ଅଗଷ୍ଟ ୨୪ ରେ ଜନ ଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ

୧୯ ତାରିଖ ଦିବା ୧୧ଟା ଠାରୁ ଆରମ୍ଭ ହେବ ପଞ୍ଜୀକରଣ 

ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା

ଭୁବନେଶ୍ୱର ତା-୧୮.୦୮.୨୦୨୬ 

ଆଗାମୀ ଅଗଷ୍ଟ ୨୪ ତାରିଖ,ସୋମବାର ଦିନ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ  ବିଭିନ୍ନ   ଜନ ଅଭିଯୋଗର  ଶୁଣାଣି କରିବେ ।  ମାନ୍ୟବର ମୁଖ୍ୟମନ୍ତ୍ରୀ ୟୁନିଟ୍-୨, ଅଶୋକ ନଗର, ଭୁବନେଶ୍ୱର ସ୍ଥିତ ପୁର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ ନିକଟସ୍ଥ) ଠାରେ ସକାଳ ୮ ଘଟିକା ସମୟରୁ ସେଦିନ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ  ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଅଗଷ୍ଟ ୧୯ ତାରିଖ  ଦିବା ୧୧ ଘଟିକା ଠାରୁ ଆରମ୍ଭ ହେବଏଥି ନିମନ୍ତେ, ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ (https://janasunani.odisha.gov.in/) ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ ଜନସାଧାରଣ ପଞ୍ଜୀକୃତ ପ୍ରାପ୍ତି ସ୍ଵୀକାର ପତ୍ର ଏବଂ ବ୍ୟକ୍ତିଗତ ପରିଚୟ ପତ୍ର ତଥା ନିଜର ଅଭିଯୋଗ ପତ୍ର ସହ ଉପରୋକ୍ତ ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । 

Leave a Reply

Your email address will not be published. Required fields are marked *