ଲାଲକିଲ୍ଲାର ପ୍ରାଚୀରରୁ ୮୦ତମ ସ୍ୱାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
ଲାଲକିଲ୍ଲାର ପ୍ରାଚୀରରୁ ୮୦ତମ ସ୍ୱାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
ମୋର ପ୍ରିୟ ଦେଶବାସୀ,
ଆଜି ଆମେ ସମସ୍ତେ ଅଶୀତମ ସ୍ୱାଧୀନତା ଦିବସ ପାଳନ କରୁଛୁ। ଆଜି ପ୍ରତ୍ୟେକଟି ହୃଦୟର ସ୍ପନ୍ଦନ ବନ୍ଦେ ମାତରମ ନାଦରେ ପ୍ରତିଧ୍ୱନିତ ହେଉଛି। ଆଜି ଦେଶର ପ୍ରତିଟି ଘରେ ତ୍ରିରଙ୍ଗା ଉଡ଼ୁଛି, ଆଉ ପ୍ରତିଟି ମନ ମଧ୍ୟ ତ୍ରିରଙ୍ଗା ହୋଇଛି । ଆଉ, ଦେଶ ଆଜି ଉତ୍ସାହ ତଥା ଉଦ୍ଦୀପନା ସହିତ ନୂତନ ସଂକଳ୍ପର ନେଇ ଆଗକୁ ବଢ଼ୁଛି। ଆପଣମାନଙ୍କୁ ସ୍ୱାଧୀନତା ଦିବସର ଅନେକ ଅନେକ ଶୁଭକାମନା। ଦେଶ ଆଜି ସେହି ମହାନ ସୁପୁତ୍ରମାନଙ୍କୁ ପୁଣ୍ୟ ସ୍ମରଣ କରୁଛି, ଯେଉଁମାନେ ଦେଶର ସ୍ୱାଧୀନତା ପାଇଁ ତ୍ୟାଗ ଓ ବଳିଦାନର ପରାକାଷ୍ଠା ଦେଖାଇଛନ୍ତି।, ନିଜର ତପସ୍ୟା, ତ୍ୟାଗ ଏବଂ ବଳିଦାନ ଜରିଆରେ ସ୍ୱାଧୀନତାର ସେହି ଏକମାତ୍ର ଲକ୍ଷ୍ୟକୁ ନେଇ ନିଜର ସମଗ୍ର ଜୀବନ ଉତ୍ସର୍ଗ କରି ଦେଇଥିଲେ । ପୂଜ୍ୟ ବାପୁଙ୍କ ସମେତ ସମସ୍ତ ସ୍ୱାଧୀନତା ସଂଗ୍ରାମୀ ଏବଂ ବଳିଦାନର ମହାନ ପରମ୍ପରାକୁ ଜାଗ୍ରତ କରିଥିବା କ୍ରାନ୍ତିକାରୀମାନଙ୍କୁ ଆଜି ମୁଁ ଶ୍ରଦ୍ଧାପୂର୍ବକ ପ୍ରଣାମ କରୁଛି। ଆଜି ଯେଉଁମାନେ ଏହି ସମାରୋହରେ ଉପସ୍ଥିତ ଅଛନ୍ତି, ସେ ସମସ୍ତଙ୍କ ପାଇଁ ଆଜି ଏକ ଐତିହାସିକ ମୁହୂର୍ତ୍ତ ମଧ୍ୟ । ସ୍ୱାଧୀନତା ପରେ ଏଇ ଅଗଷ୍ଟ ୧୫ ତାରିଖରେ ଲାଲକିଲ୍ଲାରେ ପ୍ରଥମ ଥର ପାଇଁ ବନ୍ଦେ ମାତରମ ଗୁଞ୍ଜରିତ ହେଉଛି। ଆଜି ଯେତେବେଳେ ଆମେ ସାରା ଦେଶବାସୀ ବନ୍ଦେମାତରମର ୧୫୦ ବର୍ଷ ପାଳନ କରୁଛୁ, ଏହାଠାରୁ ବଳି ଉତ୍ତମ ସୁଯୋଗ ଆଉ କ’ଣ ହୋଇପାରେ ?
ମୋର ପ୍ରିୟ ଦେଶବାସୀ,
ବିଗତ କିଛି ଦିନ ହେବ ଦେଶର କେତେକ ଅଞ୍ଚଳରେ ବନ୍ୟାର ପ୍ରକୋପ ଦେଖାଦେଇଛି, ଭୂସ୍ଖଳନ ହୋଇଛି, ଏଥିରେ ଅନେକ ପରିବାର ପ୍ରଭାବିତ ହୋଇଛନ୍ତି। ସେମାନଙ୍କର ଦୁଃଖ କଷ୍ଟକୁ ଆମେ ଭଲ ଭାବରେ ଅନୁଭବ କରୁଛୁ। ପୀଡ଼ିତ ପରିବାରଙ୍କୁ ମୁଁ ବିଶ୍ୱାସ ଦେଉଛି ଯେ, ଆଜି ସାରା ଦେଶ ସେମାନଙ୍କ ସହ ଠିଆ ହୋଇଛି।
ମୋର ପ୍ରିୟ ଦେଶବାସୀ,

ଯେତେବେଳେ କୌଣସି ରାଷ୍ଟ୍ର ମହାନ ହୁଏ, ସେତେବେଳେ ଏହା ନିଜର ସିଦ୍ଧିଗୁଡ଼ିକୁ ହାସଲ କରିଥାଏ, ସେତେବେଳେ ଏହା ନିଜର ସ୍ୱପ୍ନ, ନିଜର ସଂକଳ୍ପ ଏବଂ ନିଜର ସାମର୍ଥ୍ୟ ବଳରେ ଆଗକୁ ବଢ଼େ ।
ମୋର ପ୍ରିୟ ଦେଶବାସୀ,
ଏବେ, ଛୋଟ ସ୍ୱପ୍ନ ଦେଖିଲେ ଚଳିବ ନାହିଁ। ଆମକୁ ବଡ଼ ସ୍ୱପ୍ନ ଦେଖିବାକୁ ହେବ, କାରଣ ବଡ଼ ସ୍ୱପ୍ନ ଆମର ବିଚାରକୁ ପ୍ରସାରିତ କରେ, ତାହା ଆମର ବିଚାରଧାରାର ଦିଗବଳୟକୁ ଆହୁରି ବିସ୍ତୃତ କରେ। ଏହା ହିଁ ଆମର ସଂକଳ୍ପ ହେବା ଉଚିତ। ସଂକଳ୍ପ ଦୃଢ଼ ହେଲେ, କଷ୍ଟକର ପରିସ୍ଥିତି ଏବଂ ବିପତ୍ତି ମଧ୍ୟରୁ ବାଟ କାଢ଼ିବାର ସାମର୍ଥ୍ୟ ଆପେ ଆପେ ପ୍ରକଟ ହୋଇଥାଏ।
ଆଉ ମୋର ପ୍ରିୟ ଦେଶବାସୀ,
ଆମର ସଂକଳ୍ପ ମଧ୍ୟ ଉଚ୍ଚ ହେବା ଉଚିତ, କାରଣ ସ୍ୱପ୍ନ ଯେତେ ଉଚ୍ଚା ହୁଏ ଏବଂ ସଂକଳ୍ପ ଯେତେ ବଡ଼ ହୁଏ, ଆମ ସାମର୍ଥ୍ୟ ଏବଂ ଆମ ପ୍ରୟାସର ଉଚ୍ଚତା ମଧ୍ୟ ସେତିକି ବୃଦ୍ଧି ପାଏ। ଆମ ପ୍ରୟାସର ଉଚ୍ଚତା ବଢ଼ିଲେ ଯାଇ ଆମେ ଆମର ସ୍ୱପ୍ନକୁ ସାକାର କରିପାରିବା ।
ମୋର ପ୍ରିୟ ଦେଶବାସୀ,
ଆଜି ଭାରତ ମଧ୍ୟ ଏକ ବହୁତ ବଡ଼ ସ୍ୱପ୍ନ ଦେଖିଛି, ଦୃଢ଼ ସଂକଳ୍ପ ସହିତ ଦେଖିଛି। ନୂତନ ଶିଖରକୁ ଛୁଇଁବା ପାଇଁ ଏ ସ୍ୱପ୍ନ ଦେଖିଛି, ସେ ସ୍ୱପ୍ନଟି ହେଉଛି ୨୦୪୭ ମସିହାର, ଯେତେବେଳେ ଦେଶ ସ୍ୱାଧୀନତାର ଶହେ ବର୍ଷ ପୂରଣ କରିବ। ଆମେ ନିଶ୍ଚୟ ବିକଶିତ ଭାରତ ଗଢ଼ି ତୋଳିବା । ୧୪୦ କୋଟି ଦେଶବାସୀଙ୍କ ପୁରୁଷାର୍ଥ ବଳରେ ଆମକୁ ଏହି ଲକ୍ଷ୍ୟ ହାସଲ କରିବାକୁ ହେବ। ଯେତେବେଳେ ବିଶ୍ୱର ସବୁଠାରୁ ବଡ଼ ଜନସଂଖ୍ୟା ବିଶିଷ୍ଟ ଦେଶ ବିକଶିତ ହେବାର ସଂକଳ୍ପ ନିଏ, ଏହା ଦୁନିଆ ନଜରରେ ମଧ୍ୟ ଆମ ସାହସର ପରିଚାୟକ ହୋଇଯାଏ। ଦୁନିଆ ଆମ ପ୍ରତି ଦେଖିବାର ଦୃଷ୍ଟିକୋଣ ବଦଳାଇବାକୁ ବାଧ୍ୟ ହୋଇଯାଏ।
