ଯୁବକ ମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ
ଭବାନୀପାଟଣା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କେସିଙ୍ଗା ବ୍ଲକ ଫଟକାମାଲ ପଞ୍ଚାୟତର ବୁରିଙ୍ଗପଦର ଗାଁ ଠାରେ ସ୍ଥାନୀୟ ଅଧିବାସୀ ଏବଂ ଯୁବକ ମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ରାଜ୍ୟ ଯୁବ ବରିଷ୍ଠ ଉପ ସଭାପତି ଶ୍ରୀ ମଣ୍ଟୁ ନାଏକ ଯୋଗଦେଇ ତୃଣମୂଳ ସ୍ତରରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ସମସ୍ତ ଲୋକାଭିମୁଖୀ ଯୋଜନା ଯଥା ଆମ ଓଡ଼ିଶା ନବୀନ ଓଡ଼ିଶା, ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଓ ଅନ୍ୟାନ୍ୟ ଯୋଜନା କିଭଳି ପହଞ୍ଚି ପାରିବ ସେ ନେଇ ଆଲୋଚନା କରିଥିଲେ । ବିଜେଡି ସଂଗଠନକୁ ଓ୍ବାର୍ଡ ସ୍ତରରୁ ମଜଭୂତ କରିବା ସହିତ ଷଷ୍ଠ ଥର ପାଇଁ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀ କରିବା ପାଇଁ ସମସ୍ତେ ସଂକଳ୍ପ ନେଇଥିଲୁ। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅନ୍ତର୍ଗତ ନବୀନ କାର୍ଡ କରିଥିବାରୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଓ ୫ଟି ଅଧ୍ୟକ୍ଷ ଶ୍ରୀ ଭି କେ ପାଣ୍ଡିଆନଙ୍କୁ ସମସ୍ତେ ଧନ୍ୟବାଦ ଜଣାଇଥିଲେ । ଏହି କାର୍ଯ୍ୟକ୍ରମରେ ଯୁବନେତା ବିବେକ ସା , ମୁକୁନ୍ଦ ମାଝୀ, ପ୍ରହଲ୍ଲାଦ ସା, ଚକ୍ର ସା, ଯୋଗେନ୍ଦ୍ର ସା, ବିଷ୍ଣୁ ନାଗ, ଆଶୁତୋଷ ବେହେରା, ଲମ୍ବୋଦର ସୁନାନୀ, ଛାତ୍ର ନେତା ନବୀନ ନାୟକ, ସବିର ନାଏକ, ମହିଳା ନେତ୍ରୀ ପ୍ରମିଳା ମାଝୀ, ଭାରତୀ ମାଝୀ, ମମତା ସାହୁ, ଗୀତାଞ୍ଜଳି ବିଶି, ଯୁବ -ଛାତ୍ର ମହିଳା, ବରିଷ୍ଠ କର୍ମକର୍ତ୍ତା ତଥା ସ୍ଥାନୀୟ ଅଧିବାସୀ ଉପସ୍ଥିତ ଥିଲେ।
