ଶିଶୁ ପିଲାଦିନରୁ ସାଧନା କଲେ ସିଦ୍ଧି ପ୍ରାପ୍ତ ହୋଇଥାଏ
ଓଡ଼ଗାଁ,୨୫।୨/୨୬ ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ମଗରବନ୍ଧର ବାର୍ଷିକ ଉତ୍ସବ -୨୦୨୬ ଫେବୃଆରୀ ମାସ ୨୫ ତାରିଖ ବୁଧବାର ଦିନ ମହାସମାରୋହରେ ପାଳିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ଯୁକ୍ତ ଭକ୍ତରଞ୍ଜନ ମିଶ୍ରଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଓଡ଼ଗାଁ ତହସିଲଦାର ଡ ମାନସ ରଞ୍ଜନ ଭୋଇ ଉପସ୍ଥିତ ହେବା ସହିତ ସମ୍ମାନିତ ଅତିଥି ଭାବରେ କବି ତଥା ଶିକ୍ଷାବିତ୍ ଦିନବନ୍ଧୁ ମହାପାତ୍ର, ଓଡ଼ଗାଁ ସାମ୍ବାଦିକ ସଂଘର ସଭାପତି ରାମକୃଷ୍ଣ ପରିଡ଼ା, ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘ ସଭାପତି ଜ୍ୟୋତି ରଞ୍ଜନ ଦାଶ, ସ୍ଥାନୀୟ ସରପଞ୍ଚଙ୍କ ପ୍ରତିନିଧି ସୁରେନ୍ଦ୍ର କୁମାର ପ୍ରଧାନ, ସମିତି ସଭ୍ୟ ଭଗବାନ ପ୍ରଧାନ, ଶିକ୍ଷକରଞ୍ଜନ ରଞ୍ଜନ କୁମାର ଦାଶ ଓ ଆଞ୍ଚଳିକ ସିଆରସିସି ରାଜକୁମାର ସେଠୀ ପ୍ରମୁଖ ଉପସ୍ଥିତ ଥିଲେ।ମୁଖ୍ୟ ଅତିଥି ଡ଼ ମାନସ ରଞ୍ଜନ ଭୋଇ ପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରଦୀପ ପ୍ରଜ୍ଜ୍ୱଳନ କରି କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ବିଦ୍ୟାଳୟ ପରିଚାଳନା କମିଟି ତରଫରୁ ଅତିଥି ମାନଙ୍କୁ ଉତ୍ତରୀୟ ପ୍ରଦାନ କରିବା ପରେ ପରେ ଛାତ୍ରଛାତ୍ରୀ ମାନଙ୍କ ଦ୍ବାରା ସ୍ବାଗତ ସଙ୍ଗୀତ ଗାନ କରାଯାଇଥିଲା। ସଭାପତି ତଥା ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କ ନିର୍ଦ୍ଦେଶ କ୍ରମେ ସଞ୍ଜୟ କୁମାର ପାତ୍ର ବାର୍ଷିକ ବିବରଣୀ ପାଠ କରିଥିଲେ। ତାପରେ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ଦ୍ବାରା ବିଭିନ୍ନ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ମାନ ପରିବେଷଣ କରାଯାଇଥିଲା। ପୂର୍ବରୁ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତା ରେ କୃତକାର୍ଯ୍ୟ ହୋଇଥିବା କୃତ୍ତି ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ବାରା ପ୍ରମାଣ ପତ୍ର ଓ ଟ୍ରଫି ପ୍ରଦାନ କରାଯାଇଥିଲା। ଉପସ୍ଥିତ ସମସ୍ତ ଛାତ୍ରଛାତ୍ରୀ, ପରିଚାଳନା କମିଟିର ସମସ୍ତ ସଦସ୍ୟ ଏବଂ ଅଭିଭାବକ ମାନଙ୍କ ପାଇଁ ବିଦ୍ୟାଳୟ ପରିଚାଳନା କମିଟି ତରଫରୁ ସାମୁହିକ ଖାଦ୍ୟ ପେୟର ବ୍ୟବସ୍ଥା କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟର ମହେନ୍ଦ୍ର ପଣ୍ଡା, ଜୟନ୍ତୀବ ସାମନ୍ତରାୟ, ସୁଷମା ବେହେରା ଓ ମଞ୍ଜୁ ଦେଈ ସମସ୍ତ କାର୍ଯ୍ୟରେ ସମ୍ପୂର୍ଣ୍ଣ ସହଯୋଗ କରିଥିଲେ।
