୍ର କୁମାରଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ

କେନ୍ଦ୍ର ସାମାଜିକ ନ୍ୟାୟ ଓ ସଶକ୍ତିକରଣ ମନ୍ତ୍ରୀ ବୀରେନ୍ଦ୍ର କୁମାରଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀଓଡ଼ିଶାର ୧୦୮ଟି ଏସଇବିସି ସମ୍ପ୍ରଦାୟକୁ କେନ୍ଦ୍ରୀୟ ଓବିସି ତାଲିକାରେସାମିଲ କରିବା ପାଇଁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଏହି ସମ୍ପ୍ରଦାୟଗୁଡ଼ିକ ଓଡ଼ିଶା ସରକାରଙ୍କ ଦ୍ୱାରା ରାଜ୍ୟ ଏସଇବିସି ତାଲିକାରେ ମାନ୍ୟତା ପାଇଥିଲେ ମଧ୍ୟ କେନ୍ଦ୍ରୀୟ ତାଲିକାରେ ସ୍ଥାନ ପାଇନାହାଁନ୍ତିକେନ୍ଦ୍ର ସରକାରଙ୍କ ଚାକିରି, ଶିକ୍ଷାନୁଷ୍ଠାନରେ ନାମଲେଖା ତଥା ବିଭିନ୍ନ କଲ୍ୟାଣକାରୀ ଯୋଜନାର ସୁବିଧା ପାଇବାରୁ ସେମାନେ ବଞ୍ଚିତ କେନ୍ଦ୍ରୀୟ ତାଲିକାରେ ଏହି ସମ୍ପ୍ରଦାୟର ଜାତି/ଉପଜାତି/ବର୍ଗର ଲୋକମାନଙ୍କୁ ଅନ୍ତର୍ଭୁକ୍ତ କରାଗଲେ ସେମାନଙ୍କର ଆର୍ଥିକ ଓ ଶିକ୍ଷାଗତ ଅଭିବୃଦ୍ଧିରେ ସହାୟକ ହେବଗତକାଲି ଏ ସଂକ୍ରାନ୍ତରେ ମଧ୍ୟ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଓଡ଼ିଶା ରାଜ୍ୟ ପଛୁଆ ବର୍ଗ ଆୟୋଗର ତୁରନ୍ତ ପୁନର୍ଗଠନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ ନୂଆଦିଲ୍ଲୀ/ଭୁବନେଶ୍ୱର, ଡିସେମ୍ବର ୨୩, ୨୦୨୫ – ଓଡ଼ିଶାର ବିଭିନ୍ନ ପଛୁଆ ସମ୍ପ୍ରଦାୟର ସ୍ୱାର୍ଥ ରକ୍ଷା ଏବଂ ସେମାନଙ୍କୁ ସାମାଜିକ ନ୍ୟାୟ ପ୍ରଦାନ କରିବା ଦିଗରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି । ଓଡ଼ିଶା ସରକାରଙ୍କ ଦ୍ୱାରା ରାଜ୍ୟ ଏସଇବିସି ତାଲିକାରେ ସ୍ୱୀକୃତିପ୍ରାପ୍ତ ୧୦୮ଟି ସମ୍ପ୍ରଦାୟକୁ କେନ୍ଦ୍ରୀୟ ଓବିସି ତାଲିକାରେ ସାମିଲ କରିବା ପାଇଁ ସେ କେନ୍ଦ୍ର ସାମାଜିକ ନ୍ୟାୟ ଓ ସଶକ୍ତିକରଣ ମନ୍ତ୍ରୀ ଡାକ୍ତର ବୀରେନ୍ଦ୍ର କୁମାରଙ୍କୁ ପତ୍ର ଲେଖି ବ୍ୟକ୍ତିଗତ ହସ୍ତକ୍ଷେପ କରିବାକୁ ଅନୁରୋଧ କରିଛନ୍ତି । ଶ୍ରୀ ପ୍ରଧାନ ନିଜ ପତ୍ରରେ ଦର୍ଶାଇଛନ୍ତି ଯେ, ଏହି ସମ୍ପ୍ରଦାୟଗୁଡ଼ିକ ଓଡ଼ିଶା ସରକାରଙ୍କ ଦ୍ୱାରା ରାଜ୍ୟ ଏସଇବିସି ତାଲିକାରେ ମାନ୍ୟତା ପାଇଥିଲେ ମଧ୍ୟ କେନ୍ଦ୍ରୀୟ ତାଲିକାରେ ସ୍ଥାନ ପାଇନାହାଁନ୍ତି । ଏହି ଅସଙ୍ଗତି କାରଣରୁ ଏହି ବର୍ଗର ଲୋକମାନେ କେନ୍ଦ୍ର ସରକାରଙ୍କ ଚାକିରି, ଶିକ୍ଷାନୁଷ୍ଠାନରେ ନାମଲେଖା ତଥା ବିଭିନ୍ନ କଲ୍ୟାଣକାରୀ ଯୋଜନାର ସୁବିଧା ପାଇବାରୁ ବଞ୍ଚିତ ହେଉଛନ୍ତି । ଓଡ଼ିଶାର ଜନସଂଖ୍ୟା ଅନୁସାରେ ଏସଇବିସି ବର୍ଗର ଲୋକମାନଙ୍କ ସଂଖ୍ୟା ଅଧିକ । ଏହି ସମ୍ପ୍ରଦାୟର ଜାତି/ଉପଜାତି/ବର୍ଗର ଲୋକମାନଙ୍କୁ କେନ୍ଦ୍ରୀୟ ତାଲିକାରେ ଅନ୍ତର୍ଭୁକ୍ତ କରାଗଲେ ସେମାନଙ୍କୁ ସମାନ ଭାବେ ସର୍ବଭାରତୀୟ ସ୍ତରରେ ସ୍ଥାନ ସଂରକ୍ଷଣ ଓ କଲ୍ୟାଣକାରୀ ଯୋଜନାର ସୁବିଧା ମିଳିପାରିବ, ଯାହା ସେମାନଙ୍କର ଆର୍ଥିକ ଓ ଶିକ୍ଷାଗତ ଅଭିବୃଦ୍ଧିରେ ସହାୟକ ହେବ । ଶ୍ରୀ ପ୍ରଧାନ ତାଙ୍କ ପତ୍ର ସହ ସଂଲଗ୍ନ ୧୦୮ଟି ସମ୍ପ୍ରଦାୟର ଏକ ସବିଶେଷ ତାଲିକା ପ୍ରଦାନ କରିଛନ୍ତି । ଏଥିରେ ଖଣ୍ଡାୟତ, ପ୍ରଧାନ, ଚଷା ପାଇକ, ମହାନ୍ତି, ଗଉଡ଼, ବଣିଆ, ଏବଂ ତେଲି ଭଳି ଅନେକ ଗୁରୁତ୍ୱପୂର୍ଣ୍ଣ ସମ୍ପ୍ରଦାୟ ଅନ୍ତର୍ଭୁକ୍ତ ଅଛନ୍ତି । ଏହି ସମ୍ପ୍ରଦାୟଗୁଡ଼ିକର ଶିକ୍ଷାଗତ ଏବଂ ଆର୍ଥିକ ଅଭିବୃଦ୍ଧି ପାଇଁ ବ୍ୟକ୍ତିଗତ ହସ୍ତକ୍ଷେପ କରିବାକୁ ସେ କେନ୍ଦ୍ର ମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି ।ପ୍ରକାଶ ଥାଉକି, ଗତକାଲି ଶ୍ରୀ ପ୍ରଧାନ ଏ ସଂକ୍ରାନ୍ତରେ ତଥା ଏସଇବିସି ବର୍ଗର ଲୋକଙ୍କ କଲ୍ୟାଣ ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଏକ ପତ୍ର ଲେଖି ଓଡ଼ିଶା ରାଜ୍ୟ ପଛୁଆ ବର୍ଗ ଆୟୋଗ (ଓଏସସିବିସି) ର ତୁରନ୍ତ ପୁନର୍ଗଠନ ପାଇଁ ଅନୁରୋଧ କରିଥିଲେ ।

Leave a Reply

Your email address will not be published. Required fields are marked *