ଝରିଗାଁଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ।
ନବରଙ୍ଗପୁର ତା୦୮.୧୨.୨୦୨୫:ଆଜି ଝରିଗାଁ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ଼ ମହେଶ୍ବର ସ୍ୱାଇଁ ଏବଂ ଆରକ୍ଷୀ ଅଧିକ୍ଷକ ମଡକର ସନ୍ଦୀପ ସମ୍ପତଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ତପନ କୁମାର ଖୁଣ୍ଟିଆ, ଉପ ଜିଲ୍ଲାପାଳ,ନବରଙ୍ଗପୁର ପ୍ରକାଶ କୁମାର ମିଶ୍ର , ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଯଦୁମଣି ନାଏକ,ବି ଡି ଓ ଶରତ ମାଝୀଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।ଏହି ଜନ ଶୁଣାଣି ଶିବିରରେ ମୋଟ ୨୮ଜଣ ଆବେଦନକାରୀ ନିଜର

ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୪ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୪ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ସାମାଜିକ ସୁରକ୍ଷା ବିଭାଗ ତରଫରୁ ଚିହ୍ନଟ ଦିବ୍ୟାଙ୍ଗ ମାନଙ୍କୁ ୩ ଟି ହୁଇଲ ଚେୟାର ଏବଂ ୮ ଜଣଙ୍କୁ ମଧୁବାବୁ ପେନସନ ଯୋଜନା ର ନୂତନ ସହାୟତା କାର୍ଡ ପ୍ରଦାନ କରାଯାଇଥିଲା।୩ ଟି ଅଭିଯୋଗ ର ସମାଧାନ ତତକ୍ଷଣାତ କରାଯାଇଥିଲା।
