ସାଞ୍ଝା ଉତ୍ସବ ଉଦଯାପିତ

ପୁରୀ ୩୧/୧ ଭାରତ ସରକାରଙ୍କ ଗୃହ ଓ ନଗର ଉନ୍ନୟନ ମନ୍ତ୍ରଣାଳୟ ଏବଂ ପୁରୀ ପୌର ପରିଷଦ ର ମିଳିତ ଆନୁକୂଲ୍ୟରେ ଶରଧାବାଲି ଠାରେ ଆୟୋଜିତ ୫ ଦିନିଆ ସାଞ୍ଝା ଉତ୍ସବ ଆଜି ଉଦଯାପିତ ହୋଇ ଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି ଯୋଗ ଦେଇଥିଲେ।ଅନ୍ୟ ମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା, ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ନିଳମାଧବ ଭୋଇ, ପୌର ପରିଷଦ ର ଏନଫୋର୍ସମେଣ୍ଟ ଅଫିସର ଲିପ୍ସା ରାୟ,ସୂଚନା ଓ ଲୋକ ସମ୍ପର୍କ ଉପ ନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ, ସାହିତ୍ୟିକ ଶ୍ୟାମ ପ୍ରକାଶ ସେନାପତି ପ୍ରମୁଖ ଯୋଗ ଦେଇଥିଲେ।

ପୌର ନିର୍ବାହୀ ଅଧିକାରୀ ଅଭିମନ୍ୟୁ ବେହେରା ସମସ୍ତଙ୍କୁ ସ୍ବାଗତ କରିବା ସହ ଭାରତ ସରକାରଙ୍କ ସହରାଞ୍ଚଳ ବିକାଶ ଲକ୍ଷ୍ୟ ରେ ଆୟୋଜିତ ଏହି ଉତ୍ସବରେ ସମଗ୍ର ଭାରତ ବର୍ଷ ରେ ୨୫ ଟି ସହରକୁ ସାମିଲ କରାଯାଇଥିବା ବେଳେ ଓଡ଼ିଶାର ଗୋଟିଏ ସହର ପୁରୀ ସହର କୁ ସାମିଲ କରାଯାଇଛି ବୋଲି କହିଥିଲେ।ଏହି ୫ ଦିନିଆ କାର୍ଯ୍ୟକ୍ରମ କୁ ସମସ୍ତ ଙ୍କ ସହଯୋଗ ରେ ସଫଳ ଭାବେ ଆୟୋଜିତ ହୋଇ ଥିବାରୁ ସେ ସମସ୍ତ ଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।ପରେ ପୂର୍ବରୁ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାର ଶ୍ରେଷ୍ଠ ପ୍ରତିଯୋଗୀ ଙ୍କୁ ଅତିଥି ମାନେ ପୁରସ୍କୃତ କରିଥିଲେ।ଶେଷରେ ଗୋଷ୍ଠୀ ସଂଗଠକ ରେସମା ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ।ପୌର ପରିଷଦ ର କର୍ମଚାରୀ ମାନେ କାର୍ଯ୍ୟକ୍ରମ ପରିଚାଳନା ରେ ସହଯୋଗ କରିଥିଲେ।ପରିଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

Leave a Reply

Your email address will not be published. Required fields are marked *