ଥୁଆମୂଳ ରାମପୁର ବ୍ଲକସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ
ଭବାନୀପାଟଣା : ତା. ୧୬.୦୩.୨୦୨୬ – ଥୁଆମୂଳ ରାମପୁର ବ୍ଲକସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ବ୍ଲକ କାର୍ଯ୍ୟାଳୟ ସ୍ଥିତ ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିରରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଏବଂ ଆରକ୍ଷୀ ଅଧିକ୍ଷକ ନାଗରାଜ ଦେବାରକୋଣ୍ଡା ଯୋଗଦେଇ ଲୋକଙ୍କର ଆପତ୍ତି ଅଭିଯୋଗର ଶୁଣାଣୀ କରିଥିଲେ । ଏହି ଶିବିରରେ ବ୍ଲକ ର ବିଭିନ୍ନ ଅଞ୍ଚଳରୁ ଆସିଥିବା ୭୪ ଗୋଟି ଆପତ୍ତି ଅଭିଯୋଗର ପଞ୍ଜୀକରଣ କରାଯାଇଥିଲା ସେଥି ମଧ୍ୟରୁ ବ୍ୟକ୍ତିଗତ ୪୨ ଗୋଟି ଓ ସାମୂହିକ ୨୯ ଗୋଟି ରହିଥିବା ବେଳେ ୨୨ ଗୋଟି ଆପତ୍ତି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା । ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୩ ଜଣଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା ।

ଏହି ଶିବିରରେ ଘରଡିହ, ଭତ୍ତା, ପାନୀୟଜଳ, ଜମିବିବାଦ, ରେଶନ କାର୍ଡ, ଶିକ୍ଷା, ସ୍ଵାସ୍ଥ୍ୟ, କୃଷି, ବେସାମରିକ ଯୋଗାଣ, ଜଳସେଚନ, ସାମାଜିକ ସୁରକ୍ଷା, ଗ୍ରାମ୍ୟ ଉନ୍ନୟନ, ତହସିଲ, ବ୍ଲକ ଇତ୍ୟାଦି ବିଭାଗୀୟ ଅଧୀନରେ କାର୍ଯ୍ୟକାରୀ ହେବାକୁ ଥିବା ସମ୍ପର୍କିତ ଆପତ୍ତି ଅଭିଯୋଗର ଶୁଣାଣି କରି ଏହି ସବୁ ସମସ୍ୟାର ତୁରନ୍ତ ସମାଧାନ କରିବା ନିମନ୍ତେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ଏଥି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ଏହି ଶିବିରରେ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ସ୍ମୃତି ରଞ୍ଜନ ପ୍ରଧାନ, ଉପଜିଲ୍ଲାପାଳ ଭବାନୀପାଟଣା ପ୍ରଭାତ କୁମାର ପରିଡା, ସ୍ଥାନୀୟ ବ୍ଲକ ଉନ୍ନୟନ ଅଧିକାରୀ ଓ ତହସିଲଦାର ଙ୍କ ସମେତ ବିଭିନ୍ନ ବିଭାଗୀୟ ଜିଲ୍ଲାସ୍ତରୀୟ ଏବଂ ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।