ପ୍ରିୟ ଦେଶବାସୀ,
ମୁଁ ଏହାକୁ ଏମିତି କହୁନାହିଁ। ଗତ ୧୨ ବର୍ଷ ମଧ୍ୟରେ ଦେଶର କୋଟି କୋଟି ନାଗରିକ, ସେମାନେ ଦଳିତ ହୁଅନ୍ତୁ କି ପୀଡ଼ିତ ହୁଅନ୍ତୁ, ବଞ୍ଚିତ, ଆଦିବାସୀ ଅଥବା ଗାଁରେ ରହୁଥିବା ଲୋକ ହୁଅନ୍ତୁ କିମ୍ବା ସହରବାସୀ। ଗରିବ ହୁଅନ୍ତୁ, ମଧ୍ୟମ ବର୍ଗର ହୁଅନ୍ତୁ, ଯୁବକ କିମ୍ବା ବୃଦ୍ଧ ହୁଅନ୍ତୁ, ନାରୀ କିମ୍ବା ପୁରୁଷ ହୁଅନ୍ତୁ, ଉତ୍ତର କିମ୍ବା ଦକ୍ଷିଣ, ପୂର୍ବ କିମ୍ବା ପଶ୍ଚିମର ଲୋକ ହୁଅନ୍ତୁ । ଗତ ୧୨ ବର୍ଷ ମଧ୍ୟରେ ପ୍ରତ୍ୟେକ ବ୍ୟକ୍ତି ଗୋଟିଏ ସଂକଳ୍ପ ଏବଂ ସମର୍ପଣ ଭାବନା ସହିତ ଦେଶକୁ ଏକ ନୂତନ ଶିଖରକୁ ନେଇଯିବା ପାଇଁ ସବୁ ପ୍ରକାର ପ୍ରୟାସ କରିଛନ୍ତି । ମୁଁ ସେମାନଙ୍କର ପ୍ରୟାସକୁ ଆଦରର ସହିତ ସ୍ୱୀକାର କରୁଛି । ଏହାର ପରିଣାମସ୍ୱରୂପ, ଏତେ କମ୍ ସମୟ ମଧ୍ୟରେ ୨୫ କୋଟି ଦେଶବାସୀ ଦାରିଦ୍ର୍ୟକୁ ପରାସ୍ତ କରି ଏଥିରୁ ମୁକ୍ତ ହୋଇପାରିଛନ୍ତି । ଏକଦା ଆମେ ଦୁର୍ବଳ ପାଞ୍ଚଟି ଦେଶ ମଧ୍ୟରେ ଗଣାଯାଉଥିଲୁ । କିନ୍ତୁ ଦେଶବାସୀଙ୍କ ପ୍ରୟାସ କାରଣରୁ ମାତ୍ର ୧୨ ବର୍ଷରେ ଆମେ ପ୍ରମୁଖ ଅର୍ଥ୍ୟବସ୍ଥାଗୁଡ଼ିକ ମଧ୍ୟରେ ଦ୍ରୁତ ପ୍ରଗତିଶୀଳ ଅର୍ଥବ୍ୟବସ୍ଥା ପାଲଟି ଯାଇଛୁ।
ସାଥୀମାନେ,
ଦେଶ ସ୍ୱାଧୀନ ହେଲା, ବହୁତ ସାରା ସ୍ୱପ୍ନ ନେଇ ଦେଶ ସ୍ୱାଧୀନ ହେଲା। କିନ୍ତୁ ଆମେ ବିକାଶର ଗତି ଧରିପାରିଲୁ ନାହିଁ, ଆଗକୁ ବଢ଼ିପାରିଲୁ ନାହିଁ । ସବୁକିଛି ଏମିତି ‘ହୁଏ, ଚାଲେ’, ଭଳି ମନ୍ଥର ଭାବେ ଆଗକୁ ବଢ଼ିଲା । ଆରେ, ହୋଇଯିବ… ଦେଖାଯିବ… ଆମେ ସେଇଥିରେ ହିଁ ହଜି ଗଲୁ। ୨୦୧୪ ମସିହା ବେଳକୁ ତ’ ସମଗ୍ର ବିଶ୍ୱ ଆମକୁ ‘ଫ୍ରେଜାଇଲ୍ ଫାଇଭ୍’ ଶ୍ରେଣୀରେ ଫିଙ୍ଗି ଦେଇଥିଲା। ଏଭଳି ସମୟରେ ବିଗତ ୧୨ ବର୍ଷ ମଧ୍ୟରେ ଭାରତ ଏକ ନୂଆ ଗତି ଧରିଛି। ଆମେ ଦ୍ରୁତ ଗତିରେ ଆଗକୁ ବଢ଼ୁଛୁ ଏବଂ ଏହା ହେଉଛି ଦେଶବାସୀଙ୍କ ସଂକଳ୍ପ ଯେ ଏବେ ୧୪୦ କୋଟି ଦେଶବାସୀଙ୍କ ସଂକଳ୍ପ ଓ ସାମର୍ଥ୍ୟକୁ ରୋକିବା ଅସମ୍ଭବ ।
ପ୍ରିୟ ଦେଶବାସୀ,
ବିଗତ ୧୨ ବର୍ଷ ମଧ୍ୟରେ ପ୍ରତିରକ୍ଷା ଉତ୍ପାଦନ ପ୍ରାୟ ୪ ଗୁଣ ବୃଦ୍ଧି ପାଇଛି । ଖଦୀ ଏବଂ ଗ୍ରାମୋଦ୍ୟୋଗ ଉତ୍ପାଦନ ପାଞ୍ଚ ଗୁଣ ବଢ଼ିଛି । ଇଲେକ୍ଟ୍ରୋନିକ୍ ଉତ୍ପାଦନ ପ୍ରାୟ ସାତ ଗୁଣ ବଢ଼ିଛି ଏବଂ ଆଧୁନିକ ରେଳବାଇ କୋଚ୍ ନିର୍ମାଣ ଏକୋଇଶ ଗୁଣ ବୃଦ୍ଧି ପାଇଛି । ମୋବାଇଲ୍ ଫୋନ୍ ଉତ୍ପାଦନ ୩୩ ଗୁଣ ବୃଦ୍ଧି ପାଇଛି । କେବଳ ଏତିକି ନୁହେଁ, ଆଧୁନିକ ଯୁଗକୁ ଦୃଷ୍ଟିରେ ରଖି ଡିଜିଟାଲ୍ ଏବଂ ଇନୋଭେସନ ଦୁନିଆରେ ମଧ୍ୟ ଆମେ ନିଜର ବିଜୟ ପତାକା ଉଡ଼ାଇଛୁ । ଇଣ୍ଟରନେଟ୍ ବ୍ୟବହାରକାରୀ ଏବଂ ଉପଭୋକ୍ତାଙ୍କ ସଂଖ୍ୟା ପ୍ରାୟ ୪ଗୁଣ ବଢ଼ିଛି, ପେଟେଣ୍ଟ୍ ଅନୁମୋଦନ ସଂଖ୍ୟା୪ ଗୁଣ ବୃଦ୍ଧି ପାଇଛି ଏବଂ ଡିଜିଟାଲ୍ ନେଣଦେଣ ଶହେ ଗୁଣ ବଢ଼ିଛି । ସାଧାରଣ ଲୋକଙ୍କ ସୁବିଧା ଦିଗରେ ମଧ୍ୟ ଆମେ ସେତିକି ଗମ୍ଭୀରତାର ସହ କାର୍ଯ୍ୟ କରିଛୁ। ପ୍ରତିବର୍ଷ ହାରାହାରି ୧୫ ଗୁଣ ଅଧିକ ବେଗରେ ଆମେ ନଳରୁ ଜଳ ସଂଯୋଗ ଦେଇଛୁ। ବାର୍ଷିକ ହାରାହାରି ୬ ଗୁଣ ଅଧିକ ବେଗରେ ଲୋକମାନଙ୍କୁ ଗ୍ୟାସ ସଂଯୋଗ ଦିଆଯାଇଛି । ପ୍ରତିବର୍ଷ ୪ ଗୁଣ ବେଗରେ ଗରିବଙ୍କ ପାଇଁ ଶୌଚାଳୟ ନିର୍ମାଣ କରାଯାଇଛି । ବାର୍ଷିକ ତିନି ଗୁଣ ଅଧିକ ବେଗରେ ଗରିବମାନଙ୍କୁ ଘର ଯୋଗାଇ ଦେବାର କାର୍ଯ୍ୟ କରାଯାଇଛି । ଦେଶର ପ୍ରଶାସନରେ ମଧ୍ୟ ବହୁତ ପରିବର୍ତ୍ତନ ଆସିଛି । ହଜାର ହଜାର ସଂଖ୍ୟାରେ ଅନୁପାଳନ ଉଚ୍ଛେଦ କରାଯାଇଛି। ଶହ-ଶହ ସଂଖ୍ୟାରେ ପୁରୁଣା ଆଇନ ଉଚ୍ଛେଦ କରାଯାଇଛି। ବିଗତ ଶତାବ୍ଦୀର ଆଇନରେ ଏକବିଂଶ ଶତାବ୍ଦୀ ଚାଲିପାରିବ ନାହିଁ । ଆମେ ଆଧୁନିକ ଭିତ୍ତିଭୂମି ପାଇଁ ମେଟ୍ରୋର ସମ୍ପ୍ରସାରଣ କରିଛୁ । ସାଧାରଣ ପରିବହନକୁ ଅଧିକ ଶକ୍ତିଶାଳୀ କରିଛୁ । ଯେଉଁ ଗତିରେ କାମ ହୋଇଛି, ଯେଉଁ ବ୍ୟାପକତାର ସହ କାମ ହୋଇଛି, ଏହି