ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୫ ପାଳନ ପାଇଁ ଆଜି ଜିଲ୍ଲାପାଳ, କନ୍ଧମାଳ ଶ୍ରୀ ବେଦ ଭୂଷଣଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ

ଫୁଲବାଣୀ (୦୫.୦୮.୨୦୨୫ ): କନ୍ଧମାଳ ଜିଲ୍ଲାର ସଦର ମହକୁମା ଫୁଲବାଣୀ ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦ୍ ଭାବନା ସଭାଗୃହଠାରେ ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୫ ପାଳନ ପାଇଁ ଆଜି ଜିଲ୍ଲାପାଳ, କନ୍ଧମାଳ ଶ୍ରୀ ବେଦ ଭୂଷଣଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ ଆୟୋଜିତ ହୋଇଯାଇଛି । ସବୁ ବର୍ଷପରି ଏହି ବର୍ଷ ମଧ୍ୟ ସ୍ଵାଧୀନତା ଦିବସ ସମାରୋହ ସ୍ଥାନୀୟ ରିଜର୍ଭ ପୋଲିସ୍ ପଡ଼ିଆଠାରେ ଆୟୋଜନ ହେବ । ଏହି ବୈଠକରେ ସ୍ଵାଧୀନତା ଦିବସରେ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା ହୋଇଥିଲା । ଅଗଷ୍ଠ ୧୫ ଦିନ ପ୍ରତ୍ୟୁଷ ଘ. ୦୪.୩୦ ମି. ସମୟରେ ଡାକବାଜି ଯନ୍ତ୍ର ଯୋଗେ ସହରରେ ରାମଧୂନ୍ ପରିବେଷଣ କରାଯିବା ସହିତ ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯିବ । ଉକ୍ତ ଦିନ ପୂର୍ବାହ୍ନ ଘ. ୦୭.୧୫ ମି. ସମୟରେ ସମସ୍ତ ଶିକ୍ଷାନୁଷ୍ଠାନ ଏବଂ ଘ. ୦୭.୩୦ ମି. ସମୟରେ ସମସ୍ତ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟରେ ଜାତୀୟ ପତାକା ଉତ୍ତୋଳନ କରାଯିବାର ନିଷ୍ପତି ନିଆଯାଇଛି ଏବଂ ପୂର୍ବାହ୍ନ ଘ. ୦୯.୦୦ ମି ସମୟରେ ଦିବସର ମୁଖ୍ୟ ଅତିଥି ଜାତୀୟ ପତାକା ଉତ୍ତୋଳନ କରି ମମ୍ମିଳିତ ପ୍ୟାରେଡ୍ ରେ ଅଭିବାଦନ ଗ୍ରହଣ କରିବେ । ଏହି ଦିବସ ଅବସରରେ ବନ୍ଧୁତ୍ବପୂର୍ଣ ମ୍ୟାଚ, ସ୍ଵଚ୍ଛତା ପ୍ରତିଯୋଗିତା, ରକ୍ତଦାନ ଶିବିର,ସାଂସ୍କୃତିକ କାର୍ଯ୍ୟକ୍ରମ ଓ ଜିଲ୍ଲା ଚିକିତ୍ସାଳୟର ରୋଗୀ ମାନଙ୍କୁ ଫଳ ବିତରଣ ଆଦି ବିଭିନ୍ନ କାର୍ଯ୍ୟକ୍ରମମାନ ଆୟୋଜନ କରାଯିବାର ବ୍ୟବସ୍ଥା କରାଯାଇଛି ।

ଯାନବାହାନ ନିୟନ୍ତ୍ରଣ ଓ ଆଇନଶୃଙ୍ଖଳା ରକ୍ଷା ପାଇଁ ପୋଲିସ୍ ବିଭାଗକୁ ଅନୁରୋଧ କରାଯାଇଛି । ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ, କନ୍ଧମାଳ ଶ୍ରୀ ରମେଶ ଚନ୍ଦ୍ର ଜେନା, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ, ଜିଲ୍ଲାପରିଷଦ,କନ୍ଧମାଳ ଶ୍ରୀ ଶମ୍ଭୁନାଥ ନନ୍ଦୀ, ପ୍ରକଳ୍ପ ପ୍ରଶାସକ, ସମନ୍ଵିତ ଆଦିବାସୀ ଉନ୍ନୟନ ସଂସ୍ଥା, ଫୁଲବାଣୀ ସରୋଇ ଗଦାଧର ପାତ୍ର, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଫୁଲବାଣୀ ଶ୍ରୀ ସୌମ୍ୟରଂଜନ ପାତ୍ର, ଜିଲ୍ଲାସ୍ତରୀୟ ଅଧିକାରୀ, ବିଭିନ୍ନ ସଂଗଠନର ସଭାପତି/ସମ୍ପାଦକ, ବରିଷ୍ଠ ନାଗରିକ ଓ ଗଣମାଧ୍ୟମର ପ୍ରତିନିଧିମାନେ ଯୋଗଦେଇଥିଲେ । ଶେଷରେ ଅଧ୍ୟକ୍ଷ ଓ ସଭ୍ୟସଭ୍ୟାମାନଙ୍କୁ ଜିଲ୍ଲା ସଂସ୍କୃତି ଅଧିକାରୀ ତଥା ଭାରପ୍ରାପ୍ତ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ଅକ୍ଷୟ କୁମାର ସେଠୀ ଧନ୍ୟବାଦ ଅର୍ପଣ କରିଥିଲେ ।

Leave a Reply

Your email address will not be published. Required fields are marked *