ଆମ ଓଡ଼ିଶା ନବୀନ ଓଡ଼ିଶା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ଜଗତସିଂହପୁର ଜିଲ୍ଲା ରଘୁନାଥପୁର ବ୍ଲକ ଧରାଧରପୁର ପଂଚାୟତ ରେ ଆମ ଓଡ଼ିଶା ନବୀନ ଓଡ଼ିଶା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ମୁଖ୍ୟ ଅତିଥି ଭାବରେରଘୁନାଥପୁର ବ୍ଲକ ଅଧ୍ୟକ୍ଷ ଲଷ୍ମୀ ବେହେରା, ଉପାଧ୍ୟକ୍ଷ ଦେବାଶିଷ ତ୍ରିପାଠୀ, ସ୍ଥାନୀୟ ସରପଞ୍ଚ ଙ୍କ ସହିତ ବ୍ଲକ ଅଧିକାରୀ ପ୍ରମୁଖ ଯୋଗ ଦେଇ ଏହି ସଚେତନତା କାର୍ଯ୍ୟକ୍ରମ କୁ ଉଦଘାଟନ କରିଥିଲେ । ଏହି କାର୍ଯ୍ୟକ୍ରମ ରେ ବହୁ ଜନସାଧାରଣ ମାନେ ଉପସ୍ଥିତ ଥିଲେ । ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ମାଧ୍ୟମରେ ଏହି ପଂଚାୟତ ସ୍ତରୀୟ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ତେବେ ରାଜ୍ୟ ସରକାରଙ୍କ ଜନହିତକର ଯୋଜନା ସମ୍ପର୍କରେ ଲୋକମାନଙ୍କୁ ଅବଗତ କରାଯାଉଛି ବୋଲି ଅତିଥିମାନେ କହିବା ସହିତ ଏହି ସଚେତନତା କାର୍ଯ୍ୟକ୍ରମ ର ଲକ୍ଷ ଓ ଉଦେଶ୍ୟ ସମ୍ପର୍କରେ ଆଲୋଚନା କରିଥିଲେ । ପରେ ପଂଚାୟତ ରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ସରପଞ୍ଚ ଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ପରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

ଜଗତସିଂହପୁର ରୁ Rita ସାହୁ

Leave a Reply

Your email address will not be published. Required fields are marked *