ନବରଙ୍ଗପୁରଠାରେ ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ।
ନବରଙ୍ଗପୁର ତା୦୪.୧୧.୨୦୨୫:ଆଜି ନବରଙ୍ଗପୁର ପୌରପାଳିକା ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ ମହେଶ୍ଵର ସ୍ୱାଇଁ ଏବଂ ଆରକ୍ଷୀ ଅଧିକ୍ଷକ ମଡକର ସନ୍ଦୀପ ସମ୍ପତଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚିଁ ନାରାୟଣ ଦରୱାନ , ଉପ ଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ର ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।ଏହି ଜନ ଶୁଣାଣି ଶିବିରରେ ମୋଟ ୪୦ ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୩୨ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୦୮ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା।୦୩ ଟି ସମସ୍ୟା ର ସମାଧାନ ତତକ୍ଷଣାତ କରାଯାଇଥିଲା ।
