ଅଗଷ୍ଟ ୩ ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ଭୁବନେଶ୍ୱର, ତା-୦୧.୦୮.୨୦୨୬ ଆସନ୍ତା ସୋମବାର ଅଗଷ୍ଟ ୩ ତାରିଖରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ “ଜନ ଅଭିଯୋଗ ଶୁଣାଣି” କାର୍ଯ୍ୟକ୍ରମ ବନ୍ଦ ରହିବ । ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଆସନ୍ତା ସୋମବାର ତା-୦୩.୦୮.୨୦୨୬ ରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ l ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇଦିଆଯିବ । ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
