ବିଜୁ ସ୍ଵାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନ

ଆଜି ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀ ପୁରୀ ସଦର ବ୍ଲକର ଗଉଡକେରା ପଞ୍ଚାୟତ, ବ୍ରହ୍ମଗିରି ବ୍ଲକ କଡାଜିତ୍, ଚାପମାଣିକ, ନିଆଜପୁର ପଞ୍ଚାୟତରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଯୁଗାନ୍ତକାରୀ ବିଜୁ ସ୍ଵାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନର ଶୁଭାରମ୍ଭ ଆରମ୍ଭରେ ମୁଖ୍ୟ ଅତିଥି ଭାବେ ଜଙ୍ଗଲ, ପରିବେଶ ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସ ବର୍ମା, ମୋ କଲେଜ ଅଧ୍ୟକ୍ଷ ତଥା ସିନେମା ଜଗତର ତାରକା ଆକାଶ ଦାସ ନାୟକ ସମସ୍ତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଠାରେ ଯୋଗ ଦେଇ ହିତାଧିକାରୀଙ୍କୁ କାର୍ଡ ପ୍ରଦାନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଖଦୀ ବୋର୍ଡ ଅଧ୍ୟକ୍ଷ ସଂଗ୍ରାମ କେଶରୀ ପାଇକରାୟ, ପୁରୀ ସଦର ବ୍ଲକ ଅଧ୍ୟକ୍ଷା ସରୋଜିନୀ ବେହେରା, ଉପାଧ୍ୟକ୍ଷ ଗୁଞ୍ଜର ପ୍ରଧାନ, ଜିଲ୍ଲା ପରିଷଦ ସଦସ୍ୟ ସୁରେନ୍ଦ୍ର କୁମାର ରାଉତ ଓ ସମସ୍ତ ପଞ୍ଚାୟତର ସରପଞ୍ଚ ସମିତି ସଭ୍ୟ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *