ପୁରୀ ଜିଲ୍ଲା ଅବସରପ୍ରାପ୍ତ ଶିକ୍ଷକ ଓ କର୍ମଚାରୀ ସଂଘ ପକ୍ଷରୁ ଅନୁଷ୍ଠିତ

ପୁରୀ ଜିଲ୍ଲା ଅବସରପ୍ରାପ୍ତ ଶିକ୍ଷକ ଓ କର୍ମଚାରୀ ସଂଘ ପକ୍ଷରୁ ଅନୁଷ୍ଠିତ ହୋଇଯାଇଛି ୧୩ ତମ ବାର୍ଷିକ ଉତ୍ସବ। ପୁରୀ ୟୁଥ୍ ହଷ୍ଟେଲ ଠାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ସୂଚନା ଏବଂ ଲୋକସମ୍ପର୍କ ବିଭାଗର ଉପନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ ଯୋଗ ଦେଇଥିଲେ। ଅବସରପ୍ରାପ୍ତ ଶିକ୍ଷକ ଓ କର୍ମଚାରୀ ମାନଙ୍କର ବିଭିନ୍ନ ସମସ୍ୟାର ସମାଧାନ କିଭଳି ହୋଇପାରିବ ସେ ଦିଗରେ ଆଲୋଚନା ହୋଇଥିଲା। ରାଜ୍ୟସ୍ତରରେ କୌଣସି ଅସୁବିଧା ନ ଥିଲେ ମଧ୍ୟ ଜିଲ୍ଲା ସ୍ତରରେ ଅବସରପ୍ରାପ୍ତ ଶିକ୍ଷକ ଓ କର୍ମଚାରୀଙ୍କ ବିଭିନ୍ନ ଅସୁବିଧାକୁ ରାଜ୍ୟ ସରକାର ଦୃଷ୍ଟି ଦେଇ ସମସ୍ତ ସମସ୍ୟାର ସମାଧାନ ପାଇଁ ବାର୍ଷିକ ଉତ୍ସବରେ ଦାବି କରାଯାଇଛି।

Leave a Reply

Your email address will not be published. Required fields are marked *