ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଦ୍ମ ବେଶ
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଦୁର୍ଲଭ ପଦ୍ମବେଶ ଅନୁଷ୍ଠିତ ହେବ। ବଡସିଂହାର ନୀତିରେ ଏହି ପଦ୍ମବେଶରେ ବିଭୂଷିତ ହେବେ ଚତୁର୍ଦ୍ଧାବିଗ୍ରହ। ଶ୍ରୀଜୀଉଙ୍କ ବିଭିନ୍ନ ଚିତାକର୍ଷକ ବେଶ ମଧ୍ୟରୁ ଏହି ପଦ୍ମବେଶ ଅନନ୍ୟ। ପରମ୍ପରା ଅନୁଯାଇ ମାଘ ମାସ ଶୁକ୍ଳପକ୍ଷ ପ୍ରତିପଦା ଠାରୁ ବସନ୍ତପଞ୍ଚମୀ ମଧ୍ୟରେ ଯେଉଁ ଦିନ ବୁଧବାର କିମ୍ୱା ଶନିବାର ପଡିଥାଏ ସେହିଦିନ ମହାପ୍ରଭୁଙ୍କର ପଦ୍ମବେଶ ଅନୁଷ୍ଠିତ ହୋଇଥାଏ। ସେହି ଅନୁଯାଇ ଆଜି ମହାପ୍ରଭୁଙ୍କ ପଦ୍ମବେଶ ଅନୁଷ୍ଠିତ ହେବ। ମୁଣ୍ଡ ଠାରୁ ପାଦ ପର୍ଯ୍ୟନ୍ତ ଅର୍ଥାତ ଆପାଦ ମସ୍ତକ ପଦ୍ମ ଫୁଲରେ ବିଭୂଷିତ ହେବେ ଚତୁର୍ଦ୍ଧାବିଗ୍ରହ। ସୋଲ,ଜରି,କନା,କଇଥ ଅଠାରେ ପ୍ରସ୍ତୁତ ପଦ୍ମବେଶକୁ ବଡଛତା ମଠ ପକ୍ଷରୁ ପ୍ରସ୍ତୁତ କରାଯାଇଥାଏ। କୀରୀଟ,ଚୂଳ, ହୃଦପଦକ, କରପଲ୍ଲବ,ଶ୍ରୀମୁଖ ପଦ୍ମରେ ବିଭୂଷିତ ହୋଇ ଝଲସିବେ ମହାପ୍ରଭୁ। ତେବେ ଭକ୍ତ ମନୋହର ଦାସଙ୍କ ସ୍ମୃତିରେ ପଦ୍ମବେଶ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଥିବା ବେଳେ ଏହା ପଛରେ ଅନେକ ତତ୍ୱ ରହିଛି।