ସବୁ ଗତି, ଏହି ବିସ୍ତାର ଏବଂ ଏହି ଉପଲବ୍ଧି ସ୍ୱାଧୀନତା ପରେ ଏକ ବଡ଼ ସଫଳତା । ବିଗତ ଗୋଟିଏ ଦଶନ୍ଧି ମଧ୍ୟରେ ଏହା ପ୍ରଥମ ଥର ପାଇଁ ଦେଖିବାକୁ ମିଳିଛି । ଯେତେବେଳେ ଏତେଗୁଡ଼ିଏ ସଫଳତା ଆମ ସମ୍ମୁଖରେ ଏଭଳି ଦ୍ରୁତ ଗତି ଦେଖିବାକୁ ମିଳୁଥାଏ, ଦେଶବାସୀଙ୍କ ସାମର୍ଥ୍ୟ ପ୍ରତି ମୁହୂର୍ତ୍ତରେ ପ୍ରକଟ ହୁଏ। ସେତେବେଳେ ୨୦୪୭ ସୁଦ୍ଧା ବିକଶିତ ଭାରତ ଗଠନର ସଂକଳ୍ପ କଦାପି ଅଧୁରା ରହିପାରିବ ନାହିଁ । ଏ ସମସ୍ତ ପରିସଂଖ୍ୟାନ ଏ କଥାର ପ୍ରମାଣ ଦେଉଛି ଯେ ଆମେ ଆଗକୁ ବଢ଼ିବାକୁ ଯାଉଛୁ ।
ମୋର ପ୍ରିୟ ଦେଶବାସୀ,
କିନ୍ତୁ ସେଥିପାଇଁ ଆତ୍ମବିଶ୍ୱାସର ଆବଶ୍ୟକତା ରହିଛି। ଆତ୍ମଗୌରବର ଆବଶ୍ୟକତା ରହିଛି ଏବଂ ତା’ସହିତ ଆତ୍ମନିର୍ଭର ଭାରତ ହେବା ମଧ୍ୟ ଅତ୍ୟନ୍ତ ଜରୁରୀ । ସେଥିପାଇଁ ବିଗତ ବର୍ଷଗୁଡ଼ିକରେ ଆମର ଏହି ସଂକଳ୍ପ ରହିଛି ଯେ ଭାରତକୁ ଆମେ ଏବେ ଅନ୍ୟ ଦେଶ ଉପରେ ନିର୍ଭର କରି ରହିବାକୁ ଦେବା ଉଚିତ ନୁହେଁ । ଆମକୁ ଆତ୍ମନିର୍ଭରଶୀଳ ହେବାକୁ ପଡ଼ିବ । ଦୁନିଆରେ ବହୁତ କିଛି ମିଳିଥାଏ, ଶସ୍ତାରେ ମିଳିଥାଏ, ଶୀଘ୍ର ମଧ୍ୟ ମିଳିପାରେ। କିନ୍ତୁ ସେଥିରେ ଆମର ସାମର୍ଥ୍ୟ ଉପସ୍ଥାପିତ ହୋଇନଥାଏ । ଆମ ସାମର୍ଥ୍ୟର ପରୀକ୍ଷା ମଧ୍ୟ ହୋଇନଥାଏ । ସେଥିପାଇଁ ଆମକୁ ମଧ୍ୟ ନିଜର ଦକ୍ଷତା ବୃଦ୍ଧି କରିବାକୁ ହେବ, ନିଜ ସ୍ୱାର୍ଥର ସୁରକ୍ଷା ନିଜକୁ କରିବାକୁ ପଡ଼ିବ । ଆଉ ସେଥିପାଇଁ ଆତ୍ମନିର୍ଭର ଭାରତର ସଂକଳ୍ପକୁ ନେଇ ଆମେ ଅତ୍ୟନ୍ତ ଦୃଢ଼ତାର ସହିତ ଆଗକୁ ବଢ଼ୁଛୁ । ମେକ୍ ଇନ୍ ଇଣ୍ଡିଆ, ସ୍ୱଦେଶୀ, ଭୋକାଲ୍ ଫର୍ ଲୋକାଲ୍, ଏହି ସବୁ କ୍ଷେତ୍ରରେ ଆଜି ପ୍ରତ୍ୟେକ ଭାରତୀୟଙ୍କ ମନ ଯୋଡ଼ି ହେଉଛି ।
ମୋର ପ୍ରିୟ ଦେଶବାସୀ,
ମୁଁ ଆପଣମାନଙ୍କୁ ସେମିକଣ୍ଡକ୍ଟରର ଉଦାହରଣ ଦେଉଛି । ଦେଶ ସ୍ୱାଧୀନ ହେବା ପରେ ସମଗ୍ର ବିଶ୍ୱରେ ସେମିକଣ୍ଡକ୍ଟର ବିଷୟରେ ଚର୍ଚ୍ଚା ଆରମ୍ଭ ହୋଇସାରିଥିଲା । ଆମ ଦେଶରେ ମଧ୍ୟ ଏହାକୁ ନେଇ ଚର୍ଚ୍ଚା ହେଉଥିଲା, କିନ୍ତୁ ସେମିକଣ୍ଡକ୍ଟରର କୌଣସି ବଡ଼ ଯୋଜନା ଆମେ ଆଗକୁ ବଢ଼ାଇ ପାରିନଥିଲୁ। ଆଉ ଆଜିର ସ୍ଥିତି କ’ଣ? ଆଜିର ଡିଜିଟାଲ୍ ଦୁନିଆରେ, ଟେକ୍ନୋଲୋଜି କ୍ଷେତ୍ରରେ, ଚିପ୍ ର ମହତ୍ତ୍ୱକୁ ଆମେ ଭଲ ଭାବରେ ବୁଝିଛୁ । ଯେକୌଣସି ଇଲେକ୍ଟ୍ରୋନିକ୍ ସାମଗ୍ରୀ ହେଉ, ମେଡିକାଲ୍ ଇକ୍ୟୁପମେଣ୍ଟ ହେଉ କିମ୍ବା ପରିବହନ ମାଧ୍ୟମଗୁଡ଼ିକ ହେଉ ପ୍ରତ୍ୟେକ କ୍ଷେତ୍ରରେ ଚିପ୍ ଅପରିହାର୍ଯ୍ୟ ହୋଇପଡ଼ିଛି ଏବଂ ଏହି ଚିପ୍ ବିନା, ସାରା ଦୁନିଆ ଅଟକି ଯିବ, ଏଭଳି ଏକ ସ୍ଥିତି ଆଜି ସୃଷ୍ଟି ହୋଇସାରିଛି । ସେଥିପାଇଁ ଭାରତ ଆତ୍ମନିର୍ଭର ହେବା ଦିଗରେ ନିଜର ସେମିକଣ୍ଡକ୍ଟର ପ୍ଲାଣ୍ଟ, ବଡ଼ ସେମିକଣ୍ଡକ୍ଟର ପ୍ଲାଣ୍ଟ, ଏଭଳି ତିନୋଟି ସେମିକଣ୍ଡକ୍ଟର ପ୍ଲାଣ୍ଟ ଆରମ୍ଭ କରିସାରିଛି । ଆଉ ମୁଁ ଜାଣିବାକୁ ପାଇଛି, ସେଠାରେ ଯେଉଁ ଉତ୍ପାଦନ ହେଉଛି, ତାହାର ଏବେ ରପ୍ତାନି ଆରମ୍ଭ ହୋଇସାରିଛି । ମୁଁ ଦେଶବାସୀଙ୍କୁ କହିବାକୁ ଚାହୁଁଛି, ଆସନ୍ତା ସାତ-ଆଠ ବର୍ଷ ମଧ୍ୟରେ ଆହୁରି ପାଞ୍ଚ, ସାତ କିମ୍ବା ଆଠଟି ସେମିକଣ୍ଡକ୍ଟର ପ୍ଲାଣ୍ଟ ଖୁବ୍ ଶୀଘ୍ର ଆରମ୍ଭ ହେବାକୁ ଯାଉଛି। ଏହି ଆତ୍ମନିର୍ଭର ଭାରତ ଆମକୁ ବିକଶିତ-ଭାରତ ଦିଗରେ ଯିବା ପାଇଁ ଏକ ମହାମାର୍ଗ ପ୍ରଦାନ କରୁଛି ।
ମୋର ପ୍ରିୟ ଦେଶବାସୀ,
ସେହିଭଳି ଏବେ କ୍ରିଟିକାଲ ମିନେରାଲକୁ ନେଇ ଚର୍ଚ୍ଚା ହେଉଛି ଏବଂ ସମଗ୍ର ଟେକ୍ନୋଲୋଜି ଏହି ଗୁରୁତ୍ୱପୂର୍ଣ୍ଣ ଖଣିଜ ଉପରେ ହିଁ ନିର୍ଭରଶୀଳ । ଭାରତ ଏଥିରେ ମଧ୍ୟ ନିଜକୁ ସୁରକ୍ଷିତ କରିବାରେ ଲାଗିଛି । ଗୁରୁତ୍ୱପୂର୍ଣ୍ଣ ଖଣିଜର ଲକ୍ଷ୍ୟକୁ ସମସ୍ତଙ୍କୁ ଯୋଗାଇ ଦିଆଯାଉ । ଆମେ ନେସନାଲ କ୍ରିଟିକାଲ ମିନେରାଲ କାର୍ଯ୍ୟକ୍ରମ ଆରମ୍ଭ କରିଛୁ ଯେଉଁଥିରେ ଆମେ କ୍ରିଟିକାଲ ମିନେରାଲ କରିଡର ଘୋଷଣା କରିଛୁ । ଅନେକ ଦେଶ ସହ ଏଥିପାଇଁ ରାଜିନାମା ମଧ୍ୟ ହେଉଛି । ବିଶ୍ୱର ଅନେକ ଦେଶ ଏବେ ଏହି ଗୁରୁତ୍ୱପୂର୍ଣ୍ଣ ଖଣିଜ ବିଷୟରେ ଭାରତ ଉପରେ ଭରସା କରିବାକୁ ଲାଗିଲେଣି ।
