ଇଗ୍ନୋ’ ଜାନୁଆରି ୨୦୨୬ ଶିକ୍ଷା ସତ୍ର ପାଇଁ ନାମଲେଖା ଆରମ୍ଭ

‘ଇଗ୍ନୋ’ ଜାନୁଆରି ୨୦୨୬ ଶିକ୍ଷା ସତ୍ର ପାଇଁ ନାମଲେଖା ଆରମ୍ଭଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟରେ ଜାନୁଆରି-୨୦୨୬ ଶିକ୍ଷା ସତ୍ର ପାଇଁ ନାମଲେଖା ପ୍ରକ୍ରିୟା ଘୋଷଣା କରାଯାଇଛି | ବିଭିନ୍ନ ପାଠ୍ୟକ୍ରମରେ ନାମଲେଖାଇବା ପାଇଁ ଆଗ୍ରହୀ ବ୍ୟକ୍ତି ବିଶେଷ ଏହି ସୁଯୋଗର ଲାଭ ଉଠାଇ ପାରିବେ | ବିଭିନ୍ନ କାରଣରୁ ଅଧାରୁ ପାଠ ଛାଡିଥିବା କିମ୍ବା ଉଚ୍ଚ ଶିକ୍ଷା ପାଇବାରୁ ବଂଚିତ ହୋଇଥିବା କୌଣସି ବୟସର ବ୍ୟକ୍ତି ବିଶେଷଙ୍କ ପାଇଁ ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟର ସମସ୍ତ ବିଭାଗରେ ଅଣ୍ଡର ଗ୍ରାଜୁଏଟ (ସ୍ନାତକ), ପୋଷ୍ଟ ଗ୍ରାଜୁଏଟ (ସ୍ନାତକୋତ୍ତର) ପିଜି ଡିପ୍ଲୋମା, (ସ୍ନାତକୋତ୍ତର ଡିପ୍ଲୋମା) ଏବଂ ସାର୍ଟିଫିକେଟ ପ୍ରୋଗ୍ରାମରେ ନାମଲେଖା ପ୍ରକ୍ରିୟା ଆସନ୍ତା ଜାନୁଆରି ମାସ ୩୧ ତାରିଖ ପର୍ଯ୍ୟନ୍ତ ଚାଲୁରହିବ | ଅଣ୍ଡର ଗ୍ରାଜୁଏଟ (ସ୍ନାତ୍ତକ) ପ୍ରୋଗ୍ରାମ, ଯଥା- କଳା (ସାଧାରଣ), ବିଜ୍ଞାନ (ସାଧାରଣ), ବାଣିଜ୍ୟ (ସାଧାରଣ) ବିଭାଗରେ ନାମ ପଞ୍ଜିକରଣ କରିବାକୁ ଚାହୁଁଥିବା ଅନୁସୂଚିତ ଜାତି ଓ ଜନଜାତି ଆବେଦକଙ୍କ ପାଇଁ ନାମଲେଖା ଦେୟ ଏବଂ ପୁନଃ ପଞ୍ଜିକରଣ ଦେୟ ୫୦% ଛାଡ଼ କରାଯାଇଛି | ତେବେ ଯେଉଁ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀ ଅନ୍ୟ କୌଣସି ସୂତ୍ରରୁ ରିହାତିର ସୁବିଧା ପାଉଥିବେ, ସେମାନେ ଇଗ୍ନୋ ପକ୍ଷରୁ ଦିଆଯାଉଥିବା ଏହି ରିହାତି ପାଇବାକୁ ଯୋଗ୍ୟ ହେବେ ନାହିଁ | ଇଛୁକ ଛାତ୍ରଛାତ୍ରୀ ଇଗ୍ନୋର ୱେବସାଇଟ www.ignou.ac.in ଏବଂ ଏହି ଲିଙ୍କ http//ignouadmission.samarth.edu.in ଅନୁସରଣ କରିପାରିବେ କିମ୍ବା ଆଞ୍ଚଳିକ କେନ୍ଦ୍ର ରାଇରଙ୍ଗପୁର, ମୟୂରଭଞ୍ଜ କୁ ଇ-ମେଲ ମାଧ୍ୟମରେ ଯୋଗାଯୋଗ କରିପାରିବେ | ଏହାସହିତ ସମସ୍ତ ପ୍ରକାର ଯୋଗାଯୋଗ ପାଇଁ ୦୬୭୯୪-୨୨୨୦୯୭ ଦୂରଭାଷ ନମ୍ବରରେ ଯୋଗାଯୋଗ କରିବା ପାଇଁ ଇଗ୍ନୋ ତରଫରୁ ବରିଷ୍ଠ ଆଞ୍ଚଳିକ ନିର୍ଦ୍ଦେଶକ ଡ଼. ମନୋଜ କୁମାର ଦାଶ ସୂଚନା ଦେଇଛନ୍ତି |

Leave a Reply

Your email address will not be published. Required fields are marked *