ଶରଧାବାଲି ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

ଆଜି ଶରଧାବାଲି ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଶିଶୁ ସାହିତ୍ୟିକ ଶ୍ରୀଯୁକ୍ତ ରମେଶ ଚନ୍ଦ୍ର ଦାଶ, ଟିକିତାରା ସମ୍ପାଦକ ବିପିନ ବିହାରୀ ଦଳାଇ, ବିଦ୍ୟାଳୟର ପ୍ରାକ୍ତନ ପ୍ରଧାନ ଶିକ୍ଷକ ତଥା ସୁଶ୍ରୀ କ୍ରିଷ୍ଣା କୁମାରୀ ଦେଈ ଅତିଥି ଭାବେ ଯୋଗଦେଇଥିଲେ। ଏଥିରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀ ମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା। ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ହରପ୍ରିୟା ମିଶ୍ର ବାର୍ଷିକ ବିବରଣୀ ପାଠ କରିଥିଲେ। ବିଦ୍ୟାଳୟର ସହ ଶିକ୍ଷୟିତ୍ରୀ ଲୋପାମୁଦ୍ରା କର, ସସ୍ମିତା ମିଶ୍ର, କଳ୍ପନା ଦାଶ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।
କାର୍ଯ୍ୟକ୍ରମକୁ ସଫଳ କରିବାରେ ବିଦ୍ୟାଳୟ ପରିଚାଳନା ସମିତିର ଅଧ୍ୟକ୍ଷା ଶ୍ରୀମତୀ ରୋଜାଲିନ୍ ସାହୁ ଓ ସମସ୍ତ ସଦସ୍ୟସଦସ୍ୟାମାନେ ପୂର୍ଣ୍ଣ ସହଯୋଗ କରିଥିଲେ।

Leave a Reply

Your email address will not be published. Required fields are marked *