ମୋର ପ୍ରିୟ ଦେଶବାସୀ,
ଯେମିତି ସେମିକଣ୍ଡକ୍ଟର କଥା ହେଉ କିମ୍ବା କ୍ରିଟିକାଲ ମିନେରାଲ ବିଷୟରେ ହେଉ, ସେମିତି ଯେଉଁ ଟେକ୍ନୋଲୋଜି ଦିଗରେ ଆମେ ଗତି କରୁଛୁ ଏବଂ ସମଗ୍ର ବିଶ୍ୱ ଆଗକୁ ବଢ଼ୁଛି, ସେଥିରେ ବିଦ୍ୟୁତ ଶକ୍ତିର ଗୁରୁତ୍ୱ ଆହୁରି ବଢ଼ିବାରେ ଲାଗିଛି । ବର୍ତ୍ତମାନ ଶକ୍ତି ବିନା ଏହି ନୂତନ ଦୁନିଆକୁ ଚଲାଇବା କଷ୍ଟକର । ଆଉ ସେଥିପାଇଁ ଚିପ୍ ହେଉ, ଏଆଇ ହେଉ କିମ୍ବା ଡାଟା ସେଣ୍ଟର ହେଉ, ଆମକୁ ବହୁତ ବଡ଼ ପରିମାଣରେ ବିଦ୍ୟୁତ୍ ଶକ୍ତିର ଆବଶ୍ୟକତା ପଡ଼ିବ । ଶକ୍ତି ସୁରକ୍ଷା, ଏହା ଆମ ସମୟର ଏକ ବଡ଼ ଆବଶ୍ୟକତା । ସେଥିପାଇଁ ଆମେ ସେ ଦିଗରେ ଗୋଟିଏ ପରେ ଗୋଟିଏ ଦୃଢ଼ ପଦକ୍ଷେପ ଗ୍ରହଣ କରିଛୁ । ଶକ୍ତି ସୁରକ୍ଷା ହାସଲ କରିବା ପାଇଁ ଏକ ବଡ଼ ମାଧ୍ୟମ ହେଉଛି ପରମାଣୁ ଶକ୍ତି, ନ୍ୟୁକ୍ଲିୟର ଏନର୍ଜି । ଆମେ ପାର୍ଲାମେଣ୍ଟରେ ଶାନ୍ତି ଆଇନ ଗୃହୀତ କରି ଏକ ନୂଆ ଲକ୍ଷ୍ୟ ହାସଲ ପାଇଁ ମାର୍ଗ ପ୍ରସ୍ତୁତ କରିସାରିଛୁ, ଯାହା ୨୦୪୭ ସୁଦ୍ଧା ଏକ ସୁଦୃଢ଼ ଭିତ୍ତି ପ୍ରଦାନ କରିବ । ଆମେ ୧୦୦ ଗିଗାୱାଟ ପରମାଣୁ ଶକ୍ତି ଲକ୍ଷ୍ୟ ନେଇ ଆଗକୁ ବଢ଼ୁଛୁ । ଏହି ଗୋଟିଏ ଦଶନ୍ଧି ମଧ୍ୟରେ ଆମେ ପାଞ୍ଚଟି ନୂଆ ନ୍ୟୁକ୍ଲିୟର ରିଆକ୍ଟର ଆରମ୍ଭ କରିବାର ଲକ୍ଷ୍ୟ ନେଇ କାମ କରୁଛୁ । ଏ ବର୍ଷ ଭାରତ ଫାଷ୍ଟ ବ୍ରିଡର୍ ନ୍ୟୁକ୍ଲିୟର ଟେକ୍ନୋଲୋଜିରେ ଦକ୍ଷତା ହାସଲ କରି ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ଅତିକ୍ରମ କରିଛି । ଫଳରେ ପରମାଣୁ ଶକ୍ତି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ହେବା ଦିଗରେ ଆମେ ଏକ ବହୁତ ବଡ଼ ସଫଳତା ଦିଗରେ ପାଦ ପକାଇଛୁ ।
ମୋର ପ୍ରିୟ ଦେଶବାସୀଗଣ,
ଅନେକ ସମୟରେ, ସମ୍ବଳର ଅଭାବ ଯୋଗୁଁ ଦେଶ ଅଟକି ନଥାଏ, କିନ୍ତୁ ଅଟକିବାର ପ୍ରକୃତ କାରଣ ହେଉଛି, ଆମ ଚିନ୍ତାଧାରାର ସୀମା। ଯେତେବେଳେ ଚିନ୍ତାଧାରା ବାନ୍ଧି ହୋଇଯାଏ ଏବଂ ସୀମା ଭିତରେ ଆବଦ୍ଧ ହେବାକୁ ଲାଗେ, ସେତେବେଳେ ଆମେ ନିଜର ସାମର୍ଥ୍ୟକୁ ମଧ୍ୟ ଚିହ୍ନି ପାରି ନଥାଉ। ଦେଶକୁ ଆଜି ଅଶୋଧିତ ତୈଳ ପାଇଁ ଅନ୍ୟ ଉପରେ ନିର୍ଭର କରିବାକୁ ପଡ଼ୁଛି । ଏହା ଆମର ଭୁଲ ଚିନ୍ତାଧାରା ଯୋଗୁଁ ହିଁ ହୋଇଛି । ଆପଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ, ଆମ ସାମୁଦ୍ରିକ ଉପକୂଳର ପ୍ରାୟ ଅନେଶତ ପ୍ରତିଶତ ଅଂଶକୁ ଏଭଳି ଚିନ୍ତାଧାରା କାରଣରୁ ନୋ ଗୋ ଏରିଆ ଘୋଷଣା କରି ରଖାଯାଇଥିଲା। ଆମେ ନିଜେ ହିଁ ସମୁଦ୍ର ଭିତରକୁ ଯାଇ ଅନୁସନ୍ଧାନ ନ କରିବା ପାଇଁ ନିଷ୍ପତ୍ତି ନେଇଥିଲୁ । ଏହି ଚିନ୍ତାଧାରା ହିଁ ଦୁର୍ବଳ ଥିଲା । ଆମେ ନିଷ୍ପତ୍ତି ନେଲୁ ଯେ ଏହା ଆଉ ଚଳିବ ନାହିଁ । ଯେଉଁ ୯୯ ପ୍ରତିଶତ ଅଞ୍ଚଳ ଦିନେ ନୋ ଗୋ ଏରିଆ ହୋଇ ରହିଥିଲା, ଆମେ ତା’କୁ ଗୋ ଏହେଡ ଏରିଆ ଭାବରେ ଉନ୍ମୁକ୍ତ କରିଦେଇଛୁ । ବର୍ତ୍ତମାନ ଆମେ ସମୁଦ୍ର ଭିତରେ ମଧ୍ୟ ଏକ୍ସପ୍ଲୋରେସନ କରିବା ଏବଂ ନୂଆ ନୂଆ ଭଣ୍ଡାର ଖୋଜିବା ଦିଗରେ ନିୟୋଜିତ ହୋଇଛୁ । ଆମେ ପ୍ରୟାସ କରୁଛୁ। ଆମେ ଗତବର୍ଷ ସେହି ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରି ସମୁଦ୍ର ମନ୍ଥନର ଘୋଷଣା କରିଥିଲୁ ଏବଂ ଗତ କିଛି ଦିନ ମଧ୍ୟରେ ଆମେ ଏହି କାର୍ଯ୍ୟ ପାଇଁ ୮୫ ହଜାର କୋଟି ଟଙ୍କା ଆବଣ୍ଟନ କରି କାମକୁ ଗତି ଦେବା ପାଇଁ ନିଷ୍ପତ୍ତି ନେଇଛୁ।
ମୋର ପ୍ରିୟ ଦେଶବାସୀ,
ଶକ୍ତି ସୁରକ୍ଷା ବିଷୟରେ ମୁଁ କହିଛି ଯେ ଆମକୁ ବିକଳ୍ପ ଉତ୍ସ ଗୁଡ଼ିକ ପ୍ରତି ମଧ୍ୟ ସମସ୍ତ ଶକ୍ତି ଲଗାଇବା ବହୁତ ଜରୁରୀ। ଆଉ ସେଥିପାଇଁ ଶକ୍ତିର ସଠିକ ବ୍ୟବହାରକୁ ବୃଦ୍ଧି କରି ଭାରତ ଆଜି ଏ ଦିଗରେ ଦ୍ରୁତ ଗତିରେ କାର୍ଯ୍ୟ କରୁଛି । ୨୦୧୪ ପୂର୍ବରୁ ଅର୍ଥାତ୍ ଆଜିଠାରୁ ୧୨ ବର୍ଷ ପୂର୍ବେ ଆମ ଦେଶର ମାତ୍ର ୭୦ଟି ସହରରେ ପାଇପ୍ ଯୋଗେ ଗ୍ୟାସ ସଂଯୋଗ ବ୍ୟବସ୍ଥା ଥିଲା, ପାଇପ୍ ଯୋଗେ ଗ୍ୟାସ ଡିଷ୍ଟ୍ରିବ୍ୟୁସନ ହେଉଥିଲା । କିନ୍ତୁ ଗତ ବାର ବର୍ଷରେ ଆମେ ଏହି ସତୁରିଟି ସହରକୁ ୭୦୦ ସହର ପର୍ଯ୍ୟନ୍ତ ପହଞ୍ଚାଇ ଦେଇଛୁ । ଏହାକୁ କୁହାଯାଏ ଗତି । ଏହା ହିଁ ହେଉଛି ବିସ୍ତାର । ୨୦୧୪ ପୂର୍ବରୁ ଅତି କଷ୍ଟରେ ମାତ୍ର ୨୦-୨୨ ଲକ୍ଷ ଘରକୁ ପାଇପ୍ ଯୋଗେ ଗ୍ୟାସ ପହଞ୍ଚୁଥିଲା, କିନ୍ତୁ ଆଜି ପ୍ରାୟ ୧ କୋଟି ୭୫ ଲକ୍ଷ ଘରକୁ ପାଇପ୍ ଯୋଗେ ଗ୍ୟାସ ପହଞ୍ଚାଇବା କାମ ଜାରି ରହିଛି । ୧୨ ବର୍ଷ ପୂର୍ବେ ଆମ ଦେଶରେ ସୌର ଶକ୍ତିର କ୍ଷମତା ମାତ୍ର ୨ଗିଗାୱାଟ ଥିଲା। ମାତ୍ର ୨ ଗିଗାୱାଟ ? ଆଜି ଆମେ ୧୬୦ ଗିଗାୱାଟର ଲକ୍ଷ୍ୟ ହାସଲ କରିସାରିଛୁ ।
ମୋର ପ୍ରିୟ ଦେଶବାସୀ, ମୁଁ ଆପଣମାନଙ୍କୁ ଆଉ ଏକ ସୂଚନା ଦେବାକୁ ଚାହୁଁଛି । ଏହାର ଲାଭ ଯେପରି ଦେଶର ମଧ୍ୟବିତ୍ତ ବର୍ଗ ଏବଂ ସାଧାରଣ ପରିବାରଗୁଡ଼ିକୁ ମିଳିବ, ସେ ଦିଗରେ ଆମେ ସମାନ ଭାବରେ ଧ୍ୟାନ କେନ୍ଦ୍ରୀଭୂତ କରିଛୁ । ଆମେ ପିଏମ ସୂର୍ଯ୍ୟ ଘର ମାଗଣା ବିଜୁଳି ଯୋଜନା ଆରମ୍ଭ କରିଛୁ ଏବଂ ଆଜି ମୋତେ ସନ୍ତୋଷ ଲାଗୁଛି ଯେ ଏତେ କମ୍ ସମୟ ମଧ୍ୟରେ ପଚାଶ ଲକ୍ଷ ଘରରେ ସୋଲାର ଏନର୍ଜି କ୍ଷେତ୍ରରେ କାର୍ଯ୍ୟ କରି ଆମେ ପୂର୍ବ ନିର୍ଦ୍ଧାରିତ ଲକ୍ଷ୍ୟକୁ ଅତିକ୍ରମ କରିସାରିଛୁ, ଏହି କାମ ଦ୍ରୁତ ଗତିରେ ଚାଲିଛି । ଏହି କାରଣରୁ ହଜାର ହଜାର ଘରର ବିଜୁଳି ବିଲ୍ ଜିରୋ ହୋଇଯାଇଛି । ଆଜି ହଜାର ହଜାର ପରିବାର ନିଜର ବିଜୁଳି ବ୍ୟବହାର କରିବା ପରେ ବଳକା ବିଜୁଳି ବିକ୍ରି କରି ରୋଜଗାର ମଧ୍ୟ କରୁଛନ୍ତି । ଏହି କାମ ପାଇଁ, ସରକାରଙ୍କ ପକ୍ଷରୁ ପ୍ରତ୍ୟେକ ପରିବାରକୁ ୮୦ ହଜାର ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରାଯାଉଛି । ଏପରି ଭାବରେ ଆମେ ଏ କାର୍ଯ୍ୟକୁ ସମ୍ପୂର୍ଣ୍ଣ କରୁଛୁ ।
ମୋର ପ୍ରିୟ ଦେଶବାସୀ,
ଆପଣମାନେ ଜାଣିଲେ ଆଶ୍ଚର୍ଯ୍ୟ ହେବେ – ଆମ ଦେଶରେ ରେଳବାଇର ବିଦ୍ୟୁତିକରଣ କାମ ୧୯୨୫ ମସିହାରେ ଆରମ୍ଭ ହୋଇଥିଲା । ୧୯୨୫ ମସିହାରେ ବିଦ୍ୟୁତିକରଣ କାମ ଆରମ୍ଭ ତ ହୋଇଥିଲା, କିନ୍ତୁ ପରବର୍ତ୍ତୀ ୯୦ ବର୍ଷ ମଧ୍ୟରେ ଅର୍ଥାତ୍ ୧୯୨୫ ରୁ ଆରମ୍ଭ କରି ଦୀର୍ଘ ୯୦ ବର୍ଷ ମଧ୍ୟରେ ମାତ୍ର ୩୦ ପ୍ରତିଶତ ରେଳବାଇର ବିଦ୍ୟୁତିକରଣ କାମ ସମ୍ପୂର୍ଣ୍ଣ ହୋଇପାରିଥିଲା । ଅର୍ଥାତ୍ ୯୦ ବର୍ଷରେ ୩୦ ପ୍ରତିଶତ ! ହେଲେ ଆମର ଗତି ଦେଖନ୍ତୁ ! ଏହି ଲକ୍ଷ୍ୟ ହାସଲ କରିବା ପାଇଁ ଆମର ଦୌଡ଼କୁ ଦେଖନ୍ତୁ । ଆମେ ଗତ ଏକ ଦଶନ୍ଧି ମଧ୍ୟରେ ଶତ ପ୍ରତିଶତ କାମ ସମ୍ପୂର୍ଣ୍ଣ କରିଦେଇଛୁ । ୯୦ ବର୍ଷରେ ୩୦ ପ୍ରତିଶତ ଏବଂ ମାତ୍ର ୧୦ ବର୍ଷରେ ୭୦ ପ୍ରତିଶତ । ଏହାକୁ ହିଁ କୁହାଯାଏ ପ୍ରକୃତ କାମ ଏବଂ ଏହି କାରଣରୁ ଡିଜେଲ, ଯାହା ଆମକୁ ବାହାରୁ ଆଣିବାକୁ ପଡ଼ୁଥିଲା, ସେଥିରେ ଏବେ ହ୍ରାସ ଘଟିଛି । ସେଥିରେ ସଞ୍ଚୟ ହୋଇଛି । ବିଦ୍ୟୁତରେ ଆମ ଟ୍ରେନ୍ ଗୁଡ଼ିକ ଚାଲିଲା, ପରିବେଶକୁ ମଧ୍ୟ ଲାଭ ହେଲା।
ମୋର ପ୍ରିୟ ଦେଶବାସୀ,
ଆମେ ଏତିକିରେ ଅଟକି ଯାଇନାହୁଁ । ଆମେ ସାରା ବିଶ୍ୱରେ ପଛୁଆ ହୋଇ ରହିବାକୁ ଚାହୁଁନୁ । ଗତ କିଛି ଦିନ ମଧ୍ୟରେ ଆପଣମାନେ ଖବର ଶୁଣିଥିବେ -ଭାରତ ଇନ୍ଧନର ଏକ ନୂତନ କ୍ଷେତ୍ରକୁ ସ୍ପର୍ଶ କରିଛି । ଦେଶ ବର୍ତ୍ତମାନ ପ୍ରଥମ କରି ହାଇଡ୍ରୋଜେନ ଟ୍ରେନର ଶୁଭାରମ୍ଭ କରିଛି, ମୋତେ ଖୁସି ଲାଗୁଛି ଯେ, ଏହା ହେଉଛି ସବୁଠାରୁ ଲମ୍ବା ଟ୍ରେନ୍ । ସବୁଠାରୁ ଶକ୍ତିଶାଳୀ ଟ୍ରେନ ଏବଂ ବିଶ୍ୱରେ ହାଇଡ୍ରୋଜେନ ଟ୍ରେନ କ୍ଷେତ୍ରରେ ମଧ୍ୟ ଭାରତ ନିଜର ବାନା ଉଡ଼ାଇଛି ।
ପ୍ରିୟ ଦେଶବାସୀ,
