ଡ଼ାବୁ ଗାଁଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ।

ନବରଙ୍ଗପୁର ତା୨୪.୧୧.୨୦୨୫:ଆଜି ଡ଼ାବୁ ଗାଁ ମିଶନ ଶକ୍ତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ଼ ମହେଶ୍ବର ସ୍ୱାଇଁ ଏବଂ ଆରକ୍ଷୀ ଅଧିକ୍ଷକ ମଡକର ସନ୍ଦୀପ ସମ୍ପତଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରୱାନ, ଖଣ୍ଡିୟ ବନ ଅଧିକାରୀ ଶୁଭେନ୍ଦୁ ପ୍ରସାଦ ବେହେରା,ଉପ ଜିଲ୍ଲାପାଳ,ନବରଙ୍ଗପୁର ପ୍ରକାଶ କୁମାର ମିଶ୍ର , ବ୍ଲକ

ଅଧ୍ୟକ୍ଷ ଶ୍ରୀମତି ବୀଣା ମାଝୀ ,ବି ଡି ଓ ଶରତ ମାଝୀଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।ଏହି ଜନ ଶୁଣାଣି ଶିବିରରେ ମୋଟ ୧୪ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୦୮ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୦୬ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ସାମାଜିକ ସୁରକ୍ଷା ବିଭାଗ ତରଫରୁ ଚିହ୍ନଟ ଦିବ୍ୟାଙ୍ଗ ମାନଙ୍କୁ ୨ ଟି ହୁଇଲ ଚେୟାର ଏବଂ ୫ ଜଣଙ୍କୁ ମଧୁବାବୁ ପେନସନ ଯୋଜନା ର ନୂତନ ସହାୟତା କାର୍ଡ ପ୍ରଦାନ କରାଯାଇଥିଲା।

Leave a Reply

Your email address will not be published. Required fields are marked *