ଲବଣଗିରି ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

ଜଟଣୀ ତା ୭-୨-୨୬ ଜଟଣୀ ବ୍ଲକ ଅନ୍ତର୍ଗତ ଜାମୁକୋଳି ଗ୍ରାମସ୍ଥିତ ଲବଣ ଗିରି ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଏବଂ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି।ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଶାନ୍ତ କୁମାର ପଟ୍ଟନାୟକ ଏହି ଉତ୍ସବରେ ପୌରହିତ୍ୟ କରିଥିବା ବେଳେ ପୂର୍ବତନ ଶିକ୍ଷକ ଶଙ୍କର ମହାପାତ୍ର ଓ ଶରତ ଚନ୍ଦ୍ର ପାଇକରାୟ ମଞ୍ଚ ପରିଚାଳନା କରିଥିଲେ। ପୂର୍ବତନ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନିର୍ଦ୍ଦେଶକ ଡ଼ ଶରତ କୁମାର ବିଶ୍ୱାଳ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଜଟଣୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ଯୋଗେଶ ଚନ୍ଦ୍ର ସାମନ୍ତସିଂହାର ମୁଖ୍ୟ ବକ୍ତା ଭାବେ ଯୋଗ ଦେଇ ଛାତ୍ର ଛାତ୍ରୀ ମାନଙ୍କୁ ସୁନାଗରିକ ହୋଇ ଦେଶର ଟେକ ରଖିବାକୁ ପରାମର୍ଶ ଦେଇଥିଲେ। ସମ୍ମାନୀତ ଅତିଥି ଭାବେ ରୋଟାରୀଆନ ସୁଧାଂଶୁ ଶେଖର ହରିଚନ୍ଦନ, ଭୁବନେଶ୍ୱର ସାଂସଦଙ୍କ ପ୍ରତିନିଧି ମନୋଜ କୁମାର ନନ୍ଦ, ପରିବେଶବିତି ସନ୍ତୋଷ ଚନ୍ଦ୍ର କର ପ୍ରମୁଖ ଯୋଗ ଦେଇଥିଲେ। ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ହାସଲ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ଅତିଥିମାନେ ପୁରସ୍କାର ପ୍ରଦାନ କରିଥିଲେ। ବିଦ୍ୟାଳୟର ବରିଷ୍ଠ ଶିକ୍ଷୟିତ୍ରୀ ଶ୍ରୀମତୀ ଦେବସ୍ମିତା ପ୍ରଧାନଙ୍କୁ ବିଦ୍ୟାଳୟ ପକ୍ଷରୁ ସମ୍ବର୍ଦ୍ଧନା ଦିଆଯାଇଥିଲା। ଛାତ୍ର ଛାତ୍ରୀମାନଙ୍କ ଦ୍ୱାରା ରଙ୍ଗା ରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।

Leave a Reply

Your email address will not be published. Required fields are marked *