ଗତ ୧୦-୧୨ ବର୍ଷ ହେବ ଆମେ ନିରନ୍ତର ଭାବରେ ୨୦୪୭ର ଲକ୍ଷ୍ୟ ହାସଲ କରିବା ପାଇଁ ଦୌଡ଼ୁଛୁ ଏବଂ ଏହି ପଥରେ ଗୋଟିଏ ପରେ ଗୋଟିଏ ସୋପାନ ଅତିକ୍ରମ କରି ସଫଳତା ହାସଲ କରୁଛୁ । ଆମେ କେବେ ଭାବି ନଥିଲୁ ଯେ ଆମକୁ ଏଥିରେ ମଧ୍ୟ କିଛି ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିବ, କିନ୍ତୁ ଗତ ୧୦-୧୨ ବର୍ଷ ମଧ୍ୟରେ ଆମକୁ ଅନେକ ସଙ୍କଟର ସାମ୍ନା କରିବାକୁ ପଡ଼ିଛି। କୋରୋନା ଭଳି ଏକ ଜାଗତିକ ମହାମାରୀ ସାରା ବିଶ୍ୱକୁ ଚିନ୍ତାରେ ପକାଇ ଦେଇଥିଲା । ସବୁ ବ୍ୟବସ୍ଥା ଦୋହଲି ଯାଇଥିଲା। କୋରୋନାରୁ ମୁକ୍ତ ହେବା ପରେ ଯୁଦ୍ଧର ବିଭୀଷିକାମୟ ଖବର ଆସିବାକୁ ଲାଗିଲା। କେଉଁଠି ୟୁକ୍ରେନ ତ’ ଆଉ କେଉଁଠି ପଶ୍ଚିମ ଏସିଆ, ସବୁଠି ଉତ୍ତେଜନାପୂର୍ଣ୍ଣ ବାତାବରଣ। ଆଉ ଭବିଷ୍ୟତବକ୍ତାମାନେ ତ’ କେଜାଣି କେତେ କଣ ସବୁ ଘୋଷଣା କରିସାରିଥିଲେ। ଦେଶକୁ ଡରାଇ ରଖିବା, ଦେଶକୁ ଭୟଭୀତ କରି ରଖିବା ଏବଂ ଦେଶକୁ ଚିନ୍ତିତ ରଖିବା -ଏଥିରେ ହିଁ କିଛି ଲୋକଙ୍କୁ ଆନନ୍ଦ ମିଳିଥାଏ। ଭ୍ୟାକ୍ସିନ ମିଳିବ ନାହିଁ । କୋଭିଡରେ ଲୋକେ ବଞ୍ଚିବେ ନାହିଁ । କିଛି ବି ହେବ ନାହିଁ, ପଶ୍ଚିମ ଏସିଆର ସଙ୍କଟ ଆସିଲା। ପେଟ୍ରୋଲ ପମ୍ପରେ ପେଟ୍ରୋଲ ମିଳିବନି, ଗ୍ୟାସ ମିଳିବନି, ଡିଜେଲ ମିଳିବନି, ଫର୍ଟିଲାଇଜର ମଧ୍ୟ ମିଳିବନି । ସାରା ଦୁନିଆର ଏମିତି ଅନେକ ଗୁଜବ ବ୍ୟାପିଥିଲା, ଯାହା ଭାରତର ଲୋକଙ୍କୁ ଭୟଭୀତ କରିବା ଏବଂ ଡରାଇବା ପାଇଁ ହିଁ ଥିଲା । ଚିନ୍ତା ଭିତରକୁ ଠେଲି ଦେବାରେ କିଛି ଲୋକଙ୍କୁ ବହୁତ ଆନନ୍ଦ ମିଳୁଥିଲା । କିନ୍ତୁ ଦେଶ ଦେଖିଛି ଯେ ଗତ ୧୦-୧୨ ବର୍ଷର ସୁଚିନ୍ତିତ ଯୋଜନାଗୁଡ଼ିକ ଏବେ ସଫଳ ହେବାରେ ଲାଗିଛି। ଏତେ ବଡ଼ ସଙ୍କଟ ସତ୍ତ୍ୱେ ‘ନାଗରିକ ଦେବୋ ଭବ’ ମନ୍ତ୍ରକୁ ପାଥେୟ କରି ଆଗକୁ ବଢ଼ିଥିବା ଭାରତ ସଫଳ ହୋଇଛି। ଆମେ କେବେ ଭାବି ନଥିଲୁ ଯେ ଏଭଳି ସଙ୍କଟ ଆସିବ, କିନ୍ତୁ ସେହି ସମୟରେ ଏହି ସବୁ ଜିନିଷ କାମରେ ଆସିଲା। ଆଜି ଦେଶରେ ଗ୍ୟାସ ଅଛି, ପେଟ୍ରୋଲ ଅଛି ଏବଂ ୟୁରିଆ ମଧ୍ୟ ଉପଲବ୍ଧ ଅଛି। ଆମେ ଆମର ନିଜ ଶକ୍ତି ବଳରେ ଆଜି ଛିଡ଼ା ହେଉଛୁ ଏବଂ ଆଗକୁ ବଢ଼ୁଛୁ ।
ମୋର ପ୍ରିୟ ଦେଶବାସୀ,
ସାରା ବିଶ୍ୱରେ ଦେଖାଦେଇଥିବା ସଙ୍କଟର ପ୍ରଭାବ ପ୍ରତ୍ୟେକ ବ୍ୟକ୍ତିଙ୍କ ଉପରେ ପଡ଼ିଛି । ଆମେ ମଧ୍ୟ ଏଥିରୁ ବାଦ୍ ପଡ଼ିନାହୁଁ । ବିଶ୍ୱ ବଜାରରେ ୟୁରିଆର ମୂଲ୍ୟ ବସ୍ତା ପିଛା ୩ ହଜାର ଟଙ୍କାରେ ପହଞ୍ଚିଛି । ତଥାପି, ଆମେ ଦେଶର କୃଷକମାନଙ୍କୁ ସେହି ବୋଝ ସହିବା ପାଇଁ ବାଧ୍ୟ କରୁନାହୁଁ, ବରଂ ସରକାର ନିଜ କାନ୍ଧରେ ସେ ବୋଝ ଉଠାଉଛନ୍ତି । ବିଶ୍ୱ ବଜାରରୁ ଯେଉଁ ୟୁରିଆ ବସ୍ତା ଆମକୁ ୩ ହଜାର ଟଙ୍କାରେ ମିଳୁଛି, ତାହା କୃଷକମାନଙ୍କୁ ମାତ୍ର ୩ ଶହ ଟଙ୍କାରେ ଆମେ ଯୋଗାଇ ଦେଇପାରୁଛୁ। କେବଳ ଏତିକି ନୁହେଁ, ଡିଏପି ଆଜି ବିଶ୍ୱ ବଜାରରେ ୫ ହଜାର ଟଙ୍କାରେ ପହଞ୍ଚି ସାରିଛି । କିନ୍ତୁ ମୋ ଦେଶର କୃଷକମାନଙ୍କୁ ଯେପରି କୌଣସି ଅସୁବିଧା ନହୁଏ, ସେଥିପାଇଁ ଆମେ ଆଜି ସେମାନଙ୍କୁ ୧୩୫୦ ଟଙ୍କାରେ ଡିଏପି ଯୋଗାଇଦେଇଛୁ। ମୋର ପ୍ରିୟ ଦେଶବାସୀ, ଏମିତି ଏକ ସମୟ ଥିଲା ଯେତେବେଳେ ମୁଁ ଆତ୍ମନିର୍ଭରଶୀଳତା ବିଷୟରେ କହିଲେ, ଏୟାର କଣ୍ଡିସନ ଚାମ୍ବରରେ ବସି ଚିନ୍ତା କରୁଥିବା ଲୋକ ଆମକୁ ପଚାରୁଥିଲେ, ଗ୍ଲୋବାଲାଇଜେସନର କ’ଣ ହେବ? କିନ୍ତୁ ଦୁନିଆ ଦେଖୁଛି – ବିଗତ ଏକ ଦଶନ୍ଧି ମଧ୍ୟରେ ଏମିତି ଲାଗୁଛି ଯେପରି ବିଶ୍ୱ, ଗ୍ଲୋବାଲାଇଜେସନ ଶବ୍ଦଟି କହିବା ହିଁ ବନ୍ଦ କରିଦେଇଛି । ଯେଉଁଠାରୁ ଗ୍ଲୋବାଲାଇଜେସନର ସ୍ୱର ଶୁଣାଯାଉଥିଲା, ସେଠାରୁ ଆଉ କିଛି ଶୁଣାଯାଉ ନାହିଁ। ଦୁନିଆର ପ୍ରତ୍ୟେକ ଦେଶ ନିଜ ନିଜର ପ୍ରଶ୍ନ ଓ ମନୋଭାବରେ ମଜ୍ଜି ରହିଛନ୍ତି । ଦୁର୍ଭାଗ୍ୟବଶତଃ ଏହି ସଙ୍କଟ ସମୟରେ କିଛି ଲୋକ ନିଜର ପ୍ରଭାବ ଦେଖାଇବା ପାଇଁ ସମ୍ବଳଗୁଡ଼ିକର ଅସ୍ତ୍ରୀକରଣର ଖେଳ ଖେଳିଛନ୍ତି । ଦୁନିଆ ନିଜ ପାଖରେ ଯାହା କିଛି ବି ଅଛି, ତାକୁ ଅସ୍ତ୍ରୀକରଣ କରିବାରେ ଲାଗିଛି। ସମ୍ବଳଗୁଡ଼ିକର ଅସ୍ତ୍ରୀକରଣ, ସମ୍ପଦର ଅସ୍ତ୍ରୀକରଣ କରାଯାଉଛି । ପେଟ୍ରୋଲ, ଡିଜେଲ, ଫର୍ଟିଲାଇଜର, ଔଷଧ, ଟେକ୍ନୋଲୋଜି ଚିପ୍ସ, କେବଳ ଏତିକି ନୁହେଁ, ଏପରିକି ଭୂଭାଗକୁ ମଧ୍ୟ ଅସ୍ତ୍ରୀକରଣ କରାଯାଉଛି । ଆଉ ଏଭଳି ସମୟରେ ଯଦି ଆମେ ଆତ୍ମନିର୍ଭରଶୀଳତାର ମନ୍ତ୍ରକୁ ନେଇ ଗତ ୧୦ ବର୍ଷ ହେବ ସଠିକ୍ ଦିଗରେ ଚାଲି ନଥାନ୍ତୁ, ତେବେ ଏଭଳି ଆହ୍ୱାନଗୁଡ଼ିକର ଦୃଢ଼ତାର ସହ କିଭଳି ମୁକାବିଲା କରିଥାନ୍ତୁ ତାହା କଳ୍ପନା କରିବା ମଧ୍ୟ ଅସମ୍ଭବ । ଏବେ ଆମର ପ୍ରସ୍ତୁତି ମଧ୍ୟ ନିରନ୍ତର ବଢ଼ିବାରେ ଲାଗିଛି ।
