ଶ୍ରୀ ଶ୍ରୀ ଠାକୁର ଅନୁକୂଳଚନ୍ଦ୍ରଙ୍କ ଶତବାର୍ଷିକୀ ସମାବେଶ ପ୍ରସ୍ତୁତି ବୈଠକ ଅନୁଷ୍ଠିତ।

ପୁରୀ ୭/୧୧ ଆସନ୍ତା ବର୍ଷ ଜାନୁଆରୀ ୧୧ ତାରିଖରେ ତାଳବଣିଆ ସ୍ଥିତ ପାର୍କିଂ ସ୍ଥଳ ଠାରେ ଶ୍ରୀ ଶ୍ରୀ ଠାକୁର ଅନୁକୂଳଚନ୍ଦ୍ରଙ୍କର ଉତ୍କଳ ଆଗମନର ୧୦୪ ତମ ବର୍ଷ ପୂର୍ତ୍ତି ମହୋତ୍ସବ ଅନୁଷ୍ଠିତ ହେବ।ଏହି କାର୍ଯ୍ୟକ୍ରମ କୁ ଶୃଙ୍ଖଳିତ ଓ ସୁଚାରୁରୂପେ ସମ୍ପର୍ଣ୍ଣ କରିବାକୁ ଏକ ପ୍ରସ୍ତୁତି ବୈଠକ ଆଜି ପୂର୍ବାହ୍ନରେ ସର୍କିଟ ହାଉସ ଠାରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ନିଳମାଧବ ଭୋଇ ଅଧ୍ୟକ୍ଷତା କରିବା ସହ ବିଗତ ବର୍ଷ ମାନଙ୍କ ଭଳି ଚଳିତ ବର୍ଷ ର ଏହି କାର୍ଯ୍ୟକ୍ରମ ରେ ବିଭିନ୍ନ ବିଭାଗ ର ଦାୟିତ୍ୱ ସୁଚାରୁ ରୁପେ ନିର୍ବାହ ପାଇଁ ପରାମର୍ଶ ଦେଇଥିଲେ। ଆଇନ ଶୃଙ୍ଖଳା ରକ୍ଷା, ଟ୍ରାଫିକ ନିୟନ୍ତ୍ରଣ, ପାର୍କିଂ ବ୍ୟବସ୍ଥା, ପରିଷ୍କାର ପରିଛନ୍ନତା, ପାନୀୟ ଜଳ ବ୍ୟବସ୍ଥା, ସ୍ୱାସ୍ଥ୍ୟ ଓ ପରିମଳ

ବ୍ୟବସ୍ଥା, ଅଗ୍ନି ନିର୍ବାପକ ବ୍ୟବସ୍ଥା,ବିଦ୍ୟୁତ ବ୍ୟବସ୍ଥା, ବ୍ୟାରିକେଡ ବ୍ୟବସ୍ଥା ଇତ୍ୟାଦି ସମ୍ପର୍କରେ ଆଲୋଚନା କରାଯାଇ ଚୁଡାନ୍ତ ପଦକ୍ଷେପ ନେବାକୁ ପରାମର୍ଶ ଦିଆଯାଇଥିଲା।ସ୍ମୃତି ମହୋତ୍ସବ କମିଟିର ସମ୍ପାଦକ ଡା ହୃଷିକେଶ ସେନାପତି ଜାନୁଆରୀ ୧୧ ତାରିଖ ସମ୍ମିଳନୀ ର କାର୍ଯ୍ୟସୂଚୀ ସମ୍ପର୍କରେ ସୂଚନା ଦେଇଥିଲେ।ଏହି ବୈଠକରେ ପୁରୀ ପୌର ନିର୍ବାହୀ ଅଧିକାରୀ ଅଭିମନ୍ୟୁ ବେହେରା,ଡେପୁଟ କଲେକ୍ଟର ପ୍ରିୟଦର୍ଶନୀ ମଲ୍ଲିକ,ସୂଚନା ଓ ଲୋକ ସମ୍ପର୍କ ଉପ ନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ, ଉତ୍ସବ କମିଟିର ସହ ସମ୍ପାଦକ ତଥା ସହ ପ୍ରତି ଋତ୍ଵିକ ନିରଞ୍ଜନ ବେହେରା,ସହ ସଭାପତି ଡମ୍ବରୁଧର ଦାସ ବି ଆଶିଷ କୁମାର ସୁବୁଦ୍ଧି, ସ୍ୱାଇଁ ଶ୍ରୀନୃସିଂହ ଶ୍ରୀଚନ୍ଦନ, ଅରୁଣ କୁମାର ସାହୁ ,ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ଓ ସତସଙ୍ଗ ର କର୍ମକର୍ତ୍ତା ପ୍ରମୁଖ ଯୋଗ ଦେଇଥିଲେ।

Leave a Reply

Your email address will not be published. Required fields are marked *