ନୟାଗଡ଼ ସେବା ଉତ୍ସବ ସମିତି ପକ୍ଷରୁ ଏକ ମିନିମାରାଥନ କାର୍ଯ୍ୟକ୍ରମ
ରାଷ୍ଟ୍ରୀୟ ଯୁବ ଦିବସ ତଥା ସ୍ୱାମୀ ବିବେକାନନ୍ଦଙ୍କ ଜୟନ୍ତୀ ଅବସରରେ ନୟାଗଡ଼ ସେବା ଉତ୍ସବ ସମିତି ପକ୍ଷରୁ ଏକ ମିନିମାରାଥନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ନୟାଗଡ଼ ସେବା ଉତ୍ସବ ସମିତି ଅଧକ୍ଷ ଶିବରାମ ମହାପାତ୍ରଙ୍କ ଅଧକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ କୃଷି ଓ ଉଚ୍ଚଶିକ୍ଷାମନ୍ତ୍ରୀ ଡ଼. ଅରୁଣ କୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମାରାଥନର ଶୁଭ ଉଦଘାଟନ କରିଥିବା ବେଳେ ଖଣ୍ଡପଡ଼ାର ପୂର୍ବତନ ବିଧାୟକ ସିଦ୍ଧାର୍ଥ ଶେଖର ସିଂ, ସମାଜସେବୀ ସନ୍ତୋଷ ପ୍ରଧାନ, ସମାଜସେବୀ ପ୍ରମୋଦ ପଟନାୟକ, ସାମ୍ବାଦିକ ଶ୍ରୀକାନ୍ତ ଖଟେଇ, ହ୍ୟୁମାନ ୱେଲଫେୟାର ବୋର୍ଡ ଟ୍ରଷ୍ଟର ଅଧକ୍ଷ ଶାରଦା ପ୍ରସାଦ ମହାପାତ୍ର, ଯୁବ ସମଜସେବୀ ଚିତ୍ତ ରଂଜନ ପ୍ରଧାନ ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ । ଦେଶ ପାଇଁ ଯୁବକ ଓ ଜଳବାୟୁ ପରିବର୍ତ୍ତନ ରୋକିବାରେ ଯୁବକ ର ଭୂମିକା ସମ୍ପର୍କରେ ଜନସଚେତନତା କରିବା ପାଇଁ ଆଜିର ଯୁବଦିବସରେ ସମସ୍ତ ଯୁବକ ମାନେ ଶପଥ ନେବା ଦରକାର ବୋଲି ଏହି ଅବସରରେ ମତ ପ୍ରକାଶ ପାଇଥିଲା ।
ରିପୋର୍ଟ -ରାମକୃଷ୍ଣ ରଥ, ନୟାଗଡ଼।