ମୋର ପ୍ରିୟ ଦେଶବାସୀ,
Aଅନ୍ୟପକ୍ଷରେ ଆଜି ଭାରତର ପ୍ରୋଫାଇଲ୍ ସମ୍ପୂର୍ଣ୍ଣ ଭାବେ ବୃଦ୍ଧି ପାଉଛି । ଆଜି ଭାରତ ସମଗ୍ର ବିଶ୍ୱ ପାଇଁ ଏକ ସ୍ୱୀକୃତିପ୍ରାପ୍ତ ଏବଂ ସମ୍ମାନନୀୟ ଦେଶ ଭାବରେ ଉଭା ହୋଇଛି । ଭାରତ ପାଖରେ ସ୍ଥିର ରାଜନୈତିକ ଜନାଦେଶ ଅଛି, ସ୍ଥିର ସରକାର ଅଛି। ଭାରତରେ ଏକ ସକ୍ରିୟ ଗଣତନ୍ତ୍ର ଅଛି । ଭାରତର ନ୍ୟାୟିକ ବ୍ୟବସ୍ଥା ମଜଭୁତ ରହିଛି । ଆଉ ଆମ ସମସ୍ତଙ୍କୁ ମାର୍ଗଦର୍ଶନ ଦେଉଛି ଭାରତର ସମ୍ବିଧାନ । ଏବେ ଦୁନିଆ ଆମର ଏହି ସାମର୍ଥ୍ୟକୁ ଚିହ୍ନିବାକୁ ଆରମ୍ଭ କଲାଣି । ସେଥିପାଇଁ ୨୦୧୪ ପରଠାରୁ ବିଶ୍ୱର ପ୍ରାୟ ୪୦ଟି ଦେଶ ସହିତ ଆମର ଏଫଟିଏ ଏଗ୍ରିମେଣ୍ଟ ହେଉଛି । ଏବେ ଦେଖନ୍ତୁ, କେତେ ବଡ଼ ସୁଯୋଗ ଆସିଛି । ମୁଁ ଭାବୁଛି ଏହି ଯେଉଁ ବାଣିଜ୍ୟ ରାଜିନାମା ସବୁ ହୋଇଛି, ଏହା ଏକ ବହୁତ ବଡ଼ ସୁଯୋଗ ଆଣିଛି । ଏଥିପାଇଁ ବିଶେଷ କରି ମୁଁ ମୋର ଏମଏସଏମଇ ଗୁଡ଼ିକୁ କହିବାକୁ ଚାହିଁବି ଯେ ଆମକୁ ଏହି ସୁଯୋଗ ହାତଛଡ଼ା କରିବା ଉଚିତ ନୁହେଁ । ଆମକୁ ସାରା ବିଶ୍ୱରେ ପହଞ୍ଚିବାକୁ ହେବ । ଭାରତର ଉତ୍ପାଦିତ ପ୍ରତ୍ୟେକ ଜିନିଷ ବିଶ୍ୱ ବଜାରରେ ପହଞ୍ଚେଇବାକୁ ପଡିବ । ବୟନ ହେଉ, ଯନ୍ତ୍ରାଂଶ ହେଉ କିମ୍ବା ଔଷଧ ହେଉ, ଆମକୁ ସୁଯୋଗ ଛାଡ଼ିବାକୁ ହେବ ନାହିଁ । କିନ୍ତୁ ବିଶ୍ୱସ୍ତରୀୟ ଯେଉଁ ସବୁ ମାପଦଣ୍ଡ ରହିଛି, ଆମକୁ ସେହି ମାପଦଣ୍ଡଗୁଡ଼ିକୁ ଅତିକ୍ରମ କରିବାକୁ ହେବ । ଆମେ ଦୁନିଆକୁ ଯାହା କିଛି ବି ଦେଉଛୁ, ତାହା ଶ୍ରେଷ୍ଠ ହେବା ଜରୁରୀ ଏବଂ ଦୁନିଆରେ ଯାହା କିଛି ଉପଲବ୍ଧ ହେଉଛି, ତାହା ଆମକୁ ଶସ୍ତାରେ ଯୋଗାଇବାକୁ ପଡ଼ିବ । ପଞ୍ଜାବର ଲୁଧିଆନାରୁ ଆରମ୍ଭ କରି ତାମିଲନାଡୁର ତିରୁପୁର ପର୍ଯ୍ୟନ୍ତ ଆମର ବୟନ କ୍ଷେତ୍ର ସାରା ବିଶ୍ୱରେ ପହଞ୍ଚିପାରିବ । କେବଳ ସେତିକି ନୁହେଁ, କେରଳରୁ ଗୁଜରାଟ ଏବଂ ତାମିଲନାଡୁରୁ ପଶ୍ଚିମବଙ୍ଗ ପର୍ଯ୍ୟନ୍ତ ବ୍ୟାପିଥିବା ଆମର ସମୁଦ୍ର ଉପକୂଳ ଏବଂ ଆମର ମତ୍ସ୍ୟଜୀବୀ ଭାଇଭଉଣୀଙ୍କ ପାଇଁ ମଧ୍ୟ ଅନେକ ସମ୍ଭାବନା ରହିଛି । ଆଜି ଏହି ଏଫଟିଏ କାରଣରୁ ଆମର ଚିଙ୍ଗୁଡ଼ି ଏବଂ ସି ଫୁଡ୍ ରପ୍ତାନି ପାଇଁ ଅନେକ ସୁଯୋଗ ଓ ସମ୍ଭାବନା ସୃଷ୍ଟି ହୋଇଛି । ସାରା ବିଶ୍ୱରେ ନିଜର ପହଞ୍ଚ ସୃଷ୍ଟି କରିବାର ଏକ ବଡ଼ ସମ୍ଭାବନା ରହିଛି। ଆଉ ମୁଁ ଚାହିଁବି ଯେ, ଆମେ ଏହି ପରିସ୍ଥିତିର ସମ୍ପୂର୍ଣ୍ଣ ଫାଇଦା ଉଠାଇବା ସହିତ ଆଗକୁ ବଢ଼ିବା ପାଇଁ ନିରନ୍ତର ପ୍ରୟାସ କରିବା।
ପ୍ରିୟ ଦେଶବାସୀ,
ମୁଁ ଆପଣମାନଙ୍କ ଆଗରେ ଯେଉଁ ଭୂମିକା ଉପସ୍ଥାପନ କରିଛି, ତାହା ପଛରେ ୨୦୪୭ର ଲକ୍ଷ୍ୟ ରହିଛି । ଏହି ଲକ୍ଷ୍ୟ ଏକ ମଜଭୁତ ଭିତ୍ତିଭୂମି ଉପରେ ହିଁ ଠିଆ ହୋଇଛି । ୨୦୪୭ର ବିକଶିତ ଭାରତ ଲକ୍ଷ୍ୟ ହେଉଛି ଗତ ୧୦-୧୨ ବର୍ଷ ମଧ୍ୟରେ ଆମ ଦେଶବାସୀ ଯେଉଁ ସାମର୍ଥ୍ୟ ପ୍ରଦର୍ଶନ କରିଛନ୍ତି, ସେହି ସାମର୍ଥ୍ୟର ହିଁ ଏକ ଅଂଶ।
ସେଥିପାଇଁ ମୋର ପ୍ରିୟ ଭାଇ ଓ ଭଉଣୀମାନେ,
