ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୯ ତମ ବୈଠକ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର, ତା-୯/୧୧/୨୦୨୬ ଆଜି ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୯ ତମ ବୈଠକ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି l ବୈଠକ ପରେ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଥିଲେ । କ୍ୟାବିନେଟ ବୈଠକରେ ମୋଟ ୧୦ ଟି ବିଭାଗ ର ୧୩ ଟି ପ୍ରସ୍ତାବ ଅନୁମୋଦନ କରାଯାଇଛି । ଉଚ୍ଚ ଶିକ୍ଷା ବିଭାଗର ୧ଟି, ମତ୍ସ୍ୟ ଓ ପ୍ରାଣୀ ସଂପଦ ବିଭାଗର ୧ଟି, ଖାଦ୍ୟ, ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ୨ଟି, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ୧ଟି, ଜଳ ସଂପଦ ବିଭାଗର 3ଟି, ପଂଚାୟତିରାଜ ଓ ପାନୀୟ ଜଳ ବିଭାଗର ୧ଟି, ଆଇନ ବିଭାଗର ୧ଟି, ଶକ୍ତି ବିଭାଗର ୧ଟି , ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ୧ଟି, ସଂସଦୀୟ ବ୍ୟାପାର ବିଭାଗ ସଂପର୍କିତ ୧ଟି( ସପ୍ତଦଶ ବିଧାନ ସଭାର 8ମ ଅଧିବେଶନ ଆହୂତ ନିମନ୍ତେ ) ଏହିପରି ମୋଟ ୧୦ଟି ବିଭାଗର ୧୩ଟି ପ୍ରସ୍ତାବ ଆଜିର କ୍ୟାବିନେଟ୍ ବୈଠକରେ ଅନୁମୋଦନ ଲାଭ କରିଛି ।

Leave a Reply

Your email address will not be published. Required fields are marked *