ଭଗବାନ ବିର୍ସା ମୁଣ୍ଡା ଙ୍କ ଜନ୍ମ ବାର୍ଷିକ

ନବରଙ୍ଗପୁର:୧୫/୧୧/୨୦୨୫ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଲକ ଅଧିନ ଘୋଡାଖୁଣ୍ଟା ପଞ୍ଚାୟତ ଅଧୀନ କୁରୁପା ଠାରେ ନବ ନିର୍ମିତ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ପରିସରରେ ଭଗବାନ ବିର୍ସା ମୁଣ୍ଡା ଙ୍କ ୧୫୦ ତମ ଜନ୍ମ ବାର୍ଷିକ ଉପଲକ୍ଷେ ଜିଲ୍ଲା ସ୍ତରୀୟ ଜନଜାତୀୟ ଗୌରବ ଦିବସ ଶନିବାର ପାଳିତ ହୋଇଯାଇଅଛି । ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ନବରଙ୍ଗପୁର ସାଂସଦ ବଳଭଦ୍ର ମାଝୀ ଯୋଗ ଦେଇ ପ୍ରଥମେ ଭଗବାନ ବିର୍ସା ମୁଣ୍ଡାଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିବା ପରେ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଥିଲା | ପରେ ଡାବୁଗାଁ ବାଳିକା ଉଚ୍ଚ ବିଦ୍ୟାଳୟର ଛାତ୍ରୀ ମାନଙ୍କ ଦ୍ଵାରା ସ୍ଵାଗତ ସଙ୍ଗୀତ ଗାନ କରାଯାଇଥିଲା | ନବରଙ୍ଗପୁର ଜିଲ୍ଲାପାଳ ଡଃ ମହେଶ୍ୱର ସ୍ୱାଇଁ ଙ୍କ ସଭାପତିତ୍ଵରେ ସମ୍ମାନୀତ ଅତିଥି ଭାବେ ରାଜ୍ୟସଭା ସାଂସଦ ମୁଜିବୁଲ୍ଲା ଖାନ୍, ନବରଙ୍ଗପୁର ଜିଲ୍ଲା ପରିଷଦ ଅଧ୍ୟକ୍ଷ ମୋତିରାମ ନାୟକ, ନବରଙ୍ଗପୁର ବିଧାୟକ ଗୌରୀଶଙ୍କର ମାଝୀ, ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ, ଡାବୁଗାଁ ବ୍ଲକ ଅଧକ୍ଷା ବୀଣା ମାଝୀ , ଡାବୁଗାଁ ଜୋନ- ୧ ଜିଲ୍ଲା ପରିଷଦ ସଭ୍ୟ ଧନସିଂ ଭତ୍ରା, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ବିରଞ୍ଚି ନାରାୟଣ ଦରୱାନ, ଉପଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ର, ଘୋଡାଖୁଣ୍ଟା ପଞ୍ଚାୟତ ସମିତି ସଭ୍ୟ ପରଶୁରାମ ଶବର, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ସନ୍ତୋଷ କୁମାର ପଣ୍ଡା, ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ରାଜୀବ କୁମାର ସାହୁ, ଜିଲ୍ଲା ମଙ୍ଗଳ ଅଧିକାରୀ ପାଲକା ରବୀନ୍ଦ୍ର, ଜିଲ୍ଲା ମତ୍ସ୍ୟ ଅଧିକାରୀ ବିଷ୍ଣୁ ଚରଣ କିଶାନ, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ସୁଧୀର ରଞ୍ଜନ ବେହେରା, ଜିଲ୍ଲା ଶିକ୍ଷା ଅଧିକାରୀ ଛତ୍ରପତି ସାହୁ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ଦ୍ରୌପତି କହଁର, ଡିଆଇପିଆରଓ ମନୋଜ କୁମାର ବେହେରା, ଡାବୁଗାଁ ତହସିଲଦାର ଗୀତା ମୁର୍ମୁ, ବିଡିଓ ଶରତ ମାଝୀ ପ୍ରମୁଖ ମଞ୍ଚାସୀନ ଥିଲେ | ଏଥିରେ ଅତିଥି ମାନେ ଭଗବାନ ବିର୍ସା ମୁଣ୍ଡା ଙ୍କ ଜନ୍ମ ବାର୍ଷିକ କୁ ଆଦିବାସୀ ଙ୍କ ଗୌରବ ଦିବସ ରୂପେ ପାଳନ କରାଯିବା ନେଇ ଆଲୋଚନା କରିବା ସହ ଆଦିବାସୀ ପିଲା ମାନଙ୍କ ର ଶିକ୍ଷା ର ବିକାଶ ଉପରେ ଆଲୋକପାତ କରିଥିଲେ | ପୂର୍ବରୁ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗୀତାରେ କୃତକାର୍ଯ୍ୟ ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା | ଏହା ସହ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା | ଏଥିରେ ମୋଟ ୩୭ ୟୁନିଟ ରକ୍ତ ସଂଗ୍ରହ କରାଯାଇଥିଲା | ଅପରାହ୍ନରେ ଭିଡିଓ କନଫରେନସି ଦ୍ଵାରା ଭରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଡାବୁଗାଁ ରେ ନବନିର୍ମିତ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର ଉଦଘାଟନ କରିଥିଲେ | ଶେଷରେ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରଯାଇଥିଲା | ଏଥିରେ ଜିଲ୍ଲା ଓ ବ୍ଲକର ଭିଭିନ୍ନ ବିଭାଗୀୟ ଅଧିକାରୀ ମାନେ ଯୋଗ ଦେଇଥିଲେ |

Leave a Reply

Your email address will not be published. Required fields are marked *