ଏ ଶତାବ୍ଦୀର ଏକ ଚତୁର୍ଥାଂଶ ସମୟ ଅତିକ୍ରମ କରିସାରିଛି ଏବଂ ପରବର୍ତ୍ତୀ ଏକ ଚତୁର୍ଥାଂଶ ସମୟ ଆମ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ଏବେ ଅଟକିବା ଆମ ପାଇଁ ସମ୍ଭବ ନୁହେଁ । ଆମ ଗତି ମଧ୍ୟ ରୋକି ପାରିବା ନାହିଁ । ଆମ ମାର୍ଗ ନିର୍ଦ୍ଧାରିତ ହୋଇସାରିଛି । ଆମକୁ ସେଗୁଡ଼ିକୁ ହାସଲ କରିବାକୁ ହିଁ ହେବ । ଆମକୁ ନିଜର ୱର୍କ କଲଚର୍ ବଦଳାଇବାକୁ ପଡ଼ିବ । ୱର୍କ କଲଚର୍ ବଦଳାଇବା ସହିତ ଆମକୁ ନିଜ ଚିନ୍ତାଧାରାକୁ ମଧ୍ୟ ପରିବର୍ତ୍ତନ କରିବାକୁ ହେବ। ଆମକୁ ନିଜ କାମର ଗତିକୁ ମଧ୍ୟ ପରିବର୍ତ୍ତନ କରିବାକୁ ହେବ । ଯେଉଁ କାମ ଗତ ପାଞ୍ଚ-ସାତ ଦଶନ୍ଧି ମଧ୍ୟରେ ହୋଇପାରିନାହିଁ, ସେହି କାମ ଆମକୁ ଆସନ୍ତା ପାଞ୍ଚ-ସାତ ବର୍ଷ ମଧ୍ୟରେ କରି ଦେଖାଇବାକୁ ହେବ । ମୋର ବିଶ୍ୱାସ ରହିଛି, ମୋ ଦେଶର ଯୁବ ଶକ୍ତିଙ୍କ ଉପରେ, ମୋ ଦେଶର ମାଆ ଓ ଭଉଣୀମାନଙ୍କ ଉପରେ, ମୋ ଦେଶର କୃଷକମାନଙ୍କ ଉପରେ ଏବଂ ମୋ ଦେଶର ଶ୍ରମିକମାନଙ୍କ ଉପରେ… ଆମେ ସମସ୍ତେ ମିଶି ଏହି ସ୍ୱପ୍ନକୁ ସାକାର କରିପାରିବା… ଏଥିପାଇଁ ଆମକୁ ସଂସ୍କାରର ଗତିକୁ ମଧ୍ୟ ଆଗକୁ ବଢ଼ାଇବାକୁ ହେବ । ଆଉ ଯେତେବେଳେ ମୁଁ ସଂସ୍କାର ବିଷୟରେ କହୁଛି, ସଂସ୍କାର ଆମ ପାଇଁ କେବଳ କୌଣସି ବିକଳ୍ପ ନୁହେଁ, ବରଂ ଏହା ଆମ ପାଇଁ ଏକ ଜରୁରୀ ଆବଶ୍ୟକତା। ଆମ ପାଇଁ ସଂସ୍କାର ହେଉଛି ଏକ ଦୃଢ଼ ସଂକଳ୍ପ । ଆମେ ନିଜର ଏହି ଦୃଢ଼ ସଂକଳ୍ପ ଯୋଗୁଁ ହିଁ ରିଫର୍ମ ଏକ୍ସପ୍ରେସରେ ଯାତ୍ରା ଆରମ୍ଭ କରିସାରିଛୁ ଏବଂ ଆଗାମୀ ଦିନରେ ମଧ୍ୟ, ଆମେ ନେକ୍ସଟ ଲେଭଲ ରିଫର୍ମ ଆଡ଼କୁ ଅଗ୍ରସର ହେବାକୁ ଯାଉଛୁ । ସେଥିପାଇଁ ସରକାର, ସମାଜ, ଉଦ୍ୟୋଗ, ଉତ୍ପାଦକ, କୃଷକ, ପ୍ରତ୍ୟେକଙ୍କୁ ନିଜର ପାରମ୍ପରିକ ବ୍ୟବସ୍ଥାରେ ସଂସ୍କାର ଆଣିବାକୁ ପଡ଼ିବ । ନିଜର ଚିନ୍ତାଧାରାରେ ସଂସ୍କାର କରିବାକୁ ହେବ, ନିଜର ଲକ୍ଷ୍ୟଗୁଡ଼ିକରେ ସଂସ୍କାର ଆଣିବାକୁ ହେବ ।
ଆଉ ସେଥିପାଇଁ ମୋର ପ୍ରିୟ ଦେଶବାସୀ,
ଆମକୁ ଏକ ନିର୍ଦ୍ଦିଷ୍ଟ ଦିଗରେ ଆଗକୁ ବଢ଼ିବାକୁ ହେବ। ମୁଁ ଆଜି ସେହି ଯୁଗକୁ ମଧ୍ୟ ମନେ ପକାଇବାକୁ ଚାହିଁବି, ଯେତେବେଳେ ଭାରତର ସାମର୍ଥ୍ୟକୁ ଆମେ ସପ୍ତ ସିନ୍ଧୁ ଭାବରେ ଜାଣିଥିଲେ, ବୁଝିଥିଲେ ଏବଂ ଶୁଣିଥିଲେ । ଏବେ ବିକଶିତ ଭାରତ ଗଠନ କରିବା ପାଇଁ ଆମକୁ ନୂତନ ଧାରା ଆବଶ୍ୟକ । ଆଜି ଲାଲକିଲ୍ଲାର ପ୍ରାଚୀରରୁ ମୁଁ ଦେଶବାସୀଙ୍କ ଆଗରେ ଶକ୍ତିର ସପ୍ତଧାରାକୁ ଆହ୍ୱାନ ଦେଉଛି, ଆଗାମୀ ପାଞ୍ଚ-ସାତ ବର୍ଷରେ, ଯାହା ଗତ ପାଞ୍ଚ-ସାତ ଦଶନ୍ଧିରେ ହୋଇପାରିନାହିଁ, ସେ କାମକୁ ସପ୍ତଧାରାର ସାମର୍ଥ୍ୟ ଓ ଶକ୍ତି ମାଧ୍ୟମରେ ଆମେ ସମ୍ପନ୍ନ କରିବା। ଆମେ ଦେଶକୁ ଏକ ନୂଆ ଉଚ୍ଚତା ଓ ନୂଆ ଗତି ପ୍ରଦାନ କରିବା ଏବଂ ନୂତନ ଲକ୍ଷ୍ୟଗୁଡ଼ିକୁ ହାସଲ କରିବା ଭଳି ସାମର୍ଥ୍ୟ ପ୍ରଦାନ କରିବା । ଏଥିସହିତ ଦେଶର ଯୁବ ଶକ୍ତିର ସାମର୍ଥ୍ୟକୁ ରାଷ୍ଟ୍ର ନିର୍ମାଣରେ ସମ୍ପୂର୍ଣ୍ଣ ଭାବେ ବିନିଯୋଗ କରାଯିବ, ସେମାନଙ୍କ ଶକ୍ତିକୁ ଏଥିରେ ଯୋଡ଼ାଯିବ । ଆଗାମୀ ଦିନରେ ମୁଁ ଯେତେବେଳେ ସପ୍ତ ଧାରା ବିଷୟରେ କହୁଛି, ସେତେବେଳେ ଏହି ସପ୍ତ ଧାରାର ପ୍ରଥମ ଶକ୍ତି ହେଉଛି ମ୍ୟାନୁଫ୍ୟାକ୍ଚରିଂର ଶକ୍ତି ।
ମୋର ପ୍ରିୟ ଦେଶବାସୀ,
ଆମକୁ ଉତ୍ପାଦନ କ୍ଷେତ୍ରକୁ ଆଗକୁ ବଢ଼ାଇବାକୁ ହେବ। ଉତ୍ପାଦନ ବଢ଼ାଇବା ସହିତ ଆମକୁ ଛୋଟ ଛୋଟ ଉତ୍ପାଦନ ମଧ୍ୟ କରିବାକୁ ପଡ଼ିବ ଏବଂ ବଡ଼ ବଡ଼ ଉତ୍ପାଦ ମଧ୍ୟ ପ୍ରସ୍ତୁତ କରିବାକୁ ହେବ । ସମ୍ପୂର୍ଣ୍ଣ ମୂଲ୍ୟ ଶୃଙ୍ଖଳ, ଆମର ହେବା ଉଚିତ, ଏବଂ ଏହାକୁ ନେଇ ଆମକୁ କମ୍ପୋନେଣ୍ଟ ମଧ୍ୟ ଆବଶ୍ୟକ । କମ୍ପ୍ଲିଟ୍ ପ୍ରଡକ୍ଟ ମଧ୍ୟ ଆବଶ୍ୟକ। ଡିଜାଇନ ଠାରୁ ଆରମ୍ଭ କରି ଉତ୍ପାଦନ ପର୍ଯ୍ୟନ୍ତ ଭାରତକୁ ଗ୍ଲୋବାଲ୍ ସପ୍ଲାଇ ଚେନ୍ ର ଏକ ଭରସାଯୋଗ୍ୟ କେନ୍ଦ୍ର ହେବାକୁ ପଡ଼ିବ । ଏଥିପାଇଁ ମୁଁ ତିନୋଟି ଜିନିଷ ଉପରେ ବିଶେଷ ଗୁରୁତ୍ୱ ଦେବାକୁ ଚାହୁଁଛି । ଉତ୍ପାଦନ କ୍ଷେତ୍ରରେ ଯେଉଁ ମୋର ଭାଇ ଓ ଭଉଣୀମାନେ ଅଛନ୍ତି, ଏହା ହେଉଛି ସୁବର୍ଣ୍ଣ ସୁଯୋଗ । ଏହି ସୁଯୋଗକୁ ହାତଛଡ଼ା କରନ୍ତୁ ନାହିଁ ଏବଂ ଏଥିପାଇଁ ଆମକୁ ମୂଲ୍ୟ, ଗୁଣବତ୍ତା ଏବଂ ବ୍ୟାପକତା, ଏ ବିଷୟରେ ବିଶ୍ୱ ମାନଦଣ୍ଡକୁ ଆପଣାଇବାକୁ ପଡ଼ିବ । ଆମର ଫ୍ୟାକ୍ଟ୍ରିଗୁଡ଼ିକ ପ୍ରତିଯୋଗିତା ମୂଳକ ହେଉ, ଆମ ପ୍ରଡକ୍ଟଗୁଡ଼ିକ ୟୁଜର ଫ୍ରେଣ୍ଡଲି ହେଉ ଏବଂ ଆମ ପ୍ୟାକେଜିଂ ଦୁନିଆର ଲୋକଙ୍କୁ ଆକର୍ଷିତ କଲା ଭଳି ହେଉ । ଆମର ଜିରୋ ଡିଫେକ୍ଟ ଏବଂ ପ୍ରି
