ବିଜୁ ସ୍ଵାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନ

ଆଜି ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀ କୃଷ୍ଣପ୍ରସାଦ ବ୍ଲକ ବୁଦ୍ଧିବର, ସିଆଳ, ସିଆଣ୍ଡି, ଅଲଣ୍ଡା ଓ ତିତିପ ଗ୍ରାମପଞ୍ଚାୟତରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଯୁଗାନ୍ତକାରୀ ବିଜୁ ସ୍ଵାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସବର୍ମା ଏବଂ ରାଜ୍ୟ କ୍ଷୁଦ୍ର ଶିଳ୍ପ ନିଗମ ଅଧ୍ୟକ୍ଷ ଚିନ୍ମୟ ସାହୁ ସମସ୍ତ ପଞ୍ଚାୟତର ଉଚ୍ଚ ବିଦ୍ୟାଳୟ ଏବଂ ପ୍ରାଥମିକ ବିଦ୍ୟାଳୟ ଠାରେ ହିତାଧିକାରୀଙ୍କୁ କାର୍ଡ ପ୍ରଦାନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ବାଲେଶ୍ଵର ପୂର୍ବତନ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଗିରିଶ ଚନ୍ଦ୍ର ଦାସ, ବ୍ଲକ ଉପାଧ୍ୟକ୍ଷ ପ୍ରଫୁଲ୍ଲ କୁମାର ଜେନା, ଜିଲ୍ଲା ପରିଷଦ ସଦସ୍ୟା ପ୍ରଭାତୀ ପ୍ରଧାନ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ଲକ୍ଷ୍ମୀଧର ସାହୁ ଓ ସମସ୍ତ ପଞ୍ଚାୟତର ସରପଞ୍ଚ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *