ରଥଯାତ୍ରା ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ରଥଯାତ୍ରା ପ୍ରସ୍ତୁତି ବୈଠକ ଅନୁଷ୍ଠିତ।
ପୁରୀ ୧୧/୨ ଜୁଲାଇ ୧୬ ତାରିଖରେ ଚଳିତ ବର୍ଷର ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା।ଦେବସ୍ନାନ ପୂର୍ଣ୍ଣିମା ଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ସମସ୍ତ କାର୍ଯ୍ୟ କୁ ଶୃଙ୍ଖଳିତ ଭାବେ ପରିଚାଳନା ପାଇଁ ଏକ ପ୍ରସ୍ତୁତି ବୈଠକ ଆଜି ଅପରାହ୍ନରେ ସର୍କିଟ ହାଉସ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଧ୍ୟକ୍ଷତା କରି ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡା ଗତ ରଥଯାତ୍ରା ର ଅଭିଜ୍ଞତା କୁ ଉପଯୋଗ କରି ଚଳିତ ବର୍ଷ ସମସ୍ତ କାର୍ଯ୍ୟ କୁ ସମ୍ମିଳିତ ଉଦ୍ୟମ ରେ ସଫଳ କରିବାକୁ ପରାମର୍ଶ ଦେଇଥିଲେ।ମୁଖ୍ୟ ଶାସନ ସଚିବ ଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇସାରିଛି ଓ ତାହାର ବିବରଣୀ ଆଧାର ରେ ଆମକୁ ଯୋଜନା ପ୍ରସ୍ତୁତ କରିବାକୁ ପଡିବ ବୋଲି ଜିଲ୍ଲାପାଳ କହିଥିଲେ।ବିଭିନ୍ନ ବିଭାଗ କୁ ଯେଉଁ ଦାୟିତ୍ୱ ଦିଆଯାଉଛି ତାହାକୁ ଅଗ୍ରାଧିକାର ଭିତ୍ତିରେ ସମ୍ପୂର୍ଣ୍ଣ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ।ରଥକାଠ ସଂଗ୍ରହ, ରଥ ନିର୍ମାଣ, ରଥଖଳା ପରିଷ୍କାର, ରଥଯାତ୍ରା ନିମନ୍ତେ ବିଭିନ୍ନ ସାମଗ୍ରୀ ସଂଗ୍ରହ ଓ ଯୋଗାଣ, ରଥକପଡା ସଂଗ୍ରହ, ନୀତି ସଂପାଦନ, ସ୍ୱାସ୍ଥ୍ୟ ଓ ପରିମଳ ବ୍ୟବସ୍ଥା, ପାନୀୟ ଜଳ ଯୋଗାଣ, ବିଦ୍ୟୁତ ଯୋଗାଣ, ପରିବହନ ବ୍ୟବସ୍ଥା, ରାସ୍ତା ଘାଟ ମରାମତି ଓ ଉନ୍ନତି କରଣ, ରେଲୱେ ଓଭର ବ୍ରିଜ ନିର୍ମାଣ କାର୍ଯ୍ୟ ତ୍ବରାନ୍ବିତ,ସ୍ନାନ ଯାତ୍ରା ପାଇଁ ବ୍ୟାରିକେଡ ବ୍ୟବସ୍ଥା,ଶ୍ରୀଗୁଣ୍ଡିଚା ମନ୍ଦିର ନିକଟରେ ରଥ ଲାଗିବା ପରେ ବ୍ୟାରିକେଡ ନିର୍ମାଣ, ଡ୍ରେନ ମରାମତି, ପାର୍କିଂ ସ୍ଥଳ ଚିହ୍ନଟ, ଉନ୍ନତି କରଣ,ଅଧିକ ପାର୍କିଂ ସ୍ଥାନ ଚିହ୍ନଟ, ଶାନ୍ତି ଶୃଙ୍ଖଳା ରକ୍ଷା, ସୂଚନା ଓ ପ୍ରସାରଣ ବ୍ୟବସ୍ଥା, ସ୍ୱେଛାସେବୀ ନିୟୋଜନ ଇତ୍ୟାଦି ସମ୍ବନ୍ଧ ରେ ବିସ୍ତୃତ ଆଲୋଚନା ହେବା ସହ ସମ୍ପୃକ୍ତ ବିଭାଗ ମାନେ କାର୍ଯ୍ୟ ତ୍ୱରାନ୍ୱିତ ପାଇଁ ଜିଲ୍ଲାପାଳ ପରାମର୍ଶ ଦେବା ସହ ନିର୍ଦ୍ଧାରିତ ସମୟ ପୂର୍ବରୁ ପ୍ରଦାନ କରାଯାଇଥିବା କାର୍ଯ୍ୟ କୁ ସଂପୃକ୍ତ ବିଭାଗ ସମ୍ପର୍ଣ୍ଣ କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ।
ଏହି ବୈଠକରେ ଅନ୍ୟ ମାନଙ୍କ ମଧ୍ୟରେ ଏସପି ପ୍ରତୀକ ସିଂ,ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା, ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ନିଳମାଧବ ଭୋଇ, ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁ, ଉନ୍ନୟନ ପ୍ରଶାସକ ଦେବେନ୍ଦ୍ର ନାଥ ସାହୁ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି,ପୌର ନିର୍ବାହୀ ଅଧିକାରୀ ଅଭିମନ୍ୟୁ ବେହେରା, ପିକେଡିଏ ସେକ୍ରେଟାରୀ ଦିଲ୍ଲୀପ କୁମାର ମହାରଣା, ଉପଜିଲ୍ଲାପାଳ ରାଜ କିଶୋର ଜେନା,ସିଡିଏମଓ ଡା ଅକ୍ଷୟ କୁମାର ଶତପଥୀ, କମାଣ୍ଡାଣ୍ଟ ତାପସ କୁମାର ଦାସ, ଆସିଷ୍ଟାଣ୍ଡ କମାଣ୍ଡାଣ୍ଟ କୌଶିକ ନାୟକ,ଅତିରିକ୍ତ ଏସ ପି ଦେବୀ ପ୍ରସାଦ ପ୍ରତାପ,ଡେପୁଟି କଲେକ୍ଟର ପ୍ରଶାନ୍ତ କୁମାର ଜେନା, ପ୍ରିୟଦର୍ଶିନୀ ମଲ୍ଲିକ, ଅନୁଶ୍ରବ ଗନ୍ତାୟତ, ଡେପୁଟି ଉନ୍ନୟନ ପ୍ରଶାସକ ରଞ୍ଜନ କୁମାର ବେହେରା,ସିଟି ଡିଏସପି ରଶ୍ମି ରଞ୍ଜନ ମହାପାତ୍ର ଓ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଆଲୋଚନା ରେ ଅଂଶ ଗ୍ରହଣ କରିଥିଲେ।

Leave a Reply

Your email address will not be published. Required fields are marked *