କ୍ରାନ୍ତି ତରଫରୁ ବିଶ୍ବ ତମାଖୁ ବର୍ଜନ ଦିବସ ପାଳିତ

କ୍ରାନ୍ତି ତରଫରୁ ବିଶ୍ବ ତମାଖୁ ବର୍ଜନ ଦିବସ ପାଳିତ ।”ମାନବ ଶୃଙ୍ଖଳ ମାଧ୍ୟମରେ ତମାଖୁ ମୁକ୍ତ ଭାରତ ପାଇଁ ବଜ୍ର ଶପଥ ନେଲେ”ବ୍ରହ୍ମପୁର ତା:୩୧.୦୫.୨୦୨୪ ରିଖ ସ୍ଥାନୀୟ ବ୍ରହ୍ମାନଗର ସ୍ଥିତ ଅଗ୍ରଣୀ ସାମାଜିକ ଅନୁଷ୍ଠାନ କ୍ରାନ୍ତି ଓ ସରକାରୀ ଆଇ ଟି ଆଇ ମିଳିତ ସହଯୋଗରେ ବିଶ୍ବ ତମାଖୁ ବର୍ଜନ ଦିବସ ସଚେତନତା କାର୍ଯ୍ୟକ୍ରମ ମହାସମାରୋହରେ ପାଳିତ ହୋଇ ଯାଇଛି। ବ୍ରହ୍ମପୁର ସରକାରୀ ଶିଳ୍ପ ତାଲିମ କେନ୍ଦ୍ର ପରିସରରେ କ୍ରାନ୍ତି ଅନୁଷ୍ଠାନର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ତଥା ମୁଖ କର୍କଟ ରୋଗୀ ଡ଼ଃ ଦେବାନନ୍ଦ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଟିତ ସଚେତନତା କାର୍ଯ୍ୟକ୍ରମରେ ବରିଷ୍ଟ ମଧୁମେୟ ଡାକ୍ତର ସୁନିଲ କୋଟା, ଏମ .କେ.ସି.ଜି ମେଡିକାଲ କଲେଜ ଓ ହସପିଟାଲର ଟିବି ଓ ଚେଷ୍ଟର ଏସୋସିଷ୍ଟଟ ପ୍ରଫେସର ଡାକ୍ତର ପ୍ରୀୟଜୀତ ଜେନା ଓ ସରକାରୀ ଶିଳ୍ପ ତାଲିମ କେନ୍ଦ୍ର ଅଧକ୍ଷ ଇଁ ରଜତ ପାଣିଗ୍ରାହିଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ସହ ବିଭିନ୍ନ ଗଣମାଧ୍ୟମ ବ୍ୟକ୍ତି ବିଶେଷ ଉପସ୍ଥିତ ରହି ତମାଖୁ ସେବନର ଭୟାବହତା ବିଷୟରେ ଉପସ୍ଥିତ ଛାତ୍ରଛାତ୍ରୀ ମାନଙ୍କୁ ବୁଝାଇଥିଲେ। ସରକାରୀ ଶିଳ୍ପ ତାଲିମ କେନ୍ଦ୍ରର ୧୫୦୦ ଛାତ୍ରଛାତ୍ରୀଙ୍କୁ ନେଇ ଏକ କର୍କଟ ରୋଗର ଲୋଗ ଉପରେ ମାନବ ଶୃଙ୍ଖଳ ମାଧ୍ୟମ ରେ ତମାଖୁ ମୁକ୍ତ ଭାରତ ଗଠନ ପାଇଁ ବଜ୍ର ଶପଥ ନେଇଥିଲେ।କ୍ରାନ୍ତିର ଡଃ ଦାଶ ସେ ଜଣେ ମୁଖ କର୍କଟ ରୋଗୀ ହୋଇ ଥିବା ଯୋଗୁଁ ସେ ତାଙ୍କର କଷ୍ଟ ଓ ଯନ୍ତ୍ରଣା ମାଧ୍ୟମରେ ସମସ୍ତଙ୍କୁ ସଚେତନତା କରି କିପରି ତମାଖୁ ମୁକ୍ଟ ଭାରତ ହୋଇ ପାରିବ ହାତଯୋଡି ନିବେଦନ କରିଥିଲେ।ପରେ ପରେ କ୍ରାନ୍ତି ଅନୁଷ୍ଠାନର ସମସ୍ତ ସଦସ୍ୟ ୟୁ ସି ପି ଇଞ୍ଜିନିୟରିଂ ସ୍କୁଲ୍ ସମ୍ମୁଖରେ ଛିଡ଼ା ହୋଇ ଜନସାଧାରଣ ପ୍ରଚାର ପତ୍ର ମାଧ୍ୟମରେ ସଚେତନତା କରିଥିଲେ।ଏହି ସମସ୍ତ କାର୍ଯ୍ୟକ୍ରମରେ କ୍ରାନ୍ତି ଅନୁଷ୍ଠାନର ନିର୍ମଳା ଦାଶ, ଚର୍ଚ୍ଚିକା ଦାଶ, ସିଗ୍ନାଧା ମହାରଣା,ଅନିଲ କୁମାର ସେଠୀ, ପରମାନନ୍ଦ ପଣ୍ଡା, ଚିନ୍ନୟାନନ୍ଦ ଦାଶ, ସୁଭ୍ରାଂଶି ମହାରଣା ସମେତ କ୍ରାନ୍ତି ଅନୁଷ୍ଠାନ ର ସମସ୍ତ ସଦସ୍ୟ କାର୍ଯକ୍ରମ ପରିଚାଳନାରେ ସହଯୋଗ କରିଥିଲେଓ ସରକାରୀ ଶିଳ୍ପ ତାଲିମ କେନ୍ଦ୍ର ର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ସହଯୋଗର ହାତ ବଢ଼ାଇଥିଲେ।ଡଃ ଦେବାନନ୍ଦ ଦାଶ କ୍ରାନ୍ତି, ବ୍ରହ୍ମପୁର 9861016423

Leave a Reply

Your email address will not be published. Required fields are marked *