ସାମାଜିକ ସୁରକ୍ଷା ଭତ୍ତା ପ୍ରଦାନ କାର୍ଯ୍ୟକ୍ରମ

ପୁରୀ ଜିଲ୍ଲା ନିମାପଡା ପଞ୍ଚାୟତ ସମିତି ଦ୍ୱାରା ସାମାଜିକ ସୁରକ୍ଷା ଭତ୍ତା ପ୍ରଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି | ଏହି ଅବସରରେ ନୂତନ ଭାବେ ମୋଟ ୨୮୨ ଜଣଙ୍କୁ ମଧୁବାବୁ ପେନସନ ଯୋଜନା ଏବଂ ୧୨୦ ଜଣଙ୍କୁ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମରେ ଅନ୍ତର୍ଭୁକ୍ତ କରାଯାଇ ଭତ୍ତା ପ୍ରଦାନ କରାଯାଇଥିଲା । କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ଯୋଗଦେଇ ୮୮୪ ଜଣଙ୍କୁ ନୂଆ ରାସନ୍‌ କାର୍ଡ ପ୍ରଦାନ କରିଥିଲେ । କାର୍ଯ୍ୟକ୍ରମରେ ନିମାପଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦ ଉପାଧ୍ୟକ୍ଷ ସନ୍ତୋଷ କୁମାର ଦାଶ, ନିମାପଡ଼ା ବ୍ଲକ୍‌ ଉନ୍ନୟନ ଅଧିକାରୀ ଅଭିଜିତ ଷଡ଼ଙ୍ଗୀଙ୍କ ସମତେ ଶତାଧିକ ହିତାଧିକାରୀ ଏବଂ ସମସ୍ତ ପଞ୍ଚାୟତର ଜନପ୍ରତିନିଧି ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *