୭୭ ତମ ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଗଣିଆ – ଗଣିଆ ବ୍ଳକ ସଭା ଗୃହରେ ୭୭ ତମ ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ବ୍ଳକ ଅଧ୍ୟକ୍ଷା ଝୁନା ଜେନା, ବିଡ଼ିଓ ଲବନେନ୍ଦୁ ମହାନ୍ତି, ସାମାଜିକ ସୁରକ୍ଷା ଅଧିକାରୀ ପ୍ରଣୟ କୁମାର ନାୟକ,ଗ୍ରାମ ପଞ୍ଚାୟତ ଅଧିକାରୀ ଗୋବିନ୍ଦ ଚନ୍ଦ୍ର ମହାପାତ୍ର, ଅତିରିକ୍ତ ଶିକ୍ଷା ଅଧିକାରୀ ରବିନ୍ଦ୍ର କୁମାର ବେହେରା, ଏଏସଆଇ ଶାହା ଆଲାମ ଖାଁ, ସହକାରୀ ଯନ୍ତ୍ରୀ ମହେଶ କୁମାର ନାୟକଙ୍କ ସମେତ ବିଭିନ୍ନ ଶିକ୍ଷାନୁଷ୍ଠାନ, ମହାବିଦ୍ୟାଳୟ, ସ୍ବେଛାସେବୀ ସଂଗଠନର କର୍ମଚାରୀ ଉପସ୍ଥିତ ଥିଲେ । ଭୋର ୫ ଟାରେ ପ୍ରତ୍ୟେକ ଗ୍ରାମରେ ରାମଧୁନ ଗାନ କରାଯିବା ପାଇଁ ସ୍ଥିର କରାଯାଇଥିଲା । ଅନୁଷ୍ଠାନ ଗୁଡିକରେ ୭ଟା ୧୫ରେ ଗାନ୍ଧୀ ପୀଠରେ ୭ ଘଟିକା ୩୦ ମିନିଟ ଏବଂ କିଶୋର ଚନ୍ଦ୍ର ସରକାରୀ ଉଚ୍ଚ ବିଦ୍ୟାଳୟରେ ଜେନେରାଲ ପତାକା ଉତ୍ତୋଳନ ୮ଟା ୩୦ରେ ହେବ ବୋଲି ନିଷ୍ପତି ଗ୍ରହଣ କରାଯାଇଥିଲା । ବ୍ଳକ ଅଧ୍ୟକ୍ଷା ଝୁନା ଜେନା ଜେନେରାଲ ପତାକା ଉତ୍ତୋଳନ କରିବାକୁ ସ୍ଥିର କରାଯାଇଥିଲା । ବିଭିନ୍ନ ବିଦ୍ୟାଳୟ ସ୍ତରୀୟ ପ୍ରତିଯୋଗିତା ୧୯ ତାରିଖରେ କିଶୋର ଚନ୍ଦ୍ର ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହେବା ପାଇଁ ସ୍ଥିର କରାଯାଇଥିଲା । ସମସ୍ତ ବିଭାଗୀୟ ଅଧିକାରୀ, ମହାବିଦ୍ୟାଳୟ ତଥା ସ୍ବେଚ୍ଛାସେବୀ ସଙ୍ଗଠନର କର୍ମକର୍ତ୍ତା ଏହି କାର୍ଯ୍ୟକ୍ରମରେ ସହଯୋଗ କରିବାକୁ ବିଡ଼ିଓ ନିବେଦନ କରିଥିଲେ ।

Leave a Reply

Your email address will not be published. Required fields are marked *